ଗଜପତିରୁ ଉତ୍ତରପ୍ରଦେଶକୁ ଲମ୍ବିଛି ଗଞ୍ଜେଇ ଚେର, ପାଟ୍ରୋଲିଂ ବେଳେ ଜଣାପଡ଼ିଲା ସବୁ ସତ

ବ୍ରହ୍ମପୁର,୧୫ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରକୁ ଗଞ୍ଜେଇ ଚାଲାଣ ହେଉଥିବା ଅବକାରୀ ସଦର ରେଞ୍ଜ ଏସ୍‌ପି ପ୍ରବୀଣ କୁମାର ପ୍ରଧାନଖବର ପାଇଥିଲେ। ତାଙ୍କ ନିର୍ଦ୍ଦେଶରେ ଡିଏସ୍‌ପି ସ୍ନେହଲତା ନାୟକ ଓ କୁମୁଦ ରଞ୍ଜନ ନାୟକଙ୍କ ନେତୃତ୍ୱରେ ଏକ ଟିମ୍‌ ଗଠନ ହୋଇଥିଲା। ବୁଧବାର ସକାଳେ ବ୍ରହ୍ମପୁର ସହର ପ୍ରବେଶ ଜଗଦଳପୁର ଛକରେ ଟିମ୍‌ ପାଟ୍ରୋଲିଂ କରୁଥିଲା। ସନ୍ଦେହଜନକ ଭାବେ ଆସୁଥିବା ଏକ ପିକ୍‌ଅପ୍‌ ନଂ (ଓ ୦୫ଏ ଏନ-୮୬୬୩)କୁ ଅଟକାଇ ଯାଞ୍ଚ ବେଳେ ସେଥିରେ ୧୫ଟି ବସ୍ତାରେ ଗଞ୍ଜେଇ ଭର୍ତ୍ତି ହୋଇଥିବା ଜଣାପଡ଼ିଥିଲା। ଗାଡ଼ିଚାଳକ ତଥା ଗଞ୍ଜେଇ ଚାଲାଣକାରୀଙ୍କୁ କାବୁ କରିଥିଲା। ସେ ହେଲେ ଉତ୍ତରପ୍ରଦେଶର ପରଭେଜ ଆଲମ (୩୨)। ଜେରା ବେଳେ ସେ ଉକ୍ତ ଗଞ୍ଜେଇ ଗଜପତି ଅଞ୍ଚଳରୁ ଆଣି ବ୍ରହ୍ମପୁର ଦେଇ ଉତ୍ତରପ୍ରଦେଶ ଚାଲାଣ କରିଥାନ୍ତେ ବୋଲି ଟିମ ଆଗରେ ସ୍ବୀକାର କରିଛନ୍ତି। ଜବତ ଗଞ୍ଜେଇ ଓ ଗାଡ଼ିର ମୂଲ୍ୟ ପ୍ରାୟ ୫୨ ଲକ୍ଷ ହେବ ବୋଲି ଇନ୍ସପେକ୍ଟର ମନୀଷା ଭୋଳ ସୂଚନା ଦେଇଛନ୍ତି।

ଅବକାରୀ ପୋଲିସ ଏସଂକ୍ରାନ୍ତରେ ୧୧୮/୨୫-୨୬ରେ ଏକ ମାମଲା ରୁଜୁ କରିଛି। ଅଭିଯୁକ୍ତ ପରଭେଜଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଉକ୍ତ ଅଭିଯୁକ୍ତଙ୍କ ପୂର୍ବରୁ ଅପରାଧ ରେକର୍ଡ ଅଛି କି ନାହିଁ ସେ ନେଇ ତଦନ୍ତ ଜାରି ରହିଛି ବୋଲି ସେ କହିଥିଲେ। ଆଜିର ଏହି ଚଢ଼ାଉରେ ଇନ୍ସପେକ୍ଟର ଅର୍ଜୁନ ମଲ୍ଲିକ, ମନୀଷା ଭୋଳ, ବି. ମନୋଜ କୁମାର, ଏସ୍‌ଆଇ ସଙ୍ଗୀତା ମହାପାତ୍ର, ଏଏସ୍‌ଆଇ ସନ୍ତୋଷ କୁମାର ପାଢ଼ୀ, ଭୁବନୀ ବେହେରା, ଶିଶିରକାନ୍ତ ନାଏକ, ସୌମ୍ୟରଞ୍ଜନ ଜେନା ଓ ଅନ୍ୟାନ୍ୟ କର୍ମଚାରୀ ସାମିଲ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?