Posted inଜାତୀୟ

ନିଯୁକ୍ତି ପ୍ରକ୍ରିୟାରେ ପରିବର୍ତ୍ତନକୁ ଚ୍ୟାଲେଞ୍ଜ କରିପାରିବେନି ପ୍ରାର୍ଥୀ

ନୂଆଦିଲ୍ଲୀ,୨୭ା୫(ପି.ଟି.):ନିଯୁକ୍ତି ପାଇଁ ଆବେଦନ କରିଥିବା ପ୍ରାର୍ଥୀଙ୍କର ନିଯୁକ୍ତି ପ୍ରକ୍ରିୟାରେ ପରିବର୍ତ୍ତନ ବିରୋଧରେ ଯିବାର ଆଇନଗତ ଅଧିକାର ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏପରିକି ପ୍ରାର୍ଥୀଙ୍କ ନାଁ ଚୟନ ତାଲିକାକୁ ଯାଇଥିଲେ ମଧ୍ୟ ତାଙ୍କର ଏଭଳି ଅଧିକାର ନ ଥିବା ଜଷ୍ଟିସ କେ.ଏମ୍‌. ଜୋସେଫ ଏବଂ ହୃଷିକେଶ ରାୟଙ୍କ ଖଣ୍ଡପୀଠ କହିଛନ୍ତି। ତେବେ ନିଯୁକ୍ତିଦାତା ମନଇଚ୍ଛା ଯାହା କିଛି ନିଷ୍ପତ୍ତି ନେଇପାରିବେ ନାହିଁ ବୋଲି ମଧ୍ୟ ଅଦାଲତ ସ୍ପଷ୍ଟ କରିଦେଇଛନ୍ତି।
କର୍ମଚାରୀ ରାଜ୍ୟ ବୀମା ନିଗମ ପରିଚାଳିତ ଏକ କଲେଜରେ ଆସୋସିଏଟ୍‌ ପ୍ରଫେସର ପଦ ପୂରଣ ଲାଗି ୨୦୧୮ ମାର୍ଚ୍ଚ ୧ରେ ଅନ୍‌ଲାଇନରେ ଆବେଦନ ଆହ୍ବାନ କରାଯାଇଥିଲା। ପ୍ରଶାସନିକ କାରଣରୁ ଉକ୍ତ ନିଯୁକ୍ତି ପ୍ରକ୍ରିୟାକୁ ସ୍ଥଗିତ ରଖାଗଲା ବୋଲି ସେହି ମାସ ୨୧ରେ ଆଉ ଏକ ବିଜ୍ଞପ୍ତି ଜାରି କରାଯାଇଥିଲା। ଜଣେ ଆବେଦନକାରୀ ଏନେଇ କେନ୍ଦ୍ରୀୟ ପ୍ରଶାସନିକ ଟ୍ରିବ୍ୟୁନାଲଙ୍କ ଦ୍ୱାରସ୍ଥ ହୋଇ ପୂର୍ବ ବିଜ୍ଞାପନ ଅନୁଯାୟୀ ଆସୋସିଏଟ୍‌ ପ୍ରଫେସର ପଦବୀ ପୂରଣ କରିବା
ଲାଗି ନିର୍ଦ୍ଦେଶ ଦେବାକୁ ନିବେଦନ କରିଥିଲେ। ଟ୍ରିବ୍ୟୁନାଲ ତାଙ୍କ ସପକ୍ଷରେ ରାୟ ଦେଇଥିଲେ। ଏହାକୁ କର୍ନାଟକ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲେ ହେଁ ରିଟ୍‌ ପିଟିଶନ ଖାରଜ ହୋଇଯାଇଥିଲା। ୪୫ ଦିନ ମଧ୍ୟରେ ନିଯୁକ୍ତି ସମ୍ପୂର୍ଣ୍ଣ କରିବା ଲାଗି ହାଇକୋର୍ଟ ନିର୍ଦ୍ଦେଶ ଦେବା ସମ୍ଭବ ନୁହେଁ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି।…

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ୟୁପିରେ ଅଦଳବଦଳ

ନିକଟରେ ଉତ୍ତର ପ୍ରଦେଶ(ୟୁପି)ରେ ବାବୁ ଅଦଳବଦଳ କରାଯାଇଛି। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟରେ ୨୦୨୪ ବ୍ୟାଚ୍‌ର ୧୮ ଜଣ ଯୁବ ଆଇଏଏସ୍‌ ଅଧିକାରୀଙ୍କୁ ଆସିଷ୍ଟାଣ୍ଟ ମାଜିଷ୍ଟ୍ରେଟରୁ ଜଏଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri