ଘରକୁ ଘର ବୁଲିଲେଣି ପ୍ରାର୍ଥୀ

ଡେରାବିଶ,୨୪ା୧(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ୨୧ ତାରିଖ ପ୍ରାର୍ଥିପତ୍ର ଦାଖଲ ପରେ ଶନିବାରଠାରୁ ଆରମ୍ଭ ହୋଇଥିବା ଯାଞ୍ଚ ପ୍ରକ୍ରିୟା ରବିବାର ଅପରାହ୍ନରେ ଶେଷ ହୋଇଛି। ମାତ୍ର ନାମାଙ୍କନ ପତ୍ର ଦାଖଲ ପରେ ଘରକୁ ଘର ବୁଲି ପ୍ରାର୍ଥୀମାନେ ସେମାନଙ୍କ ପ୍ରଚାର କାର୍ଯ୍ୟକୁ ଜୋର୍‌ଦାର କରିଛନ୍ତି। ପାଟକୁରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଡେରାବିଶ ବ୍ଲକ ଅଧୀନରେ ରହିଛି ୨୬ଟି ପଞ୍ଚାୟତ। ଏହି ବ୍ଲକରେ ୩ଟି ଜିଲା ପରିଷଦ ଜୋନ୍‌ ମଧ୍ୟ ରହିଛି। ବିଜେଡି, ଭାଜପା, କଂଗ୍ରେସ ଦଳ ସମେତ ସ୍ବାଧୀନ ଭାବେ ଜିଲା ପରିଷଦ ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି। ସେହିପରି ୨୬ଟି ପଞ୍ଚାୟତରେ ବିଭିନ୍ନ ରାଜନୈତିକ ଦଳର ସମର୍ଥିତ ପ୍ରାର୍ଥୀଙ୍କ ସହ ଦଳ ସମର୍ଥନରୁ ବଞ୍ଚତ୍ତ ଆଶାୟୀମାନେ ମଧ୍ୟ ସରପଞ୍ଚ ପଦବୀ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ବ୍ଲକରେ ସମୁଦାୟ ୩୯୦ଟି ୱାର୍ଡ ରହିଛି। ଏଥିମଧ୍ୟରୁ ୫ଟି ୱାର୍ଡରେ ଆଦୌ କେହି ନାମାଙ୍କନ ପତ୍ର ଦାଖଲ କରିନାହାନ୍ତି। ତେବେ ନାମାଙ୍କନ ପତ୍ର ଦାଖଲ ପରେ ବିଜେଡି, ଭାଜପା ପକ୍ଷରୁ ପ୍ରଚାର ଅଭିଯାନକୁ ଜୋର୍‌ଦାର କରାଯାଇଛି। ସେହିପରି ଦଳୀୟ ଟିକେଟରେ ଜିଲା ପରିଷଦ ପାଇଁ ହୋଇଥିବା ପ୍ରାର୍ଥୀମାନେ ବିଭିନ୍ନ ପଞ୍ଚାୟତକୁ ଯାଇ ସେମାନଙ୍କ ଭୋଟ ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି। କୋଭିଡ୍‌ କଟକଣାକୁ ଦୃଷ୍ଟିରେ ରଖି ସ୍ବଳ୍ପସଂଖ୍ୟକ ସମର୍ଥକଙ୍କ ମଧ୍ୟରେ ପ୍ରାର୍ଥୀମାନେ ଭୋଟରମାନଙ୍କୁ ଭେଟୁଥିବା ଦେଖାଯାଉଛି। ନିର୍ବାଚିତ ହେଲେ ପଞ୍ଚାୟତରେ ଉନ୍ନୟନମୂଳକ କାର୍ଯ୍ୟ ସହ ସାଧାରଣ ଲୋକଙ୍କ ମୌଳିକ ସମସ୍ୟାକୁ ଗୁରୁତ୍ୱ ଦେବା ପାଇଁ ପ୍ରାର୍ଥୀମାନେ ପ୍ରତିଶ୍ରୁତି ଦେଉଥିବା ଲକ୍ଷ୍ୟ କରାଯାଉଛି। ତେବେ ଶାସକ ବିଜେଡିରେ ଦୁଇ ପ୍ରମୁଖ ନେତାଙ୍କ ମଧ୍ୟରେ ଡେରାବିଶ ବ୍ଲକରେ ଏକପ୍ରକାର ଶୀତଳ ଯୁଦ୍ଧ ଆରମ୍ଭ ହୋଇଛି। ବିଜେଡି ସମର୍ଥନରୁ ନିର୍ବାଚନରୁ ବାଦ୍‌ ପଡ଼ିଥିବା ଆଶାୟୀ ପ୍ରାର୍ଥୀମାନେ ବିପକ୍ଷ ଶିବିରରେ ଭିଡ଼ ଜମାଉଥିବା ଦେଖିବାକୁ ମିଳିଛି। ଚଳିତ ନିର୍ବାଚନରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦବୀ ଅନୁସୂଚିତ ଜାତି ବର୍ଗର ମହିଳାଙ୍କ ପାଇଁ ସଂରକ୍ଷଣ ରହିଛି। ଏହି ସମିତିକୁ ଦଖଲ କରିବା ପାଇଁ ବିଜେଡିର ଦୁଇଗୋଷ୍ଠୀ ମଧ୍ୟରେ କସରତ ଆରମ୍ଭ ହୋଇଛି। ଭାଜପା ଓ କଂଗ୍ରେସ ମଧ୍ୟ ଏହି କନ୍ଦଳରୁ ଫାଇଦା ନେବା ସୁଯୋଗକୁ ଅପେକ୍ଷା କରିଛନ୍ତି। ଡେରାବିଶ ବ୍ଲକରେ ନିର୍ବାଚନୀ ବାତାବରଣ ଏକପ୍ରକାର ଉଷ୍ମ ହେବାରେ ଲାଗିଛି। କେବଳ ୨୫ ତାରିଖ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା ପରେ ପ୍ରତ୍ୟେକ ପ୍ରାର୍ଥୀ ସେମାନଙ୍କ ନିର୍ବାଚନ ସଙ୍କେତକୁ ଅପେକ୍ଷା କରି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିକ୍ଟୋରିଆ ଯୁଗର ଜୋତା ମିଳିଲା

ଲଣ୍ଡନ: ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri