ବୋଲେରୋରେ ନେଉଥିଲେ ଧରାପଡ଼ିଲେ

କୋକସରା, ୩୧ା୭ (ଡି.ଏନ.ଏ): ପଡୋଶୀ ଆନ୍ଧ୍ରପ୍ରଦେଶରୁ କୋରାପୁଟକୁ ଲମ୍ବିଛି ଗଞ୍ଜେଇ ବ୍ୟବସାୟୀଙ୍କ ଚେର। କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରୁ ରାଜପଥ ଦେଇ ପ୍ରତିଦିନ ଗଞ୍ଜେଇ ଚାଲାଣ ହେଉଛି । ଶୁକ୍ରବାର ବିଳମ୍ବିତ ରାତିରେ କୌଣସି ସୂତ୍ରରୁ ଖବର ପାଇ ସ୍ଥାନୀୟ ପୋଲିସ ଚଢ଼ାଉ କରି କୋକସରା ବ୍ଲକର ଟେମରା ମଦଭାଟି ଛକ ନିକଟରୁ ଏକ ବୋଲେରୋ ଗାଡିରୁ ୨୨ ପ୍ୟାକେଟ ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିଥିବା ବେଳେ ବୋଲେରୋ ଡ୍ରାଇଭର ଫେରାର ଅଛନ୍ତି। ଅଭିଯୁକ୍ତଙ୍କ ନିକଟରୁ ୩ଟି ମୋବାଇଲ, ୪ ଏଟିଏମ୍‌ କାର୍ଡ, ୨ ଆଧାର କାର୍ଡ ଓ ଗଞ୍ଜେଇ ଚାଲାଣରେ ବ୍ୟବହୃତ ବୋଲେରୋ(ଓଡି ୧୦ କେ ୪୯୪୭)କୁ ଜବତ କରାଯାଇଛି। ଜବତ ଗଞ୍ଜେଇ ୪୪ କେଜି ଓ ବଜାରରେ ଏହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ଗିରଫ ୩ ଅଭିଯୁକ୍ତ ହେଲେ କୋରାପୁଟ ଜିଲା ପାଡୁଆ ଗ୍ରାମର ଭିକାରି ଖରା (୪୫), ଗୋବିନ୍ଦ ପୁଝାରି(୨୬) ଓ କୋରାପୁଟ ଅଠାଗୁଡା ଗ୍ରାମର ଶଙ୍କର ରାଓ ଖୁଡ଼ା (୨୬)। ଏ ସଂକ୍ରାନ୍ତରେ କୋକସରା ଥାନାରେ ଏକ ମାମଲା (ନଂ.୧୫୬/୨୧) ରୁଜୁ ହୋଇ ତଦନ୍ତ ଚାଲିଥିବା ଥାନା ଅଧିକାରୀ ରମଣୀ ରଞ୍ଜନ ଦଲେଇ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଡ଼ାରିରୁ OSRTC ବସ୍ ସେବା ଦାବି: ବିଧାନସଭାରେ ଉଠିଲା ପ୍ରଶ୍ନ, ମନ୍ତ୍ରୀ କହିଲେ….

ଗୁଡାରି,୨୪।୯(ପ୍ରମୋଦ କୁମାର ପତି ): ଗୁଡାରିରୁ ରାଜଧାନୀ ଭୁବନେଶ୍ୱରକୁ ସରକାରୀ ବସ ସେବା ପ୍ରଦାନ ନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ।…

୫୯ ନଂ ଜାତୀୟ ରାଜପଥ ଗାଜଲବାଡି ଘାଟି ସିଲ୍, ଗୋପାଳପୁର-ରାଇପୁର ଯାତାୟାତ ବନ୍ଦ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟି ରାସ୍ତାକୁ ସିଲ୍ କଲା କନ୍ଧମାଳ ଜିଲା…

ବିଦାୟ ନେବାକୁ ପ୍ରସ୍ତୁତ ମୌସୁମୀ: ଆପଣଙ୍କ ରାଜ୍ୟରେ କେବେ ବର୍ଷା ବନ୍ଦ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୯: ପ୍ରବଳ ବର୍ଷା ପରେ, ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନର ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଚଳିତ ବର୍ଷ ମୌସୁମୀ ୫ଦିନ…

ଅଷ୍ଟ୍ରେଲିଆ ଦିନିକିଆ ଅଧିନାୟକ ପଦରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କିଏ ନେଲା ପ୍ୟାଟ କମିନ୍ସଙ୍କ ସ୍ଥାନ

ନୂଆଦିଲ୍ଲୀ,୨୪।୯: ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ବର୍ତ୍ତମାନ ଡର୍ବାନରେ ଖେଳାଯାଉଛି। ଏହି ମ୍ୟାଚରେ ମିଚେଲ ମାର୍ଶ ଅଷ୍ଟ୍ରେଲୀୟ ଦଳର ଅଧିନାୟକତ୍ୱ କରୁଛନ୍ତି,…

କଳିଙ୍ଗା ଘାଟିରେ ଭୂସ୍ଖଳନ: ଯାତାୟାତ ବନ୍ଦ, ଘଟଣାସ୍ଥଳରେ ପ୍ରଶାସନ

ଜି.ଉଦୟଗିରି, ୨୪।୯ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସମ୍ଭାବ୍ୟ ବାତ୍ୟାର ପ୍ରଭାବ ସହ ଲଗାଣ ବର୍ଷା ଯୋଗୁଁ କନ୍ଧମାଳ ଜିଲାର କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି।…

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଗମନାଗମନ ବନ୍ଦ ଆଶଙ୍କା

ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ):ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ପୁଣି ଭୂସ୍ଖଳନ ହୋଇଛି। ଏଥର ଅନ୍ଧାରୀକୋଟି ମନ୍ଦିର…

ତେନ୍ଦୁଲକର, ରୋହିତଙ୍କୁ ପଛରେ ପକାଇଲେ ବିରାଟ! ଟପ୍‌-୫ ବ୍ୟାଟରଙ୍କ ତାଲିକା ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୪।୯: ଭାରତ-ୱେଷ୍ଟଇଣ୍ଡିଜ ମଧ୍ୟରେ ୨୭ ସେପ୍ଟେମ୍ବରରୁ ଆରମ୍ଭ ହେବ ୩ ମ୍ୟାଚର ରୋମାଞ୍ଚକର ଦିନିକିଆ ସିରିଜ। କ୍ୟାରିବିୟାନ ଦଳ ବିପକ୍ଷରେ ଭାରତ ମଇଦାନକୁ ଓହ୍ଲାଇଲେ ପ୍ରଶଂସକଙ୍କ ନଜର…

ଅଲୋଡା ରେକର୍ଡ କଲେ ଅଭିଷେକ ଶର୍ମା: ଟି-୨୦ରେ ଓପନର ଭାବେ…

ସାନୋ, ୨୩।୯: ଜାପାନ ବିପକ୍ଷ ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଭାରତୀୟ ଓପନର୍‌ ଅଭିଷେକ ଶର୍ମାଙ୍କ ପାଇଁ ନିରାଶାଜନକ ରହିଛି। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?