ଭୋଟରଙ୍କୁ ମନାଇବାରେ ଲାଗିଛନ୍ତି ପ୍ରାର୍ଥୀ

ଭଣ୍ଡାରିପୋଖରୀ,୧୧।୨(ଡି.ଏନ.ଏ.): ପଞ୍ଚାୟତ ନିର୍ବାଚନ ଯେତେ ପାଖେଇ ଆସୁଛି, ପ୍ରାର୍ଥୀମାନେ ଭୋଟ୍‌ ପାଇଁ ଦୁଆର ଦୁଆର ବୁଲି ପ୍ରଚାରକୁ ସେତେ ସରଗରମ କରୁଛନ୍ତି। ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ଷୋଳମପୁର ପଞ୍ଚାୟତରେ ସରପଞ୍ଚ ଓ ସମିତିସଭ୍ୟ ପାଇଁ ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେଉଛି। ବିଜେଡିର ଅସନ୍ତୁଷ୍ଟ ତଥା ପୂର୍ବତନ ଯୁବ ସଭାପତି ସୁରଥ ଦାସ ସ୍ବାଧୀନ ପ୍ରାର୍ଥୀ ଭାବେ ମଇଦାନକୁ ଓହ୍ଲାଇଥିବା ବେଳେ ତାଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ବିଜେଡି ସମର୍ଥିତ ପ୍ରାର୍ଥୀ ପରମାନନ୍ଦ ନାୟକ ଓ ଭାଜପା ସମର୍ଥିତ ପ୍ରାର୍ଥୀ ଅବିନାଶ ନାୟକ। ପଞ୍ଚାୟତରେ ବିଜେଡି ସଙ୍ଗଠନକୁ ଦୀର୍ଘଦିନ ଧରି ସମ୍ଭାଳି ରଖିଥିବା ପଞ୍ଚାୟତସ୍ତରୀୟ ନେତାଙ୍କୁ ଦଳ ପ୍ରତ୍ୟାଖ୍ୟାନ କରି ପରମାନନ୍ଦଙ୍କୁ ମନୋନୀତ କରିବାରୁ ସୁରଥ କଂଗ୍ରେସ ସହ ବୁଝାମଣା କରି ସରପଞ୍ଚ ପ୍ରାର୍ଥୀ ହୋଇଛନ୍ତି। ସେହିପରି ଅଣସଂରକ୍ଷିତ ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ସମିତିସଭ୍ୟ ପଦ ଲାଗି କଂଗ୍ରେସ ସମର୍ଥିତ ପ୍ରାର୍ଥୀ ଭାବେ ମାମିଲତା ଜେନା, ବିଜେଡି ସମର୍ଥିତ ପ୍ରାର୍ଥୀ ରଶ୍ମିତା ଜେନା ଓ ଭାଜପା ସମର୍ଥିତ ପ୍ରାର୍ଥୀ ଭାବେ ସୁଚିସ୍ମିତା ପଣ୍ଡା ଛିଡ଼ା ହୋଇଛନ୍ତି। ପ୍ରାର୍ଥୀମାନେ ପ୍ରଚାରକୁ ଜୋରଦାର କରି ଭୋଟରଙ୍କ ପାଖକୁ ଯାଇ ନିଜ ସପକ୍ଷରେ ମନାଇବାରେ ଲାଗିପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର

ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍‌ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା…

ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ…

ଇନ୍ଦ୍ରାବତୀ ଡ୍ୟାମରେ ବଢୁଛି ଜଳସ୍ତର୍‌: ଟ୍ରାଏଲ୍‌ ରନ୍‌ରେ ଖୋଲାଗଲା ୪ ନଂ ଗେଟ୍‌

ନବରଙ୍ଗପୁର, ୩।୯(ସଦାଶିବ ପ୍ରହରାଜ): ଇନ୍ଦ୍ରାବତୀ ଜଳଭଣ୍ଡାରରେ ବଢୁଛି ଜଳସ୍ତର। ବିପଦ ସଂକେତ ନିକଟତର ହେବା ପରେ ଗେଟ୍‌ ଖୋଲିବାକୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଛି ଡ୍ୟାମ୍‌ କର୍ତ୍ତୃପକ୍ଷ।…

୭ ଦିନ ଯାଏ ବର୍ଷା, ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୩ା୯(ସୌମ୍ୟରଞ୍ଜନ ରାଉତ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଗୁରୁବାର…

ନିଆରା ଢଙ୍ଗରେ ପାଳନ ହେବ ଆଗାମୀ ଗୁରୁ ଦିବସ: ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ବିଶେଷ ସମ୍ମାନ, DEOଙ୍କୁ ଚିଠି…

ଭୁବନେଶ୍ୱର,୩।୯: ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆଗାମୀ ‘ଗୁରୁ ଦିବସ-୨୦୨୬’ ଆଡ଼ମ୍ବର ସହକାରେ ପାଳନ କରାଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସମସ୍ତ ଜିଲା ଶିକ୍ଷା ଅଧିକାରୀ…

ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଟଙ୍କା: ଉପକୃତ ହେବେ  ୪୧ ଲକ୍ଷରୁ ଊର୍ଦ୍ଧ୍ୱ କୃଷକ ପରିବାର

ଭୁବନେଶ୍ୱର,୩।୯: ରାଜ୍ୟର ଚାଷୀଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବହୁପ୍ରତୀକ୍ଷିତ ’ସିଏମ-କିଷାନ’ (CM-KISAN) ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ…

ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ସରପଞ୍ଚ ତପନ କୁମାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତଙ୍କୁ କେ.ନୂଆଗାଁ ଥାନା ପୋଲିସ…

ଶୋଇଥିବାବେଳେ ମହିଳାଙ୍କୁ ଚୋଟ ମାରିଲା ସାପ, ଚାଲିଗଲା ଜୀବନ

କୂଆଁରମୁଣ୍ଡା,୩ା୯(ମହେନ୍ଦ୍ର କୁମାର ସାହୁ): ବିଷାକ୍ତ ସାପ କାମୁଡ଼ିବା ପରେ ପ୍ରଥମେ ଝଡ଼ା ଫୁଙ୍କା ଓ ପରେ ନକଲି ଡାକ୍ତରଙ୍କ ନିକଟକୁ ଯାଇ ପରିସ୍ଥିତି ସଙ୍କଟାପନ୍ନ ହେବାରୁ ଶେଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri