ଗଞ୍ଜେଇ ଭର୍ତ୍ତି ଅଟୋ ଜବତ: ଜଣେ ଗିରଫ

ବ୍ରହ୍ମପୁର ଅଫିସ,୧୨ା୫: ଅବକାରୀ ଗୋଇନ୍ଦା ଟିମ୍‌ ଶୁକ୍ରବାର ଏକ ଗଞ୍ଜେଇ ଭର୍ତ୍ତି ଅଟୋ ଜବତ କରିଛି। ଜଣେ ଚାଲାଣକାରୀଙ୍କୁ ଗିରଫ କରିଛି। ସେ ହେଉଛନ୍ତି ବଡ଼ଗଡ଼ ଥାନା ଅନ୍ତର୍ଗତ ବଡ଼ଚିକିଲି ଗ୍ରାମର ପ୍ରମୋଦ କୁମାର ନାୟକ(୩୪)। ଫୁଲବାଣୀରୁ ଗଞ୍ଜେଇ ଆସ୍କା ଦେଇ ବ୍ରହ୍ମପୁର ଚୋରାଚାଲାଣ ହେଉଥିବା ନେଇ ଅବକାରୀ ବିଭାଗକୁ ଖବର ମିଳିଥିଲା। ଅବକାରୀ ଗୋଇନ୍ଦା ଉପଅଧୀକ୍ଷକ କୁବେର ସେଠୀଙ୍କ ନେତୃତ୍ୱରେ ଏକ ଟିମ୍‌ ଶୁକ୍ରବାର ଆସ୍କା କାଳଷଣ୍ଢପୁର ଛକରେ ଯାନବାହନ ଚେକିଂ କରୁଥିଲା। ସେହି ରାସ୍ତା ଦେଇ ଆସୁଥିବା ଏକ ଅଟୋ ନମ୍ବର ଓ ୩୨ସି-୯୬୩୯କୁ ଅଟକାଇ ଯାଞ୍ଚ କରାଯାଇଥିଲା। ସେଥିରେ ଦୁଇଟି ଜରି ବସ୍ତାରେ ୧୫୦ କେଜି ରହିଥିବା ଜଣାପଡ଼ିଥିଲା। ଚାଲାଣକାରୀ ଜଣଙ୍କ ପ୍ରମୋଦ କୁମାର ନାୟକ ହୋଇଥିବା ବେଳେ ସେ ଉକ୍ତ ଗଞ୍ଜେଇ ଫୁଲବାଣୀରୁ ବେଆଇନ ଭାବେ ଚାଲାଣ କରୁଥିବା ଅବକାରୀ ଟିମ୍‌ ପକ୍ଷରୁ ସୂଚନା ମିଳିଛି। ଜବତ ଗଞ୍ଜେଇ ଓ ଅଟୋର ମୂଲ୍ୟ ୧୬ଲକ୍ଷ ୫୦ହଜାର ଟଙ୍କା ହେବ ବୋଲି ସେଠୀ କହିଛନ୍ତି। ମାମଲା ନମ୍ବର ୭୩/୨୩-୨୪ରେ ପ୍ରମୋଦଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯାଇଛି। ଏହି ଚଢ଼ାଉରେ ଅବକାରୀ ଗୁଇନ୍ଦା ଇନ୍ସପେକ୍ଟର ଡା.ଅଶୋକ ସାହୁ, ହୃଦୟ ଚନ୍ଦ୍ର ସାମନ୍ତ, ଏଏସ୍‌ଆଇ ବ୍ରଜ ବିହାରୀ ନାୟକ, କନଷ୍ଟେବଳ କପିଳାସ ଭତ୍ରା, ବଳରାମ ଜେନା, ସନ୍ତୋଷ ନାୟକ, କୁମୁଦ ପ୍ରଧାନ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri