ସମସ୍ୟାଘେରରେ ବେତ କାରିଗର

କାଏମା,୧୫ା୫(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ମିର୍ଜାପୁର ପଞ୍ଚାୟତ କଣ୍ଟାବଣିଆ ଗାଁର ବେତ କାରିଗର ଏବେ ସମସ୍ୟାଘେରରେ। ଏହି ଗାଁରେ ପାଖାପାଖି ୪୦ରୁ ଊର୍ଦ୍ଧ୍ୱ ପରିବାର ବେତରେ ବିଭିନ୍ନ ସାମଗ୍ରୀ ପ୍ରସ୍ତୁତ କରି ତାହାକୁ ବିକ୍ରି କରି ପରିବାର ଗୁଜରାଣ ମେଣ୍ଟାଇଥାନ୍ତି। କିନ୍ତୁ ଏବେ କଞ୍ଚାମାଲ୍‌ ଅଭାବ ସେମାନଙ୍କ ପାଇଁ ସମସ୍ୟା ସୃଷ୍ଟି କରିଛି। ଦୀର୍ଘବର୍ଷ ଧରି ଚଳିଆସୁଥିବା ବୃତ୍ତି ଏବେ କଞ୍ଚାମାଲ ଓ ପ୍ରଶାସନିକ ଦୃଷ୍ଟି ଅଭାବରୁ ବାଧାପ୍ରାପ୍ତ ହୋଇଛି। ଜଙ୍ଗଲରେ ଆଉ ବେତ ମିଳୁନାହିଁ। ଯଦି ବି ମିଳୁଛି ତାହାକୁ କାରିଗରମାନେ ଆଣିପାରୁନାହାନ୍ତି। ଏହାକୁ ବନ ବିଭାଗ କର୍ମଚାରୀ ବିରୋଧ କରୁଥିବା କେତେଜଣ ବେତ କାରିଗର କହିଛନ୍ତି। ବାହାରୁ ବେତ ଆଣିଲେ ପରିବହନ ଖର୍ଚ୍ଚ ତୁଲାଇବା ମୁସ୍କିଲ ହୋଇପଡୁଛି। ଫଳରେ ଅନେକ କାରିଗର ଏହି ବୃତ୍ତିରୁ ମୁହଁ ଫେରାଇ ନେଉଛନ୍ତି। ବେତ ତିଆରି ଆସବାବପତ୍ର ଯେମିତି ହାଲୁକା, ସେମିତି ସୁନ୍ଦର। ଏହାସହ ଦୀର୍ଘଦିନ ଧରି ବ୍ୟବହାର ହୋଇପାରୁଥିବାରୁ ବଜାରରେ ଭଲ ଚାହିଦା ରହିଥାଏ। ଏମାନଙ୍କ ହାତତିଆରି ସାମଗ୍ରୀ ଯଥା; ଗଉଣି, କୁଞ୍ଚ, ମାଣ, ସେର, ଟୋକେଇ, ସୋଫା ଓ ଘରସଜ୍ଜା ଉପକରଣକୁ ଦେଖିଲେ ଲୋକେ କ୍ରୟ କରିବାକୁ ଆଗ୍ରହ ପ୍ରକାଶ କରିଥାନ୍ତି।
ଓଡ଼ିଶାର ବାଲେଶ୍ୱର, ବାରିପଦା, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର ଓ ପୁରୀ ଆଦି ୩୦ ଜିଲାରେ ବେତ ସାମଗ୍ରୀର ଚାହିଦା ରହିଛି। ଜିଲା ଶିଳ୍ପକେନ୍ଦ୍ର ପକ୍ଷରୁ ଏହି କାରିଗରଙ୍କୁ ଅଧିକ ପ୍ରଶିକ୍ଷିତ କରି ବ୍ୟବସାୟ ବଢ଼ାଇବା ପାଇଁ ଉଦ୍ୟମ ଆରମ୍ଭ ହୋଇଥିଲା। ମାତ୍ର କଞ୍ଚାମାଲ ଅଭାବରୁ ଏହା ବନ୍ଦ ହୋଇଯାଇଛି। କାରିଗରମାନେ ଏବେ ଘୋର ଆର୍ଥିକ ସମସ୍ୟାରେ ଦିନ କାଟୁଛନ୍ତି। କେତେଜଣ ଦୂର ଜଙ୍ଗଲରୁ ବେତ ସଂଗ୍ରହ କରି ନିଜ ବୃତ୍ତିକୁ ବଞ୍ଚାଇ ରଖିବା ପାଇଁ ସଂଘର୍ଷ ଜାରି ରଖିଛନ୍ତି। ତେବେ ପ୍ରଶାସନ କଞ୍ଚାମାଲ ସହ ଆବଶ୍ୟକ ସହାୟତା ଯୋଗାଇଦେଲେ ସେମାନେ ନିଜ ବୃତ୍ତି ବଞ୍ଚାଇ ରଖିବା ସହ ଅର୍ଥ ରୋଜଗାର କରିପାରନ୍ତେ। ତେଣୁ ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟିଦେବାକୁ ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୧ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୧ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri