ତୃତୀୟ ଦିନରେ କୋରାପୁଟ ଲୋକ ସଭା ପାଇଁ ୨ ପ୍ରାର୍ଥୀ, ବିଧାନସଭା ପାଇଁ ଜଣେ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୦ା୪(ଅମିତାଭ ବେହେରା): ଶନିବାର ନାମାଙ୍କନପତ୍ର ଦାଖଲର ତୃତୀୟ ଦିନ ହୋଇଥିବା ବେଳେ କୋରାପୁଟ ଲୋକ ସଭା ଆସନ ପାଇଁ ୨ ଜଣ ଓ କୋରାପୁଟ ବିଧାନସଭା ପାଇଁ ଜଣେ ପ୍ରାର୍ଥୀ ତାଙ୍କର ନାମାଙ୍କନପତ୍ର ଦାଖଲ କରିଥିବା ଜିଲା ପ୍ରଶାସନ ପକ୍ଷରୁ ଜଣାଯାଇଛି। ଶନିବାର ମଧ୍ୟାହ୍ନରେ ଏସ୍‌ୟୁସିଆଇ ପାର୍ଟି ପକ୍ଷରୁ ଏକ ଶୋଭାଯାତ୍ରା  ସହର ପରିକ୍ରମା କରି ଉପଜିଲାପାଳଙ୍କ କାର୍ଯ୍ୟାଳୟଠାରେ ପହଞ୍ଚିଥିଲେ। ପରେ କୋରାପୁଟ ବିଧାନସଭା ପ୍ରାର୍ଥୀ ଭାବେ ଏସ୍‌ୟୁସିଆଇର ରାମ ବାରିକ ତାଙ୍କ ନାମାଙ୍କନପତ୍ର କୋରାପୁଟ ଉପଜିଲାପାଳ ବେଣୁଧର ଶବରକୁ ପ୍ରଦାନ କରିଛନ୍ତି। ସେହିପରି ଏସ୍‌ୟୁସିଆଇର ପ୍ରମିଳା ପୂଜାରୀ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ଯାଇ ଜିଲାପାଳ ଭି.କୀର୍ତ୍ତି ଭାସନଙ୍କୁ ତାଙ୍କର ନାମାଙ୍କନପତ୍ର ପ୍ରଦାନ କରିଥିଲେ। ସେହିପରି ଆର୍‌ପିଆଇ ଦଳ ପକ୍ଷରୁ ସନ୍ତୋଷ କୁମାର ବିଡ଼ିକା କୋରାପୁଟ ଲୋକ ସଭା ପାଇଁ ରିଟର୍ନିଂ ଅଧିକାରୀ ତଥା ଜିଲାପାଳଙ୍କ ନିକଟରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଥିବା ଜଣାଯାଇଛି। ଏହି ନାମାଙ୍କନପତ୍ର ଦାଖଲ ସମୟରେ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ବର୍ତ୍ତମାନ ସୁଦ୍ଧା କୋରାପୁଟ ଲୋକ ସଭା ଆସନ ନିମନ୍ତେ ୩ ଜଣ ପ୍ରାର୍ଥୀ, କୋରାପୁଟ ବିଧାନସଭା ଆସନ ନିମନ୍ତେ ୨ ଜଣ, ପଟାଙ୍ଗି ବିଧାନସଭା ଆସନ ନିମନ୍ତେ ଜଣେ ପ୍ରାର୍ଥୀ ତାଙ୍କର ନାମାଙ୍କନପତ୍ର ଦାଖଲ କରିଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri