ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ, ଜିଲାପାଳ ଭି. କୀର୍ତ୍ତି ଭାସନ, ଅତିରିକ୍ତ ଜିଲାପାଳ ସଚ୍ଚିଦାନନ୍ଦ ନାୟକ, ଦେବଦତ୍ତ ପଣ୍ଡା ଓ ସୁନୀଲ କୁମାର କେର୍କଟାଙ୍କ ସମେତ ବହୁ ପ୍ରଶାସନିକ ଅଧିକାରୀ, ଛାତ୍ରୀଛାତ୍ର ଯୋଗ ଦେଇଥିଲେ। ଏହି କ୍ୟାଣ୍ଡଲ ଶୋଭାଯାତ୍ରା ଜିଲାପାଳଙ୍କ କାର୍ଯ୍ୟାଳୟରୁ ବାହାରି ଜିଲା ପରିଷଦ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା।

