ଗଜପତିରୁ ଉତ୍ତରପ୍ରଦେଶକୁ ଲମ୍ବିଛି ଗଞ୍ଜେଇ ଚେର, ପାଟ୍ରୋଲିଂ ବେଳେ ଜଣାପଡ଼ିଲା ସବୁ ସତ

ବ୍ରହ୍ମପୁର,୧୫ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରକୁ ଗଞ୍ଜେଇ ଚାଲାଣ ହେଉଥିବା ଅବକାରୀ ସଦର ରେଞ୍ଜ ଏସ୍‌ପି ପ୍ରବୀଣ କୁମାର ପ୍ରଧାନଖବର ପାଇଥିଲେ। ତାଙ୍କ ନିର୍ଦ୍ଦେଶରେ ଡିଏସ୍‌ପି ସ୍ନେହଲତା ନାୟକ ଓ କୁମୁଦ ରଞ୍ଜନ ନାୟକଙ୍କ ନେତୃତ୍ୱରେ ଏକ ଟିମ୍‌ ଗଠନ ହୋଇଥିଲା। ବୁଧବାର ସକାଳେ ବ୍ରହ୍ମପୁର ସହର ପ୍ରବେଶ ଜଗଦଳପୁର ଛକରେ ଟିମ୍‌ ପାଟ୍ରୋଲିଂ କରୁଥିଲା। ସନ୍ଦେହଜନକ ଭାବେ ଆସୁଥିବା ଏକ ପିକ୍‌ଅପ୍‌ ନଂ (ଓ ୦୫ଏ ଏନ-୮୬୬୩)କୁ ଅଟକାଇ ଯାଞ୍ଚ ବେଳେ ସେଥିରେ ୧୫ଟି ବସ୍ତାରେ ଗଞ୍ଜେଇ ଭର୍ତ୍ତି ହୋଇଥିବା ଜଣାପଡ଼ିଥିଲା। ଗାଡ଼ିଚାଳକ ତଥା ଗଞ୍ଜେଇ ଚାଲାଣକାରୀଙ୍କୁ କାବୁ କରିଥିଲା। ସେ ହେଲେ ଉତ୍ତରପ୍ରଦେଶର ପରଭେଜ ଆଲମ (୩୨)। ଜେରା ବେଳେ ସେ ଉକ୍ତ ଗଞ୍ଜେଇ ଗଜପତି ଅଞ୍ଚଳରୁ ଆଣି ବ୍ରହ୍ମପୁର ଦେଇ ଉତ୍ତରପ୍ରଦେଶ ଚାଲାଣ କରିଥାନ୍ତେ ବୋଲି ଟିମ ଆଗରେ ସ୍ବୀକାର କରିଛନ୍ତି। ଜବତ ଗଞ୍ଜେଇ ଓ ଗାଡ଼ିର ମୂଲ୍ୟ ପ୍ରାୟ ୫୨ ଲକ୍ଷ ହେବ ବୋଲି ଇନ୍ସପେକ୍ଟର ମନୀଷା ଭୋଳ ସୂଚନା ଦେଇଛନ୍ତି।

ଅବକାରୀ ପୋଲିସ ଏସଂକ୍ରାନ୍ତରେ ୧୧୮/୨୫-୨୬ରେ ଏକ ମାମଲା ରୁଜୁ କରିଛି। ଅଭିଯୁକ୍ତ ପରଭେଜଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଉକ୍ତ ଅଭିଯୁକ୍ତଙ୍କ ପୂର୍ବରୁ ଅପରାଧ ରେକର୍ଡ ଅଛି କି ନାହିଁ ସେ ନେଇ ତଦନ୍ତ ଜାରି ରହିଛି ବୋଲି ସେ କହିଥିଲେ। ଆଜିର ଏହି ଚଢ଼ାଉରେ ଇନ୍ସପେକ୍ଟର ଅର୍ଜୁନ ମଲ୍ଲିକ, ମନୀଷା ଭୋଳ, ବି. ମନୋଜ କୁମାର, ଏସ୍‌ଆଇ ସଙ୍ଗୀତା ମହାପାତ୍ର, ଏଏସ୍‌ଆଇ ସନ୍ତୋଷ କୁମାର ପାଢ଼ୀ, ଭୁବନୀ ବେହେରା, ଶିଶିରକାନ୍ତ ନାଏକ, ସୌମ୍ୟରଞ୍ଜନ ଜେନା ଓ ଅନ୍ୟାନ୍ୟ କର୍ମଚାରୀ ସାମିଲ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri