ଦୁର୍ଗମ ଜଙ୍ଗଲରେ ହେଉଥିଲା ଗଞ୍ଜେଇ ଚାଷ, ନଷ୍ଟ କଲା ପୋଲିସ, ଅବକାରୀ ଟିମ

ଦିଗପହଣ୍ଡି/ପାଟପୁର,୨୫।୧୧(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଦାମପୁର,କନ୍ଧ ଜକର ଏବଂ ବୋରେଇ ପାହାଡ ଗ୍ରାମ ସଂଲଗ୍ନ ଦୁର୍ଗମ ଜଙ୍ଗଲରେ ପୋଲିସ ଓ ଅବକାରୀ ବିଭାଗ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି। ସୋମବାର ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୨୦ ଏକରରୁ ଉଦ୍ଧର୍‌ବ ଜମିରେ ଲଗାଯାଇଥିବା ପ୍ରାୟ ୨୨ ହଜାର ଗଞ୍ଜେଇ ଗଛ ଗୁଡ଼ିକୁ ନଷ୍ଟ କରାଯାଇଛି। ନଷ୍ଟ କରାଯାଇଥିବା ଗଞ୍ଜେଇ ଗଛ ଗୁଡ଼ିକର ଆନୁମାନିକ ମୂଲ୍ୟ ପ୍ରାୟ ୨ କୋଟି ୨୦ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା ହେବ ବୋଲି ଆକଳନ କରାଯାଇଛି। ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କ ନିର୍ଦ୍ଦେଶକ୍ରମେ ଆସିକା ଏସଡିପିଓ ଗିରିଜା ନନ୍ଦନ ପଟ୍ଟନାୟକଙ୍କ ନେତୃତ୍ୱରେ ପାଟପୁର ଥାନା ଆଇଆଇସି ସବ୍ୟସାଚ୍ଚୀ ମଲ୍ଲ ଏବଂ ଦିଗପହଣ୍ଡି ଅବକାରୀ ଓଆଇସି ଅନୀତା ପ୍ରଧାନଙ୍କ ମିଳିତ ତତ୍ତ୍ୱାବଧାନରେ ଶେରଗଡ଼ ଥାନା ଆଇଆଇସି ନରେନ୍ଦ୍ର ସିଆଳ ,ବଡଗଡ ଥାନା ଆଇଆଇସି ସନ୍ତୋଷ କୁମାର ବେହେରା, କୋଟିନଡ଼ା ଥାନା ଆଇଆଇସି କୃଷ୍ଣ ଚନ୍ଦ୍ର ସାହା, ବେଲ ଗାଁ ଥାନା ଆଇଆଇସି ସ୍ମିତାଞ୍ଜଳି ପ୍ରଧାନଙ୍କ ସମେତ ୨ ପ୍ଲାଟୁନ ଫୋର୍ସ ଏବଂ ଦିଗପହଣ୍ଡି ଅବକାରୀ ଥାନାର କର୍ମଚାରୀ ଏହି ଚଢ଼ାଉରେ ସାମିଲ ଥିଲେ। ସାନଖେମୁଣ୍ଡି ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ତଥା ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକଙ୍କ ଉପସ୍ଥିତିରେ ୨ ଟି ଟିମ ଗଠନ କରାଯାଇ ଅପରେଶନ ଗ୍ରୀନ କ୍ଳିନ ଆରମ୍ଭ କରାଯାଇଥିଲା। ଅପରାହ୍ନ ପ୍ରାୟ ୪ ଟା ଯାଏ ପୋଲିସ ଓ ଅବକାରୀ ଟିମ ମିଳିତ ଭାବେ ୪ ପାହାଡ଼ ସଂଲଗ୍ନ ଦୁର୍ଗମ ଜଙ୍ଗଲରେ ଚାଷ କରାଯାଇଥିବା ଗଞ୍ଜେଇ ଗଛଗୁଡ଼ିକୁ ଓପାଡ଼ି ଜାଳି ଦେଇଥିଲେ। ଗଞ୍ଜାମ – ଗଜପତି ସୀମାନ୍ତରେ ଥିବା ଉକ୍ତ ଅଞ୍ଚଳରେ କିଛି ଗଞ୍ଜେଇ ବ୍ୟବସାୟୀ ସ୍ଥାନୀୟ ଅନୁସୂଚିତ ଜନଜାତିର ଗ୍ରାମବାସୀଙ୍କୁ ବିଭିନ୍ନ ଉପାୟରେ ପ୍ରଲୋଭନ ଦେଖାଇ ଗତ କିଛିବର୍ଷ ହେଲା ସମ୍ପୃକ୍ତ ଅଞ୍ଚଳରେ ବେଆଇନ ଭାବେ ଏକର ଏକର ପାହାଡ଼ିଆ ଜମିରେ ବେଧଡକ ଗଞ୍ଜେଇ ଚାଷ ଚଳାଇଥିବା ଜଣାପଡ଼ିଛି।

ସୂଚନାକୁ ଭିତ୍ତିକରି ପୋଲିସ, ଅବକାରୀ ବିଭାଗ ପକ୍ଷରୁ ସମ୍ପୃକ୍ତ ଇଲାକାରେ ମିଳିତ ଚଢ଼ାଉ ପାଇଁ ଉଭୟ ବିଭାଗର ଉଚ୍ଚ ପଦସ୍ଥ ଅଧିକାରୀ ନିଷ୍ପତ୍ତି ନେଇଥିଲେ। ପୂର୍ବ ନିଷ୍ପତ୍ତି କ୍ରମେ କୌଣସି ତଳିଆ କର୍ମଚାରୀଙ୍କୁ ସୂଚନା ଦିଆନଯାଇ ଏହି ଚଢ଼ାଉ ଧରପଗଡ କରାଯାଇଥିଲା। ସେଠାକାର ଗ୍ରାମବାସୀମାନଙ୍କୁ ଗଞ୍ଜେଇ ଚାଷରୁ ନିବୃତ୍ତ ରହିବା ସହ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣ ଯୋଜନାର ଲାଭ ଉଠାଇବା ପାଇଁ ପୋଲିସ ଅଧିକାରୀ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri