ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗରେ କ୍ୟାଣ୍ଡେଲ ଶୋଭାଯାତ୍ରା, ସ୍ଥାନୀୟ ଅଞ୍ଚଳର ବହୁ ସଂଖ୍ୟକ ଯୁବକଯୁବତୀଙ୍କ ସହ…

ଜି.ଉଦୟଗିରି,୨୪।୧୧(ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସୁନାମଧନ୍ୟ ଲୋକପ୍ରିୟ କଣ୍ଠଶିଳ୍ପୀ ସ୍ବର୍ଗତ ହ୍ୟୁମାନ ସାଗରଙ୍କ ଅକାଳ ବିୟୋଗରେ ଓଡ଼ିଆ ସଙ୍ଗୀତ ଜଗତରେ ଅପୂରଣୀୟ କ୍ଷତି ହୋଇଥିବା ବେଳେ ବିଭିନ୍ନ ସ୍ଥାନରେ ତାଙ୍କୁ ଭଲ ପାଉଥିବା ଲୋକେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହି କ୍ରମରେ ଜି.ଉଦୟଗିରି ଅଞ୍ଚଳବାସୀଙ୍କ ତରଫରୁ ସୋମବାର ସନ୍ଧ୍ୟାରେ କ୍ୟାଣ୍ଡେଲ ଶୋଭାଯାତ୍ରା ସହ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଅଞ୍ଚଳର ବହୁ ସଂଖ୍ୟକ ଯୁବକ ଯୁବତୀଙ୍କ ସହ ବୟସ୍କ ସଙ୍ଗୀତ ପ୍ରେମୀ ସ୍ଥାନୀୟ ପୋଷ୍ଟ ଅଫିସ ଛକ ଠାରେ ଏକତ୍ରିତ ହୋଇ ସେଠାରେ କ୍ୟାଣ୍ଡେଲ ଜାଳି ନିରବ ପ୍ରାର୍ଥନା କରି ଅମର ଆତ୍ମାର ସଦଗତି କାମନା କରିବା ସହ ସହରରେ କ୍ୟାଣ୍ଡେଲ ଶୋଭାଯାତ୍ରା କରିଥିଲେ। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ପରିଷଦ ଉପାଧ୍‌ଞକ୍ଷ ସନ୍ତୋଷ କୁମାର ବାଘ, କାଉନସିଲର ଯାକେସ ପ୍ରଧାନ, ନନ୍ଦିତା ପ୍ରଧାନ, ମୋନାଲିସା ଦଳବେହେରା, ସମାଜ ସେବୀ ହୃଷୀକେଶ ପ୍ରଧାନ, ସମାଜ ସେବୀ ଆମନ ଚନ୍ଦ୍ର ନାୟକ, ଖବରଦାତା ଗଗନ କୁମାର ପ୍ରଧାନ ,ଆମୋଦ ଚନ୍ଦ୍ର ପ୍ରଧାନ, ଅବନୀ ନାୟକ, ଫିରୋଜ ଦିଗାଲ ଓ ଅନ୍ୟମାନେ ଉପସ୍ଥିତ ରହି ସର୍ଗତ ହ୍ୟୁମାନ ସାଗରଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାତୀ ମୃତଦେହ ଠାବ, ୭ଫୁଟ ତଳୁ ଉଦ୍ଧାର କଲା ବନ ବିଭାଗ 

କେସିଙ୍ଗା ,୨୨।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ଖଣ୍ଡ ଅଧିନସ୍ଥ ତହସିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳରେରେ ମୃତ ହାତୀର ଖଣ୍ଡ...

ମୁଜାଗଡ ପୋଷ୍ଟମାଷ୍ଟରଙ୍କ ଦୁର୍ଘଟଣାରେ ମୃତ୍ୟୁ, ସନ୍ଦେହରେ ପରିବାର ଲୋକେ

ଭଞ୍ଜନଗର,୨୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ ପୋଷ୍ଟମାଷ୍ଟର ନାରାୟଣ ପାତ୍ର (୫୫)ଙ୍କର ବୁଧବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଦୁର୍ଘଟଣା କେଉଁଭଳି...

ଆରାବଳୀର ଅପୂରଣୀୟ କ୍ଷତି କରିପାରେ ବେଆଇନ ଖନନ

ନୂଆଦିଲ୍ଲୀ,୨୨ା୧: ଆରାବଳୀ ପର୍ବତମାଳାରେ ବେଆଇନ ଖନନ ଯୋଗୁ ଏହାର ପରିବେଶ ପାଇଁ ଅପୂରଣୀୟ କ୍ଷତି ହୋଇପାରେ ବୋଲି ବୁଧବାର ସୁପ୍ରିମକୋର୍ଟ କହିଛନ୍ତି। ବିଭିନ୍ନ କ୍ଷେତ୍ରରେ ଅଭିଜ୍ଞତାସମ୍ପନ୍ନ...

ଦିଲ୍ଲୀ ପ୍ରଦୂଷଣ: କେନ୍ଦ୍ରକୁ କାର୍ଯ୍ୟ ଯୋଜନା ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୧: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଛି। ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ଖରାପ ହେବାରେ ଲାଗିଥିବାବେଳେ ଏଥିରେ ସୁଧାର ଆଣିବା...

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ...

ଆକାଶରେ ପରିବର୍ତ୍ତନ

ମଣିଷ ଆଭ୍ୟନ୍ତରୀଣ ଉପତ୍ୟକାରୁ ଉପକୂଳ, ଜଙ୍ଗଲରୁ ପର୍ବତ ଅଞ୍ଚଳକୁ ସ୍ଥାନାନ୍ତର ହୋଇଥିବାରୁ ତାହା ବିଭିନ୍ନ କାହାଣୀ ଓ ସଙ୍କେତ ବହନ କରିଥିଲା। ସେମାନଙ୍କ ସହ ଆକାଶ...

ସମସ୍ତେ ଶୋଇଥିବା ବେଳେ ଲାଗିଲା ନିଆଁ, ଜଳିଗଲା ୧୦ ବଖରା ଘର

ବାସୁଦେବପୁର,୨୨।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଂଚାୟତର ନାୟକ ସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ଜଳିଯାଇଛ।...

ବଞ୍ଚିବାର ସଂଘର୍ଷ

କ୍ଷୁଧା ବା ଭୋକକୁ ମଣିଷ ନିଜର ପ୍ରାଥମିକତା ମନେକରେ। ଚିନ୍ତା କରେ କ’ଣ କଲେ ପେଟରେ ଦାନା ପଡ଼ିବ। ନିଜେ ବଞ୍ଚିଲେ ତ ପରିବାର ମୁହଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri