ପ୍ରାର୍ଥୀ ଚୟନକୁ ନେଇ ଛକାପଞ୍ଝା

ବାରିପଦା ଅଫିସ,୩ା୩: ମୟୂରଭଞ୍ଜ ଜିଲାରେ ପୌର ନିର୍ବାଚନ ଲାଗି ଉଷ୍ମତା ବଢ଼ି ଚାଲିଛି। ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ପ୍ରାର୍ଥୀ ଚୟନ ନେଇ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ଛକାପଞ୍ଝା ଲାଗି ରହିଛି। ବାରିପଦା, ରାଇରଙ୍ଗପୁର ମ୍ୟୁନିସିପାଲିଟି ଏବଂ ଉଦଳା, କରଞ୍ଜିଆ ଏନ୍‌ଏସିରେ ନିର୍ବାଚନ ହେବାକୁ ଥିବା ବେଳେ ଆଶାୟୀମାନେ ଟିକେଟ ପାଇଁ ଦଳୀୟ ନେତାଙ୍କଠାରେ ଲବି ଚଳାଇଛନ୍ତି। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଜିଲାରେ ଅଭୂତପୂର୍ବ ସଫଳତା ହାସଲ କରିଥିବା ବିଜେଡି ପୌର ପରିଷଦର ସମସ୍ତ ଆସନ ହାତେଇବାକୁ ଗୋଟିଚାଳନା ଜାରି ରଖିଛି। ୩ଟି ଜିଲା ପରିଷଦ ଜୋନ୍‌ ଦଖଲ କରିଥିବା ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚା(ଜେଏମ୍‌ଏମ୍‌) ମଧ୍ୟ ଉତ୍ସାହିତ ରହିଛି। ପୌର ନିର୍ବାଚନରେ ଦଳ କିଭଳି ଅଧିକ ଆସନ ଅକ୍ତିଆର କରିବ ସେଥିପାଇଁ ପ୍ରୟାସ ଆରମ୍ଭ କରିଛି। ଅନ୍ୟପକ୍ଷରେ ପଞ୍ଚାୟତ ନିର୍ବାଚନରେ ଧୂଳି ଚାଟିଥିବା ଭାଜପା ଓ କଂଗ୍ରେସ ମଧ୍ୟ ପୌର ପରିଷଦ ଦଖଲ କରିବା ଲାଗି ଉଦମ୍ୟ ଚଳାଇଛନ୍ତି।
ବିଜେଡି ପ୍ରତି ଜନସମର୍ଥନ ରହିଥିବା ନେଇ ମୟୂରଭଞ୍ଜବାସୀ ଚଳିତ ପଞ୍ଚାୟତ ନିର୍ବାଚନରେ ପ୍ରମାଣିତ କରିଛନ୍ତି। ବିଜୟ ଧାରାକୁ ଦୃଷ୍ଟିରେ ରଖି ପୌର ନିର୍ବାଚନରେ ମଧ୍ୟ ଦଳ ଭଲ ପ୍ରଦର୍ଶନ କରିବ ବୋଲି ବିଜେଡି ନେତାମାନେ ଆଶାବାଦୀ ରହିଛନ୍ତି। ଏନେଇ ଜିଲା ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିବା ବିଜେଡିର ରାଜ୍ୟ ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ପହଞ୍ଚିି ଦଳୀୟ ନେତୃବୃନ୍ଦଙ୍କ ସହ ଗୁପ୍ତ ବୈଠକ କରୁଛନ୍ତି। ସାଙ୍ଗଠନିକ ଦାୟିତ୍ୱରେ ରହି ଦଳକୁ ସଜାଡିଥିବା ବ୍ୟକ୍ତିଙ୍କୁ ଟିକଟ ପ୍ରଦାନ କରାଯିବା ନେଇ ଆଲୋଚନା ହୋଇଛି। ଅନ୍ୟପକ୍ଷରେ ଅଧ୍ୟକ୍ଷ ପଦ ପାଇଁ ଆଶାୟୀ ଥିବା ବହୁ ନେତାଙ୍କ ମଧ୍ୟରେ ବଳ କଷାକଷି ଚାଲିଛି। ଦଳୀୟ ଟିକଟରୁ ବଞ୍ଚିିତ ହେଲେ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିିବାକୁ କେତେଜଣ ମନସ୍ତ କରୁଥିବା ଆଲୋଚନା ଦେଉଛି। ବୁଧବାର ଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହୋଇଥିବା ବେଳେ କୌଣସି ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରି ନ ଥିବା ଜଣାପଡିଛି। ବାରିପଦା ପୌର ପରିଷଦରେ ଥିବା ୨୮ଟି ଆସନରୁ ୨୦୧୫ ପୌର ନିର୍ବାଚନରେ ବିଜେଡି ୨୭ଟି ହାତେଇଥିବା ବେଳେ ଭାଜପା ଗୋଟିଏରେ ସୀମିତ ରହିଥିଲା। ସାରା ରାଜ୍ୟରେ ଜନସମର୍ଥନକୁ ଦୃଷ୍ଟିରେ ରଖି ଅନ୍ୟ ଦଳର କର୍ମକର୍ତ୍ତା ବିଜେଡି ପ୍ରତି ଆକୃଷ୍ଟ ହେଉଛନ୍ତି। ତେବେ ପୌର ନିର୍ବାଚନରେ ଭାଜପା କିଭଳି ରଣନୀତି ପ୍ରସ୍ତୁତ କରି ସମ୍ମାନ ବଜାୟ ରଖିବ ସେ ନେଇ କଳ୍ପନାଜଳ୍ପନା ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri