Posted inଜାତୀୟ

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ: ପଞ୍ଚମ ପର୍ଯ୍ୟାୟରେ ସବୁଠାରୁ ଅଧିକ ଅପରାଧି ପ୍ରାର୍ଥୀ

ଲକ୍ଷ୍ନୌ,୨୨ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଥିବା ବେଳେ ଚତୁର୍ଥ ପର୍ଯ୍ୟାୟ ମତଦାନ ହେବାକୁ ଆଉ ଗୋଟିଏ ଦିନ ବାକି ରହିଛି । ଏବେ ପଞ୍ଚମ ପର୍ଯ୍ୟାୟ ମତଦାନ ଲାଗି ପ୍ରାର୍ଥୀ ହୋଇଥିବା ବ୍ୟକ୍ତିମାନଙ୍କ ମଧ୍ୟରେ ସବୁଠାରୁ ଅଧିକ ଅପରାଧୀ ରହିଥିବା ଜଣାପଡିଛି । ପଞ୍ଚମ ପର୍ଯ୍ୟାୟରେ ମୋଟ ୬୮୫ ଜଣ ପ୍ରାର୍ଥୀ ରହିଛନ୍ତି । ଏମାନଙ୍କ ମଧ୍ୟରୁ ୧୮୫ ଜଣଙ୍କ ନାଁରେ ଅପରାଧ ମାମଲା ରହିଛି । ଏହାସହ କୋଇ ପତିଙ୍କ ସଂଖ୍ୟା ବି ଏକ ତୃତିୟାଂଶ ବୋଲି ଜଣାପଡିଛି । ସୋମବାର ଏଡିଆର ପକ୍ଷରୁ ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀଙ୍କ ଶପଥ ପତ୍ର ବିଶ୍ଳେଷଣ କରିବା ପରେ ଏହି ତଥ୍ୟ ସାମ୍ନାକୁ ଆସିଛି ।
ଏଡିଆରର ସଂଯୋଜକ ସଞ୍ଜୟ ସିଂ ରିପୋର୍ଟ ଜାରି କରି କହିଛନ୍ତି, ପଞ୍ଚମ ପର୍ଯ୍ୟାୟ ଲାଗି ପ୍ରାର୍ଥୀମାନେ ଯେଉଁ ଶପଥପତ୍ର ଦାଖଲ କରିଛନ୍ତି ସେଥିରୁ ଜଣାପଡିଛି କି ପଞ୍ଚମ ପର୍ଯ୍ୟାୟରେ ସବୁଠାରୁ ଅଧିକ ଅପରାଧି ପ୍ରାର୍ଥୀ ରହିଛନ୍ତି । ଏହି ପର୍ଯ୍ୟାୟରେ ୧୮୫ ଜଣଙ୍କ ନାଁରେ ଅପରାଧ ମାମଲା ରହିଛି । ଏଥିମଧ୍ୟରୁ ସମାଜବାଦୀ ପାର୍ଟିରେ ସବୁଠାରୁ ଅଧିକ ୫୭ ଜଣଙ୍କ ମଧ୍ୟରୁ ୪୨ ଜଣଙ୍କ ନାଁରେ ଅପରାଧ ମାମଲା ରହିଛି । ସେହିପରି ଭାରତୀୟ ଜନତା ପାର୍ଟି(ଭାଜପା)ର ୫୨ ଜଣଙ୍କ ମଧ୍ୟରୁ ୨୫ ଜଣଙ୍କ ନାଁରେ ଅପରାଧ ରହିଛି । କଂଗ୍ରେସ ଓ ବହୁଜନ ସମାଜ ପାର୍ଟିର ୬୧ ପ୍ରାର୍ଥୀଙ୍କ ମଧ୍ୟରୁ ୨୩-୨୩ ଜଣଙ୍କ ନାଁରେ ଅପରାଧ ମାମଲା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?