ଦିଗପହଣ୍ଡି,୩୦ା୫(ଡି.ଏନ୍.ଏ.): ଦିଗପହଣ୍ଡିରେ ପ୍ରାଥମିକ ସେବା ସମବାୟ ସମିତି ନିର୍ବାଚନକୁ ନେଇ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ସୋମବାର ୧୫ ନିର୍ଦ୍ଦେଶକ ପଦବୀ ପାଇଁ ନାମାଙ୍କନ ଦାଖଲ ଲାଗି ପ୍ରଶାସନିକ ସ୍ତରରେ ପୂର୍ବରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଦଳୀୟ ସଙ୍କେତରେ ନିର୍ବାଚନ ହେଉ ନ ଥିଲେ ମଧ୍ୟ ରାଜନୈତିକ ସ୍ତରରେ ତତ୍ପରତା ପ୍ରକାଶ ପାଇଛି। ସମବାୟ ସମିତି ପରିଚାଳନା ପରିଷଦର ସଦସ୍ୟା ସଦସ୍ୟ (ନିର୍ଦ୍ଦେଶକ) ପଦବୀ ହାସଲ ନିମନ୍ତେ ଦିଗପହଣ୍ଡିରେ କଂଗ୍ରେସ, ବିଜେଡ଼ି କମ୍ୟୁନିଷ୍ଟ ସମେତ ଭାଜପା ରଣନୀତି ପ୍ରସ୍ତୁତ କରିଛି। ସ୍ଥିତି ଜାହିର କରିବା ପାଇଁ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ମଧ୍ୟରେ ଛକାପଞ୍ଝା ଆରମ୍ଭ କରିଛନ୍ତି। ସେହିପରି ଦିଗପହଣ୍ଡି ବ୍ଲକ ଅଧିନ ୨୪ଟି ପ୍ରାଥମିକ ସେବା ସମବାୟ ସମିତଗୁଡିକରେ ମଧ୍ୟ ଛକାପଞ୍ଝା ଆରମ୍ଭ ହୋଇଯାଇଛି।
ବ୍ରହ୍ମପୁର କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ଅଧିନ ୨୦ଟି ଏବଂ ଆସିକା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ଅଧିନ ୪ଟି ପ୍ରାଥମିକ ସେବା ସମବାୟ ସମିତି ପାଇଁ ୨ଟି ପର୍ଯ୍ୟାୟରେ ନିର୍ବାଚନ କରାଯିବ। ଆସନ୍ତା ଜୁନ ୧୯ତାରିଖରେ ପ୍ରଥମ ପର୍ଯ୍ୟାୟ ଏବଂ ୨୬ରେ ଦ୍ୱିିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଦିଗପହଣ୍ଡି ସେବା ସମବାୟ ସମିତିରେ ନିର୍ବାଚନ କାର୍ଯ୍ୟ ପରିଚାଳନା ପାଇଁ ନିର୍ବାଚନ ଅଧିକାରୀ ଭାବେ ଘନଶ୍ୟାମ ପତିଙ୍କୁ ନିଯୁକ୍ତ କରାଯାଇଛି। ସେହିପରି ପ୍ରତ୍ୟେକ ସେବା ସମବାୟ ସମିତି ଗୁଡ଼ିକ ନିମନ୍ତେ ନିର୍ବାଚନ ଅଧିକାରୀଙ୍କୁ ନିଯୁକ୍ତି ଦିଆଯାଇଛି। ପ୍ରତ୍ୟେକ ସେବା ସମବାୟ ସମିତିକୁ ୧୫ ଟି ଜୋନରେ ବିଭକ୍ତ କରାଯାଇଛି। ଗତ ୧୮ ଡିସେମ୍ବର ୨୦୨୧ ପର୍ଯ୍ୟନ୍ତ ଯେଉଁମାନେ ସମବାୟ ସମିତିରେ ସଭ୍ୟ ଥିବେ ସେହିମାନଙ୍କୁ ନେଇ ଜୋନ(ନିର୍ବାଚନ ମଣ୍ଡଳୀ) ଗଠନ କରାଯାଇଛି। ସମବାୟ ନିର୍ବାଚନ ପାଇଁ ଅନୁସୂଚିତ ଜାତି/ଜନଜାତି ବର୍ଗର ସଭ୍ୟାସଭ୍ୟମାନଙ୍କର ଆକାଉଣ୍ଟରେ ଶହେ ଟଙ୍କା ଏବଂ ସାଧାରଣ ବର୍ଗଙ୍କ ୫ ଶହ ଟଙ୍କା ଗତ ୧୮ ଡିସେମ୍ବର ୨୦୨୧ ସୁଦ୍ଧା ଜମା ରହିଥିବ, ସେହି ସଭ୍ୟା ସଭ୍ୟମାନେ ନିର୍ବାଚନ ପ୍ରକ୍ରିୟା ଓ ଭୋଟ ଦାନରେ ଭାଗ ନେ ପାରିବେ ବୋଲି ଗାଇଡ ଲାଇନ ଥିବା ଗଞ୍ଜାମ ଜିଲା ସହକାରୀ ସମବାୟ ନିବନ୍ଧକ ଶିବ ପ୍ରସାଦ ସ୍ବାଇଁ ସୂଚନା ଦେଇଛନ୍ତି।
ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା
ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…
ବାଇକ୍କୁ ଧକ୍କା ଦେଲା ଟ୍ରକ୍: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ
ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…
ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ
ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…
ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….
ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…
ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା
ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…
ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର
ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…
ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା
ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…
ଚେକ୍ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…
ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍ଏଫ୍ସି କୋର୍ଟରେ ଏକ ଚେକ୍ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

