ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକୁ ଫୁ: ପ୍ରାର୍ଥୀପତ୍ର ଦାଖଲ ବେଳେ ଶୋଭାଯାତ୍ରାରେ ଆସୁଛନ୍ତି…

କୁଜଙ୍ଗ,୨୦।୧ (ଡି.ଏନ.ଏ.): କୁଜଙ୍ଗ ବ୍ଲକରେ ସମିତିସଭ୍ୟସଭ୍ୟା ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିବାକୁ ଆସିବାବେଳେ କୋଭିଡ୍‌ ଗାଇଡଲାଇକୁ ସମ୍ପୂର୍ଣ୍ଣ ଉଲ୍ଲଘଂନ କରିଥିବା ବୁଧବାର ଦେଖିବାକୁ ମିଳିଛି। ଫଳରେ କୁଜଙ୍ଗରେ କୋଭିଡ୍‌ ସଂକ୍ରମଣ ବଢିବା ଆଶଙ୍କା ପ୍ରକାଶ ପାଇଛି। ସମସ୍ତ ରାଜନୈତିକ ଦଳର ପ୍ରାର୍ଥୀ ପ୍ରାର୍ଥୀନିମାନେ ୩୦ରୁ ଊର୍ଦ୍ଧ୍ୱ କର୍ମୀ ଓ ଚାରି ଚକିଆ ସହ ଶତାଧିକ ଦୁଇ ଚକିଆ ଗାଡି ଧରି ଶୋଭାଯାତ୍ରାରେ ବଜାର ପରିକ୍ରମା କରି ବ୍ଲକ କାର୍ଯ୍ୟାଳୟ ନିକଟକୁ ଆସୁଛନ୍ତି। ବ୍ଲକ କାର୍ଯ୍ୟାଳୟ ପରିସର ଓ ଫାଟକ ସମ୍ମୁଖରେ ହଜାର ହଜାର ଲୋକ ସମବେତ ହେଉଛନ୍ତି। ବୁଧବାର ଏମିତି ଭିଡ ହେଲା ଯେ, ଏକ ନିର୍ଦ୍ଧିଷ୍ଟ ପଞ୍ଚାୟତର ପ୍ରାର୍ଥୀଙ୍କ ଶତାଧିକ ସମର୍ଥକ ଶୋଭାଯାତ୍ରାରେ ଆସି ଭିଡ ଜମାଇବାରୁ ବ୍ଲକ ଓ ତହସିଲ ରାସ୍ତାରେ ଯାତାୟତ ଠପ ହୋଇଯାଇଥିଲା। ଏ ସମ୍ପର୍କରେ ଖବରପାଇ କୁଜଙ୍ଗ ତହସିଲଦାର ପ୍ରୀତିପର୍ଣ୍ଣା ମିଶ୍ର ଘଟଣାସ୍ଥଳରେ ପହଞ୍ଚତ୍ ପୋଲିସ ଡକାଇ ଭିଡ ହଟାଇ ଥିଲେ। ମାତ୍ର ବ୍ଲକ କାର୍ଯ୍ୟାଳୟ ପରିସରରେ କୋଭିଡ ଆଇନକୁ ଉଲ୍ଲଘଂନ କରାଯାଇ ଖଚାଖଚ ଭିଡ ହୋଇଥିଲେ ବି ଉପସ୍ଥିତ ପୋଲିସ ନୀରବ ଦ୍ରଷ୍ଟା ସାଜିଥିଲେ। ଏଥିରୁ ସ୍ପଷ୍ଟ ଅନୁମେୟ ପ୍ରାର୍ଥୀ, ପ୍ରସ୍ଥାବକ, ସମର୍ଥକ ଓ ପ୍ରଶସକ କୋଭିଡ୍‌ ଆଇନକୁ ଫୁ କରି ଛାଲିଛନ୍ତି। ଏ ସମ୍ପର୍କରେ କୁଜଙ୍ଗ ବିଡିଓ ସୌମଶ୍ରୀ ପାଣିଗ୍ରାହୀଙ୍କୁ ପଚାରିବାରେ ସେ କହୁଛନ୍ତି, ଯେଉଁଘରେ ପ୍ରାର୍ଥତ୍ପତ୍ର ଦାଖଲ ହେଉଛି ସେ ଘରକୁ କେବଳ ପ୍ରାର୍ଥୀ ଓ ପ୍ରସ୍ତାବକ ସମର୍ଥକଙ୍କୁ ପ୍ରବେଶ ଅନୁମତି ମିଳୁଛି। କାର୍ଯ୍ୟାଳୟ ପରସରରେ ଭିଡ ଏଡାଇବା ଦାୟିତ୍ୱ ତହସିଲଦାରଙ୍କର କହି ନିଜ କାନ୍ଧରୁ ଦାୟିତ୍ୱ ଖସାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri