ବାଲଟ୍‌ ବକ୍ସ ସୁରକ୍ଷା ନେଇ ଚିନ୍ତାରେ ପ୍ରାର୍ଥୀ

ନିମାପଡ଼ା,୨୧ା୨(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକରେ ଗତ ୧୮ତାରିଖରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି। ମତଦାନ ପରେ ବାଲଟ ବକ୍ସକୁ ନିମାପଡ଼ା ବ୍ଲକ କାର୍ଯ୍ୟାଳୟରେ ଥିବା ଷ୍ଟ୍ରଙ୍ଗରୁମରେ ରଖାଯାଇଛି। ଏହାର ସୁରକ୍ଷା ପାଇଁ ପୋଲିସ ମୁତୟନ ହୋଇଛନ୍ତି। ତେବେ ବାଲ୍‌ଟ ବକ୍ସର ସୁରକ୍ଷା ନେଇ ଭାଜପା ପ୍ରାର୍ଥୀ ଓ କର୍ମୀଙ୍କ ମଧ୍ୟରେ ଆଶଙ୍କା ଦେଖାଦେଇଛି। ଏନେଇ ଗତ ୧୮ତାରିଖରୁ ଭାଜପା କର୍ମୀମାନେ ଷ୍ଟ୍ରଙ୍ଗରୁମ ନିକଟରେ ପହରା ଦେଉଥିବା ଦେଖିବାକୁ ମିଳିଛି। ଭୋଟ୍‌ ଗଣତି ନ ହେବା ପର୍ଯ୍ୟନ୍ତ ଏଠାରେ ପାଳିକରି ପହରା ଦିଆଯିବ ବୋଲି ଭାଜପାର ରଞ୍ଜନ ପ୍ରଧାନ, ଜାନକୀନାଥ ଜେନା, ନୀଳାଦ୍ରିନାଥ ମଙ୍ଗରାଜ, ହେମନ୍ତ ସେଠୀ, ପ୍ରସନ୍ନ ରାଉତ, ନିତ୍ୟାନନ୍ଦ ପରିଡ଼ା ପ୍ରମୁଖ କାର୍ଯ୍ୟକର୍ତ୍ତା କହିଛନ୍ତି। ଅନ୍ୟପକ୍ଷରେ ଏ ସମ୍ପର୍କରେ ବ୍ଲକ ନିର୍ବାଚନ ଅଧିକାରୀ ତଥା ବିଡିଓ ବସନ୍ତ କୁମାର ମଲ୍ଲିକ କହିଛନ୍ତି, ଷ୍ଟ୍ରଙ୍ଗରୁମରେ ବାଲଟବକ୍ସକୁ ସୁରକ୍ଷିତ ଭାବେ ରଖାାଇଛି। ସୁରକ୍ଷା ଦାୟିତ୍ୱରେ ପୋଲିସ ନିୟୋଜିତ ହେବା ସହ ସିସିଟିଭି ନଜରରେ ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri