ଗଞ୍ଜାମ ଏନ୍‌ଏସି ପାଇଁ ନାମାଙ୍କନପତ୍ର ଦାଖଲ କଲେ ପ୍ରାର୍ଥୀ

ଗଞ୍ଜାମ,୬ା୩(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସିରେ ଆଗାମୀ ପୌର ନିର୍ବାଚନ ପାଇଁ ବିଜେଡି ଚେୟାରମ୍ୟାନ ପ୍ରାର୍ଥୀ ଝୁଲି ପାତ୍ରଙ୍କ ସମେତ ୧୦ ଜଣ କାଉନସିଲର ପ୍ରାର୍ଥୀ ରବିବାର ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କ ଉପସ୍ଥିତିରେ ସେମାନଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି। ବିଜେଡି ଚେୟାରମ୍ୟାନ ପ୍ରାର୍ଥୀଙ୍କ ସମେତ ସମସ୍ତ ଦଳୀୟ କାଉନସିଲର ପ୍ରାର୍ଥୀ ପ୍ରଥମେ ସହରସ୍ଥିତ ଏଲଏମା ମନ୍ଦିରରୁ ବାହାରି ବିଜେଡି ଛାତ୍ର ସଭାପତି ରାକେଶ ରଞ୍ଜନ ଦାସ ଓ ଯୁବ ସଭାପତି ସୁଧୀର କୁମାର ପାଢ଼ୀଙ୍କ ନେତୃତ୍ୱରେ ଏକ ବିରାଟ ବାଇକ ଶୋଭାଯାତ୍ରାରେ ବଡ଼ ବଜାର ପରିକ୍ରମା କରି ଏନ୍‌ଏସି କାର୍ଯ୍ୟାଳୟରେ ପହଞ୍ଚିଥିଲେ।

୧ ନଂ ଓ୍ବାର୍ଡ ପାଇଁ ସୁରେନ୍ଦ୍ର କୁମାର ବାରିକ, ୨ ନଂ ଓ୍ବାର୍ଡ ପାଇଁ ରୀତାଦେବୀ ମହାରଣା, ଓ୍ବାର୍ଡ ନଂ ୩ ପାଇଁ ରଇବାରି ଯାନୀ, ଓ୍ବାର୍ଡ ନଂ ୪ରେ ସବିତା ବେହେରା, ଓ୍ବାର୍ଡ ନଂ ୫ ସଂଯୁକ୍ତା ଦାସ, ଓ୍ବାର୍ଡ ନଂ ୬ ଦଣ୍ଡପାଣି ପରିଡ଼ା, ଓ୍ବାର୍ଡ ନଂ ୭ ପୁରୁଷୋତ୍ତମ ସାହୁ, ଓ୍ବାର୍ଡ ନଂ ୮ ମହାଲକ୍ଷ୍ମୀ ନାୟକ, ଓ୍ବାର୍ଡ ନଂ ୯ ସ୍ବାଗତ ଆଶିଷ ନାୟକ ପ୍ରମୁଖ ନାମାଙ୍କନପତ୍ର ଦାଖଲ କରିଛନ୍ତି।

ନାମାଙ୍କନପତ୍ର ଦାଖଲ ବେଳେ ନିର୍ବାଚନ ଅଧିକାରୀ ତଥା ଗଞ୍ଜାମ ତହସିଲଦାର ଅରୁଣ ଉପସ୍ଥିତ ଥିଲେ। ଏନ୍‌ଏସି କର୍ମଚାରୀ ଲକ୍ଷ୍ମୀ ଚରଣ ପାଢ଼ୀ, କୃଷ୍ଣଚନ୍ଦ୍ର ବୈଦ୍ୟ, କମଳାକାନ୍ତ ଦାସ ସହଯୋଗ କରିଥିଲେ। ରାଜ୍ୟ ନିର୍ବାଚନ ଆୟୋଗର ନିର୍ଦ୍ଧାରିତ ସମୟ ଶେଷ ହୋଇଯିବା ଫଳରେ ୧୦, ୧୧, ୧୨ ଏବଂ ୧୩ର ପ୍ରାର୍ଥୀମାନେ ନାମାଙ୍କନପତ୍ର ଦାଖଲ କରି ପାରି ନ ଥିଲେ। ସୋମବାର ସେମାନେ ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଯୁବ ସଭାପତି ସୁଧୀର ପାଢ଼ୀ ସୂଚନା ଦେଇଛନ୍ତି।

ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷା ଉର୍ମଳା ପଲାଇ, ପୂର୍ବତନ ଏମ୍‌ପି ପ୍ରତିନିଧି ସୁଦାମ ଚରଣ ପଲାଇ, ନଗର ସଭାପତି ରାଜୁ ରେଡ୍ଡି, ସୀମାଞ୍ଚଳ ସାହୁ, ଷ୍ଟାର ପ୍ରଚାରକ ମନୋଜ ପଣ୍ଡା, ଯୁବନେତା ଜିତୁ ପଣ୍ଡା, ଅଜୟ କୁମାର ବାରିକ, ମନୋଜ ପ୍ରଧାନ, ପୂର୍ବତନ ନଗର ସଭାପତି ସୁଧୀର କୁମାର ପଲାଇ, ମୁନା ପରିଡ଼ା, ମାନସ ସାହୁ, ରିଣ୍ଟୁ ପଲାଇ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri