୨୦ ଏକର ଜମିରେ ହୋଇଥିଲା ଗଞ୍ଜେଇ ଚାଷ, ନଷ୍ଟ କଲା ପୋଲିସ

କୋରାପୁଟ,୧୦।୧୧(ଅମିତାଭ ବେହେରା ): ଡିଜିଙ୍କ ଗସ୍ତ ପରେ କୋରାପୁଟ ଜିଲାରେ ଆରମ୍ଭ ହୋଇଛି ଗଞ୍ଜେଇ କ୍ଲିନ୍‌ ଅଭିଯାନ। ଲମତାପୁଟରୁ ଆରମ୍ଭ ହୋଇଛି ଅପରେଶନ ଗ୍ରୀନ କ୍ଳୀନ୍‌। ମାଛକୁଣ୍ଡ ପୋଲିସ, ଅବକାରୀ ଓ ରାଜସ୍ବ ଓ ଜଙ୍ଗଲ ବିଭାଗ ପକ୍ଷରୁ ମିଳିତ ଭାବେ ଗଞ୍ଜେଇ ଚାଷ ନଷ୍ଟ କରାଯାଉଛି।

କୋରାପୁଟ ଜିଲାରୁ ଗଞ୍ଜେଇ ଚାଷ ସଫା କରାଯିବା ସହ ଗଞ୍ଜେଇ ମାଫିଆଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଏବଂ ସୀମାନ୍ତ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯିବ ବୋଲି ନିକଟରେ ପୋଲିସ ମହାନିର୍ଦ୍ଦେଶକ ପ୍ରତିଶ୍ରୁତି ଦେଇଥିଲେ। ଏହାର ପ୍ରଥମ ପଦକ୍ଷେପ ସ୍ବରୁପ ଜିଲାର ଲମତାପୁଟ ବ୍ଲକରୁ ଗଞ୍ଜେଇ ଗଛକୁ ନଷ୍ଟ କରିଛି କୋରାପୁଟ ପୋଲିସ।

ଗୋଡିହଞ୍ଜର ପଞ୍ଚାୟତର ଦହନାପୁଟ ଗ୍ରାମ ଏବଂ ଏନୁଗୁ ଗ୍ରାମ ନିକଟରେ ସ୍ଥାନୀୟ ମାଜିଷ୍ଟେଟ ତଥା ଅତିରିକ୍ତ ତହସିଲଦାରଙ୍କ ଉପସ୍ଥିତିରେ ପ୍ରାୟ ୨୦ ଏକର ଜମିରେ ଚାଷ ହୋଇଥିବା ୨୪ ହଜାରରୁ ଊଦ୍ଧର୍‌ବ ଗଞ୍ଜେଇ ଗଛ ନଷ୍ଟ କରାଯାଇଛି।

ଗୋଇନ୍ଦା ସୂଚନାକୁ ଆଧାର କରି କୋରାପୁଟ ଜିଲାରେ ଆରମ୍ଭ ହୋଇଛି ଅପେରଶନ ଗ୍ରୀନ୍‌ କ୍ଳିନ। ପୂର୍ବରୁ ଏହି ଅଞ୍ଚଳ ମାଓବାଦୀ ପ୍ରଭାବିତ ଅଞ୍ଚଳ ହୋଇଥିବାରୁ ଦୁଇ ପ୍ଲାଟୁନ ଡିଭିଏଫ୍‌ ଫୋର୍ସ, ମାଛକୁଣ୍ଡ ଥାନା ଅଧିକାରୀ ଶୂକ୍ରା ମାଢି, ଲମତାପୁଟ ଫାଣ୍ଡି ଅଧିକାରୀ ବିଷ୍ଣୁ ମାଡ଼କାମି, ଜଲାପୁଟ ଥାନା ଅଧିକାରୀ ମୀନ କେତନ ପାତ୍ର, ଅବକାରୀ ବିଭାଗ ଅଧିକାରୀ ଅର୍ଣ୍ଣପୂର୍ଣ୍ଣା ରଥଙ୍କ ମିଳିତ ଉଦ୍ୟମରେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଅପରେଶନ ଜାରି ରହିଥିଲା।

ଗଞ୍ଜେଇ ଚାଷ ଜଙ୍ଗଲ ଜମିରେ ହୋଇଛି ନା ବ୍ୟକ୍ତିଗତ ମାଲିକାନା ଜମିରେ ହୋଇଛି ସ୍ଥାନୀୟ ଆର୍‌ଆଇଙ୍କୁ ରିପୋର୍ଟ ଦେବାକୁ ପୋଲିସ ପକ୍ଷରୁ କୁହାଯାଇଛି। ରିପୋର୍ଟ ଆସିବା ପରେ କେଉଁମାନେ ଗଞ୍ଜେଇ ଚାଷରେ ସମ୍ପୃକ୍ତ ଅଛନ୍ତି ତାଙ୍କୁ ଚିହ୍ନଟ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ଥାନୀୟ ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri