Odisha Elections 2024

ରାଜନୀତି ସରଗରମ: ଆଉ ୫ ଦିନ ପରେ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

କେସିଙ୍ଗା,୮ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା କ୍ଷେତ୍ରର କେସିଙ୍ଗା ବ୍ଳକରେ ରାଜନୈତିକ ଉଷ୍ମତା ବଢ଼ିଚାଲିଛି। ଆସନ୍ତା ୧୩ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ। ୮୦-ବିଧାନ ସଭା ଭବାନୀପାଟଣା ନିର୍ବାଚନ କ୍ଷେତ୍ରକୁ ହାତେଇବା ପାଇଁ ସବୁ ଦଳର ପ୍ରାର୍ଥୀମାନେ ପ୍ରଚାର ଜୋର ଲଗାଇଛନ୍ତି। ପ୍ରତ୍ୟେକ ଦଳ ନିଜ ନିଜର ସ୍ଥିତି ବଜାୟ ରଖିବା ପାଇଁ କସରତ ଜାରି ରଖିଛନ୍ତି। ଚଳିତ ସାଧାରଣ ନିର୍ବାଚନକୁ ଆଉ ମାତ୍ର୫ ଦିନ ଥିବା ବେଳେ ୩ ପ୍ରମୁଖ ରାଜନୈତିକ ଦଳ ମଧ୍ୟରେ ଅଙ୍କକଷା ଚାଲିଛି। ପ୍ରତ୍ୟେକ ଦିନ ବିଜେଡି
ବିଧାୟକ ପ୍ରାର୍ଥିନୀ ଲଳିତା ନାଏକ ତାଙ୍କ ସମର୍ଥନମାନେ କେସିଙ୍ଗା ବ୍ଲକ ଏନ୍‌ଏସି ସମେତ ୧୭ଟି ପଞ୍ଚାୟତରେ ଭୋଟ୍‌ ପ୍ରଚାରରେ ଜୋର ଲଗାଇଛନ୍ତି। କଂଗ୍ରେସ ଦଳ ପକ୍ଷରୁ ସାଗର ଚରଣ ଦାସ ଓ ଭାଜପା ପକ୍ଷରୁ ପ୍ରଦୀପ୍ତ ନାଏକ ମଧ୍ୟ ନିର୍ବାଚନ ପ୍ରଚାର କରୁଛନ୍ତି। କେସିଙ୍ଗା ବ୍ଲକରେ ଉଭୟେ ସକ୍ରିୟ ସଂଗଠନକୁ ସୁଦୃଢ଼ କରିବା ସହ ସହ କର୍ମୀଙ୍କୁ ଉତ୍ସାହିତ କରୁଛନ୍ତି। ବିଜେଡିର ଏମ୍‌ପି ଓ ବିଧାୟକ ପ୍ରାର୍ଥୀଙ୍କ ପ୍ରଚାର କାର୍ଯ୍ୟକ୍ରମ ଜୋରରେ ଚାଲିଥିବା ବେଳେ ସମର୍ଥନ ବିଜେଡିକୁ ଆହୁରି ଶାଣିତ କରିଛି। ଫଳରେ କଂଗ୍ରେସ ଓ ଭାଜପା ମଧ୍ୟ ଜୋର୍‌ ଲଗେଇଛନ୍ତି। ଏହି ବ୍ଲକରେ ବିଜେଡି, କଂଗ୍ରେସ ଓ ଭାଜପା ତ୍ରିମୁଖୀ ଲଢ଼େଇ ପାଇଁ ନିଜ ନିଜ ସମର୍ଥନ ସହ ଗାଁ ଗାଁ ବୁଲି ଭୋଟ୍‌ ଭିକ୍ଷା କରୁଛନ୍ତି। କେତେକ ସ୍ବାଧୀନ ପ୍ରାର୍ଥୀ ମଧ୍ୟ ଜୋର୍‌ଦାର ପ୍ରଚାର କରୁଥିବା ଜଣାପଡ଼ିଛି। କେସିଙ୍ଗା ରେଳ ଷ୍ଟେଶନରେ ଦୀର୍ଘ ବର୍ଷର ଦ୍ରୁତଗାମୀ ଦୁର୍ଗ-ପୁରୀ ଏବଂ ଇସ୍ପାତ ଟ୍ରେନ୍‌କୁ କେସିଙ୍ଗା ଯାଏ ସମ୍ପ୍ରସାରଣ କରିବା ଦାବି କରିଆସୁଛନ୍ତି। କିନ୍ତୁ ଆଜି ଯାଏ କୌଣସି ସୁଫଳ ମିଳି ନ ଥିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି-ଭାଜପା କର୍ମୀ ଗଣ୍ଡଗୋଳ: ୪ ଗିରଫ

ରାଉରକେଲା, ୧୯ା୫(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅନ୍ତର୍ଗତ ଗଙ୍ଗାଧରପାଲି ବସ୍ତି ଅଞ୍ଚଳରେ ହୋଇଥିବା ବିଜେଡି ଓ ଭାଜପା ଗଣ୍ଡଗୋଳ ମାମଲାରେ ରବିବାର ପୋଲିସ ୨ଟି ପୃଥକ...

ଶାଢ଼ି ବାଣ୍ଟି ଧରାପଡ଼ିଲେ ୨ଯୁବକ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସୋମବାର ସାଧାରଣ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ। ତେବେ ଭୋଟରଙ୍କୁ ନିଜ ସପକ୍ଷକୁ ଟାଣିବା ପାଇଁ ମତଦାନ ପୂର୍ବରୁ...

କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା, ବଜ୍ରପାତରେ…

ଆସିକା,୧୯ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଳା କୋଟିନଡା ଥାନା ଅନ୍ତର୍ଗତ ହୁମୁକି ଗ୍ରାମରେ ରବିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା।...

ଗରମ ପେଜ ପଡ଼ି ପୋଲିଂ କର୍ମଚାରୀ ଆହତ

ଆସିକା/ଧରାକୋଟ,୧୯ା୫(ସୁରେନ୍ଦ୍ର ନାଥ ସାହୁ/ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅଧୀନ ମଛାକୋଟ ପଞ୍ଚାୟତର ମଥୁରା ପଦନାପୁର ଗ୍ରାମର ଏକ ବୁଥରେ ଅଘଟଣ ଘଟିଛି।...

ଗାଁକୁ ଗାଁ ବୁଲି ଭୋଟ ଭିକ୍ଷା କଲେ ସୂର୍ଯ୍ୟବଂଶୀ

ଧାମନଗର,୧୯।୫(ଦେବେନ୍ଦ୍ର ଆନ୍ଦିଆ)-ଧାମନଗର ବିଧାନସଭା ଆସନ ପାଇଁ ଦ୍ୱିତୀୟ ଥର ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଅସୁରାଳି ଜୋନ୍‌ରେ ନିର୍ବାଚନ ପ୍ରଚାରକୁ ଜୋରଦାର...

ବିଜେଡି ନିର୍ବାଚନୀ ସଭାରେ ବିଡିଓଙ୍କ ଉପସ୍ଥିତି : ଅଭିଯୋଗ ଆଣିଲା ବିରୋଧୀ

ହାଟଡିହୀ,୧୯।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ହାଟଡିହୀ ବ୍ଲକ ଛେନାପଦୀଠାରେ ରବିବାର ବିଜେଡି ପକ୍ଷରୁ ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ...

“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା...

ନିଆଁ ଲାଗି ଜଳିଗଲା ୨ ବଖରା ଘର: ଲିଭାଇବା ବେଳେ ୨ ଆହତ

ବାସୁଦେବପୁର,୧୯।୫(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ସୁରେଶ୍ୱରପୁର ଗ୍ରାମର ୮ ନଂ. ୱାର୍ଡରେ ରବିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ଶାନ୍ତିଲତା ବେହେରାଙ୍କ ୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri