୨୨ ଏକର ଜମିରେ ହୋଇଥିଲା ଗଞ୍ଜେଇ ଚାଷ: ଜାଳିଦେଲା ପୋଲିସ

ଦାରିଙ୍ଗବାଡି,୨୯।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ପୋଲିସ ପୁଣି ଗଞ୍ଜେଇ ଗଛ ନଷ୍ଟ କରିଛି। ଦାରିଙ୍ଗବାଡ଼ି ଥାନା ଅଧୀନ କିରିକୁଟି ପଞ୍ଚାୟତ ଆଦିବାସୀ ନାହୁ ଏବଂ କିରିକୁଟି ଅଞ୍ଚଳରେ ପ୍ରାୟ ୨୨ ଏକର ଜମିରେ ଗଞ୍ଜେଇ ଚାଷ ହୋଇଥିବା ପୋଲିସକୁ ଖବର ମିଳିଥିଲା। ଖବର ପାଇ ଦାରିଙ୍ଗବାଡି ଆଇଆଇଆସି ଆନନ୍ଦ ଚନ୍ଦ୍ର ପାତ୍ରଙ୍କ ସମେତ ସବ୍‌ଇନ୍ସସ୍ପେକ୍ଟର ଜିତେନ୍ଦ୍ର ବେହେରା, ଏସ୍‌ଆଇ ସୁବାସ ଚନ୍ଦ୍ର ବାୟକ, ଶ୍ରୀନିବାସ ରେଡ୍ଡୀ ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚି ଗଞ୍ଜେଇ ଗଛ କାଟି ନିଆଁ ଲଗାଇ ନଷ୍ଟ କରିଥିଲେ। ଏହି ଅଭିଯାନ ସନ୍ଧ୍ୟା ପର୍ଯ୍ୟନ୍ତ ଜାରି ରହିଥିଲା। ଚଢାଉରେ ସ୍ଥାନୀୟ ତହସିଲଦାର ଶରତ ଶବର ଘଟଣା ସ୍ଥଳରେ ଉପସ୍ଥିତ ରହିଥିଲେ।

ସୂଚନା ଯୋଗ୍ୟ, ପୂର୍ବରୁ ଜିଲାର ବିଭିନ୍ନ ସ୍ଥାନରେ ଗଞ୍ଜେଇ ଚାଷ ହେଉଥିବା ନଜର ରହିଥିବା ବେଳେ ଦାରିଙ୍ଗବାଡି ଅଞ୍ଚଳରେ ଗଞ୍ଜେଇ ଚାଷ ପୋଲିସର ମୁଣ୍ଡ ବିନ୍ଧାର କାରଣ ହୋଇଛି। ଏହାକୁ ରୋକିବା ପାଇଁ ପୋଲିସ ପକ୍ଷରୁ ଏକ ଅଭିଯାନ ଆରମ୍ଭ ହୋଇଥିବା ଆଇଆଇଆସି ଆନନ୍ଦ ଚନ୍ଦ୍ର ପାତ୍ର କହିଛନ୍ତି। କେଉଁମାନେ ଗଞ୍ଜେଇ ଚାଷରେ ସାମିଲ ଅଛନ୍ତି ପୋଲିସର ତଦନ୍ତ ପରେ ଜଣାପଡିବ। ଏନେଇ ଥାନାରେ ଏକ ମାମଲା (ନଂ.୨୨୯/୨୩) ରୁଜୁ କରି ତଦନ୍ତ ଜାରି ରହିଥିବା ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri