ଘରକୁ ଘର ବୁଲିଲେଣି ପ୍ରାର୍ଥୀ

ଡେରାବିଶ,୨୪ା୧(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ୨୧ ତାରିଖ ପ୍ରାର୍ଥିପତ୍ର ଦାଖଲ ପରେ ଶନିବାରଠାରୁ ଆରମ୍ଭ ହୋଇଥିବା ଯାଞ୍ଚ ପ୍ରକ୍ରିୟା ରବିବାର ଅପରାହ୍ନରେ ଶେଷ ହୋଇଛି। ମାତ୍ର ନାମାଙ୍କନ ପତ୍ର ଦାଖଲ ପରେ ଘରକୁ ଘର ବୁଲି ପ୍ରାର୍ଥୀମାନେ ସେମାନଙ୍କ ପ୍ରଚାର କାର୍ଯ୍ୟକୁ ଜୋର୍‌ଦାର କରିଛନ୍ତି। ପାଟକୁରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଡେରାବିଶ ବ୍ଲକ ଅଧୀନରେ ରହିଛି ୨୬ଟି ପଞ୍ଚାୟତ। ଏହି ବ୍ଲକରେ ୩ଟି ଜିଲା ପରିଷଦ ଜୋନ୍‌ ମଧ୍ୟ ରହିଛି। ବିଜେଡି, ଭାଜପା, କଂଗ୍ରେସ ଦଳ ସମେତ ସ୍ବାଧୀନ ଭାବେ ଜିଲା ପରିଷଦ ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି। ସେହିପରି ୨୬ଟି ପଞ୍ଚାୟତରେ ବିଭିନ୍ନ ରାଜନୈତିକ ଦଳର ସମର୍ଥିତ ପ୍ରାର୍ଥୀଙ୍କ ସହ ଦଳ ସମର୍ଥନରୁ ବଞ୍ଚତ୍ତ ଆଶାୟୀମାନେ ମଧ୍ୟ ସରପଞ୍ଚ ପଦବୀ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ବ୍ଲକରେ ସମୁଦାୟ ୩୯୦ଟି ୱାର୍ଡ ରହିଛି। ଏଥିମଧ୍ୟରୁ ୫ଟି ୱାର୍ଡରେ ଆଦୌ କେହି ନାମାଙ୍କନ ପତ୍ର ଦାଖଲ କରିନାହାନ୍ତି। ତେବେ ନାମାଙ୍କନ ପତ୍ର ଦାଖଲ ପରେ ବିଜେଡି, ଭାଜପା ପକ୍ଷରୁ ପ୍ରଚାର ଅଭିଯାନକୁ ଜୋର୍‌ଦାର କରାଯାଇଛି। ସେହିପରି ଦଳୀୟ ଟିକେଟରେ ଜିଲା ପରିଷଦ ପାଇଁ ହୋଇଥିବା ପ୍ରାର୍ଥୀମାନେ ବିଭିନ୍ନ ପଞ୍ଚାୟତକୁ ଯାଇ ସେମାନଙ୍କ ଭୋଟ ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି। କୋଭିଡ୍‌ କଟକଣାକୁ ଦୃଷ୍ଟିରେ ରଖି ସ୍ବଳ୍ପସଂଖ୍ୟକ ସମର୍ଥକଙ୍କ ମଧ୍ୟରେ ପ୍ରାର୍ଥୀମାନେ ଭୋଟରମାନଙ୍କୁ ଭେଟୁଥିବା ଦେଖାଯାଉଛି। ନିର୍ବାଚିତ ହେଲେ ପଞ୍ଚାୟତରେ ଉନ୍ନୟନମୂଳକ କାର୍ଯ୍ୟ ସହ ସାଧାରଣ ଲୋକଙ୍କ ମୌଳିକ ସମସ୍ୟାକୁ ଗୁରୁତ୍ୱ ଦେବା ପାଇଁ ପ୍ରାର୍ଥୀମାନେ ପ୍ରତିଶ୍ରୁତି ଦେଉଥିବା ଲକ୍ଷ୍ୟ କରାଯାଉଛି। ତେବେ ଶାସକ ବିଜେଡିରେ ଦୁଇ ପ୍ରମୁଖ ନେତାଙ୍କ ମଧ୍ୟରେ ଡେରାବିଶ ବ୍ଲକରେ ଏକପ୍ରକାର ଶୀତଳ ଯୁଦ୍ଧ ଆରମ୍ଭ ହୋଇଛି। ବିଜେଡି ସମର୍ଥନରୁ ନିର୍ବାଚନରୁ ବାଦ୍‌ ପଡ଼ିଥିବା ଆଶାୟୀ ପ୍ରାର୍ଥୀମାନେ ବିପକ୍ଷ ଶିବିରରେ ଭିଡ଼ ଜମାଉଥିବା ଦେଖିବାକୁ ମିଳିଛି। ଚଳିତ ନିର୍ବାଚନରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦବୀ ଅନୁସୂଚିତ ଜାତି ବର୍ଗର ମହିଳାଙ୍କ ପାଇଁ ସଂରକ୍ଷଣ ରହିଛି। ଏହି ସମିତିକୁ ଦଖଲ କରିବା ପାଇଁ ବିଜେଡିର ଦୁଇଗୋଷ୍ଠୀ ମଧ୍ୟରେ କସରତ ଆରମ୍ଭ ହୋଇଛି। ଭାଜପା ଓ କଂଗ୍ରେସ ମଧ୍ୟ ଏହି କନ୍ଦଳରୁ ଫାଇଦା ନେବା ସୁଯୋଗକୁ ଅପେକ୍ଷା କରିଛନ୍ତି। ଡେରାବିଶ ବ୍ଲକରେ ନିର୍ବାଚନୀ ବାତାବରଣ ଏକପ୍ରକାର ଉଷ୍ମ ହେବାରେ ଲାଗିଛି। କେବଳ ୨୫ ତାରିଖ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା ପରେ ପ୍ରତ୍ୟେକ ପ୍ରାର୍ଥୀ ସେମାନଙ୍କ ନିର୍ବାଚନ ସଙ୍କେତକୁ ଅପେକ୍ଷା କରି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?