Posted inଜାତୀୟ

ପ୍ରାର୍ଥୀଙ୍କ ନିର୍ବାଚନ ଖର୍ଚ୍ଚ ସୀମା ବଢ଼ିଲା: ଲୋକ ସଭା ପ୍ରାର୍ଥୀ ୯୫ ଲକ୍ଷ, ବିଧାନସଭା ପ୍ରାର୍ଥୀ ୪୦ ଲକ୍ଷ ଯାଏ ବ୍ୟୟ କରିପାରିବେ

ନୂଆଦିଲ୍ଲୀ,୭ା୧: ଲୋକ ସଭା ଓ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀମାନଙ୍କ ଖର୍ଚ୍ଚ ସୀମାକୁ ବୃଦ୍ଧି କରାଯାଇଛି। ଲୋକ ସଭା ପ୍ରାର୍ଥୀଙ୍କ ଲାଗି ସର୍ବୋଚ୍ଚ ଖର୍ଚ୍ଚ ସୀମା ୭୦ ଲକ୍ଷ ଟଙ୍କା ଥିବାବେଳେ ଏହା ୯୫ ଲକ୍ଷକୁ ବୃଦ୍ଧି ହୋଇଛି। ସେହିପରି ବିଧାନସଭା ପ୍ରାର୍ଥୀଙ୍କ ସର୍ବୋଚ୍ଚ ଖର୍ଚ୍ଚସୀମା ୨୮ ଲକ୍ଷରୁ ୪୦ ଲକ୍ଷ ଟଙ୍କାକୁ ବଢ଼ାଇ ଦିଆଯାଇଛି। ନିର୍ବାଚନ କମିଶନ (ଇସି)ଙ୍କ ସୁପାରିସ ଆଧାରରେ ଆଇନ ମନ୍ତ୍ରଣାଳୟ ଉପରୋକ୍ତ ନିଷ୍ପତ୍ତି ନେଇଛି। ଖର୍ଚ୍ଚ ମୁଦ୍ରାସ୍ଫୀତି ସୂଚକାଙ୍କ ବଢ଼ିବା ସହ ନିର୍ବାଚନ ମଣ୍ଡଳୀର ଭୋଟର ସଂଖ୍ୟାରେ ବୃଦ୍ଧି ଘଟିଛି। ଏହାକୁ ଦୃଷ୍ଟିରେ ରଖି ପ୍ରାର୍ଥୀଙ୍କ ନିର୍ବାଚନୀ ଖର୍ଚ୍ଚ ସୀମା ବଢ଼ାଇବାକୁ ନିଷ୍ପତ୍ତି ନିଆଯାଇଛି। ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ଗୋଆ ଏବଂ ମଣିପୁରରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ସଂଶୋଧିତ ଖର୍ଚ୍ଚ ସୀମା ଲାଗୁ ହେବ। ୨୦୧୪ରେ ହୋଇଥିବା ସଂଶୋଧନ ଅନୁଯାୟୀ ବଡ଼ ରାଜ୍ୟଗୁଡ଼ିକରେ ଲୋକ ସଭା ପ୍ରାର୍ଥୀଙ୍କ ଖର୍ଚ୍ଚସୀମା ୭୦ ଲକ୍ଷ ଟଙ୍କା ଧାର୍ଯ୍ୟ କରାଯାଇଥିଲା। କୋଭିଡ୍‌ ସମୟରେ ଏହାକୁ ଅସ୍ଥାୟୀ ଭାବେ ୭୭ ଲକ୍ଷ ଟଙ୍କାକୁ ଦୃଦ୍ଧି କରାଯାଇଥିବାବେଳେ ବର୍ତ୍ତମାନ ୯୫ ଲକ୍ଷ ଟଙ୍କା ହୋଇଛି। ସେହିପରି ଛୋଟ ରାଜ୍ୟଗୁଡ଼ିକ ପାଇଁ ପ୍ରାର୍ଥୀଙ୍କ ଖର୍ଚ୍ଚସୀମା ୫୪ ଲକ୍ଷ ଟଙ୍କା ଥିଲା, ଯାହାକୁ ୭୫ ଲକ୍ଷ ଟଙ୍କାକୁ ବଢ଼ାଯାଇଛି। ସେହିପରି ବଡ଼ ରାଜ୍ୟରେ ବିଧାନସଭା ପ୍ରାର୍ଥୀଙ୍କ ଖର୍ଚ୍ଚସୀମା ୨୮ ଲକ୍ଷରୁ ୪୦ ଲକ୍ଷକୁ ବଢ଼ିଥିବାବେଳେ ଛୋଟ ରାଜ୍ୟରେ ଏହାକୁ ୨୦ ଲକ୍ଷରୁ ୨୮ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।
୨୦୧୪ରୁ ଇତିମଧ୍ୟରେ ଦରଦାମ୍‌ ଯଥେଷ୍ଟ ବଢ଼ିଛି। ଏହାକୁ ଦୃଷ୍ଟିରେ ରଖି ପ୍ରାର୍ଥୀଙ୍କ ନିର୍ବାଚନୀ ଖର୍ଚ୍ଚର ସର୍ବୋଚ୍ଚ ସୀମାର ସମୀକ୍ଷା କରିବା ଲାଗି ଇସି ଏକ କମିଟି ଗଠନ କରିଥିଲେ। ବଜାର ଦର ଓ ଭୋଟର ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ପ୍ରାର୍ଥୀଙ୍କ ଖର୍ଚ୍ଚ ସୀମା ୧୨ରୁ ୪୨ ପ୍ରତିଶତ ପର୍ଯ୍ୟନ୍ତ ବଢ଼ାଇବା ଲାଗି କମିଟି ସୁପାରିସ କରିଥିଲା। ସୂଚନାଯୋଗ୍ୟ, ୨୦୧୪ରେ ଭୋଟର ସଂଖ୍ୟା ୮୩.୪ କୋଟି ଥିବାବେଳେ ୨୦୨୧ରେ ତାହା ୯୩.୬ କୋଟିକୁ ବୃଦ୍ଧି ପାଇଛି। ସେହିପରି ୭ ବର୍ଷ ମଧ୍ୟରେ ଖର୍ଚ୍ଚ ମୁଦ୍ରାସ୍ଫୀତି ସୂଚକାଙ୍କ ୨୪୦ରୁ ବଢ଼ି ୩୧୭ରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri