ଅଭିନବ ଉପାୟ: ସ୍କୁଲ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ୪ ଗିରଫ

କୋରାପୁଟ,୨୧ା୧(ସ୍ବ.ପ୍ର.): କୋରାପୁଟ ଜିଲାର ବିଶେଷ କରି ଆନ୍ଧ୍ର ସୀମାନ୍ତ ଅଞ୍ଚଳରେ ବ୍ୟାପକ ଭାବେ ଗଞ୍ଜେଇ ଚାଷ କରାଯାଉଥିବାବେଳେ ଏହାକୁ ବାହାର ରାଜ୍ୟକୁ ଚାଲାଣ ପାଇଁ ଗଞ୍ଜେଇ ମାଫିଆ ବିଭିନ୍ନ ଉପାୟ ଅବଳମ୍ବନ କରୁଥିବା ବହୁବାର ନଜିର ରହିଛି। କେତେବେଳେ ମାଛ ବାକ୍ସରେତ କେତେବେଳେ ପଣସ ଗାଡ଼ିରେ, ଆଉ କେତେବେଳ ଝାଡୁ ଗାଡ଼ିରେ ପୁଣି କେତେବେଳ ସିଟ୍‌ ତଳେ ଲୁଚାଇ ନେଉଥିବାବେଳେ ପ୍ରଥମ କରି ସ୍କୁଲ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ ହେଉଥିବା ବର୍ତ୍ତମାନ ଜଣାପଡ଼ିଛି। ମାଫିଆମାନଙ୍କ ଦ୍ୱାରା ଏପରି ଅଭିନବ ଉପାୟ ନେଇ ଶନିବାର ମାଛକୁଣ୍ଡ ଓ ଲମତାପୁଟ ପୋଲିସ ଲମତାପୁଟର ମାଲେଗାଁ ଛକ ନିକଟରେ ଚଢ଼ାଉ କରି ସ୍କୁଲ ବ୍ୟାଗରେ ଚାଲାଣ ହେଉଥିବା ୨୦ କେଜିରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରିଥିବାବେଳେ ଏଥିରେ ସଂପୃକ୍ତ ବିହାର ଓ ଉତ୍ତରପ୍ରଦେର ୪ ଯୁବକଙ୍କ ଗିରଫ କରି କୋର୍ଟଚାଲାଣ କରିଛ। ଏହି ଗଞ୍ଜେଇ ଆନ୍ଧ୍ର ସୀମାନ୍ତ ଅଞ୍ଚଳରୁ ଚାଲାଣ କରାଯାଉଥିବା କୌଣସି ସୂତ୍ରରୁ ଖବର ପାଇ ନନ୍ଦପୁର ଏସ୍‌ଡିପିଓ ସଞ୍ଜୟ କୁମାର ମହାପାତ୍ର ମାଛକୁଣ୍ଡ ଓ ଲମତାପୁଟ ପୋଲିସକୁ ନିର୍ଦ୍ଦେଶ ଦେଇଥିଲେ। ଫଳରେ ପୋଲିସ ମାଲେଗାଁ ଛକରୁ ଏହି ଗଞ୍ଜେଇ ଧରିବାରେ ସଫଳ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ପୋଲ: ୨ ଥର ଶିଳାନ୍ୟାସ

ଲଙ୍ଗଳେଶ୍ୱର,୫।୧୨(କମଳାକାନ୍ତ ଦାସ): ଗୋଟିଏ ପୋଲକୁ ଦୁଇଥର ଶିଳାନ୍ୟାସ। ସକାଳେ ବିଧାୟକ ଏବଂ ବିଭାଗୀୟ ଯନ୍ତ୍ରୀ ଉପସ୍ଥିତ ରହି ଗୋଟିଏ ଜାଗାରେ ଫଳକ ଶିଳାନ୍ୟାସ କରିଥିବା ବେଳେ...

ଜାଲ୍‌ ତଥ୍ୟ ଦେଇ ଆବାସ ହାତେଇଥିଲେ ନାଏବ ସରପଞ୍ଚ

ରସୁଲପୁର,୫ା୧୨(ରଞ୍ଜତ ରାଉତ): ରସୁଲପୁର ବ୍ଲକ ଅନ୍ତର୍ଗତ ବାହାଦଲାପୁର ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ପଞ୍ଚାୟତର ନାଏବ ସରପଞ୍ଚ ତିଳୋତ୍ତମା ନାୟକ...

ବାତ୍ୟା ‘ମିଗ୍‌ଜୋମ’: ପ୍ରବଳ ବର୍ଷା ନେଇ ଚିନ୍ତାରେ ଚାଷୀ

ଛତ୍ରପୁର,୫।୧୨(ଦିଲୀପ ସାମଲ): ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର...

କୋରେଇରେ ଛପି ରହିଛନ୍ତି ନକଲି ଶିକ୍ଷକ

କୋରେଇ,୫ା୧୨(ଚନ୍ଦ୍ରକାନ୍ତ ପତି) : ରାଜ୍ୟରେ ଜାଲ ସାର୍ଟିଫିକେଟ ବଳରେ ଚାକିରିକୁ ନେଇ ତୁମ୍ବିତୋଫାନ ଚାଲିଛି। ରାଜ୍ୟର ବିଭିନ୍ନ ଜିଲାର ଅନେକ ଯୁବତୀଯୁବକ ନକଲି ପ୍ରମାଣପତ୍ର ଦେଇ...

ବାତ୍ୟା ‘ମିଗଜୋମ’ର ପ୍ରଭାବ: ଆସନ୍ତାକାଲି ଗଜପତିରେ ସବୁ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୫।୧୨: ବାତ୍ୟା ‘ମିଗଜୋମ’ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ କୋହଲା ରହିଛି। ଏହାସହ କିଛି ସ୍ଥାନରେ ବର୍ଷା ମଧ୍ୟ ହେଉଛି। ଏହାକୁ ଦୃଷ୍ଟିରେ ରଖି...

ଓଲଟିଲା ପିକଅପ୍‌ ଭ୍ୟାନ: ୧୫ ଗୁରୁତର

ଟିଟିଲାଗଡ଼,୫।୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ କତରକେଲା ରେଲ ଫାଟକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ୍‌ ଯାଉଥିବା ଏକ ପିକଅପ୍‌...

ଖୁବଶୀଘ୍ର ଗଠନ ହେବ ପଦ୍ମପୁର ଜିଲା, ଜିଲାପାଳ କାର୍ଯ୍ୟାଳୟ ପାଇଁ ସ୍ଥାନ ନିରୂପଣ

ପଦ୍ମପୁର, ୪ା୧୨(ପ୍ରଦୀପ୍ତ ଦାଶ ) ପଦ୍ମପୁରରେ ନୂତନ ଜିଲାପାଳ କାର୍ଯ୍ୟାଳୟ ସ୍ଥାନ ନିରୂପଣ ପାଇଁ ଉତ୍ତରାଞ୍ଚଳ ଆରଡିସି ଡକ୍ଟର ସୁରେଶ ଚନ୍ଦ୍ର ଦଲାଇଙ୍କ ନେତୃତ୍ୱରେ ଏକ...

ବାଘ ଭୟରେ ଦୋକାନ ବଜାର ବନ୍ଦ

ହାଟଡିହୀ,୪l୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ବାଘ ବୁଲୁଥିବା ଗୁଜବକୁ ନେଇ ଭୟର ବାତାବରଣ ଖେଳିଯାଇଛି। ଏହି ବ୍ଲକ ଅଧୀନ ବିଭିନ୍ନ ଛକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri