୬ ବିଶ୍ୱବିଦ୍ୟାଳୟ କୁଳପତି ଚୟନ ପାଇଁ ଆଜି ସାକ୍ଷାତ୍‌କାର

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ):ଓଡ଼ିଶାରେ ଖାଲି ପଡ଼ିଥିବା ୬ ବିଶ୍ୱବିଦ୍ୟାଳୟ କୁଳପତି ପଦବୀ ପୂରଣ ପାଇଁ ସୋମବାର ପ୍ରାର୍ଥୀମାନଙ୍କ ସାକ୍ଷାତ୍‌କାର ଅନୁଷ୍ଠିତ ହେବ। କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏହି ସାକ୍ଷାତ୍‌କାର ନେବେ। ଏଥିପାଇଁ ୧୮ଜଣ ଶର୍ଟ ଲିଷ୍ଟେଡ୍‌ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨ଜଣ ରାଜ୍ୟରେ ଥିବା ବିଭିନ୍ନ ବିଶ୍ୱବିଦ୍ୟାଳୟରୁ ଆସିଥିବାବେଳେ ୬ଜଣ ରାଜ୍ୟ ବାହାର ଶିକ୍ଷାନୁଷ୍ଠାନରୁ ରହିଥିବା ଜଣାପଡ଼ିଛି। ସର୍ଚ୍ଚ କମିଟି ଦ୍ୱାରା ଯୋଗ୍ୟ ବିବେଚିତ ହୋଇ ପ୍ୟାନେଲ୍‌ରେ ଥିବା ପ୍ରାର୍ଥୀମାନେ କୁଳାଧିପତିଙ୍କ ସହ ସାକ୍ଷାତ୍‌କାର ଲାଗି ସୋମବାର ପୂର୍ବାହ୍ନ ୧୧ଟା ସୁଦ୍ଧା ରାଜଭବନରେ ପହଞ୍ଚତ୍ବା ପାଇଁ ସୂଚନା ଦିଆଯାଇଛି। ସାକ୍ଷାତ୍‌କାର ପରେ କେଉଁ ବିଶ୍ୱବିଦ୍ୟାଳୟ ଲାଗି କିଏ କୁଳପତି ଭାବେ ନିଯୁକ୍ତି ପାଇବେ ତାହା ଜଣାପଡ଼ିବ।
ସୂଚନାଯୋଗ୍ୟ, ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ସୌମେନ୍ଦ୍ର ମୋହନ ପଟ୍ଟନାୟକ, ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର କୁଳପତି ପଦ୍ମଜା ମିଶ୍ର, ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର କୁଳପତି ଅମରେନ୍ଦ୍ର ନାରାୟଣ ମିଶ୍ର, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର କୁଳପତି ଅତନୁ କୁମାର ପତି, ଫକୀର ମୋହନ ବିଶ୍ୱବିଦ୍ୟାଳୟର କୁଳପତି ମଧୁମିତା ଦାସ ଓ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଦୀପ କୁମାର ଚାନ୍ଦଙ୍କ କାର୍ଯ୍ୟକାଳ ପ୍ରାୟ ୮ ମାସ ତଳୁ ସରିଯାଇଛି। କିନ୍ତୁ ସେମାନଙ୍କ ଉତ୍ତରାଧିକାରୀ ଚୟନ କରାଯାଇ ନ ଥିବା ଯୋଗୁ କୁଳାଧିପତିମାନଙ୍କ କାର୍ଯ୍ୟକାଳ ବାରମ୍ବାର ବଢ଼ା ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri