ଅଭିନବ ଉପାୟ: ସ୍କୁଲ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ୪ ଗିରଫ

କୋରାପୁଟ,୨୧ା୧(ସ୍ବ.ପ୍ର.): କୋରାପୁଟ ଜିଲାର ବିଶେଷ କରି ଆନ୍ଧ୍ର ସୀମାନ୍ତ ଅଞ୍ଚଳରେ ବ୍ୟାପକ ଭାବେ ଗଞ୍ଜେଇ ଚାଷ କରାଯାଉଥିବାବେଳେ ଏହାକୁ ବାହାର ରାଜ୍ୟକୁ ଚାଲାଣ ପାଇଁ ଗଞ୍ଜେଇ ମାଫିଆ ବିଭିନ୍ନ ଉପାୟ ଅବଳମ୍ବନ କରୁଥିବା ବହୁବାର ନଜିର ରହିଛି। କେତେବେଳେ ମାଛ ବାକ୍ସରେତ କେତେବେଳେ ପଣସ ଗାଡ଼ିରେ, ଆଉ କେତେବେଳ ଝାଡୁ ଗାଡ଼ିରେ ପୁଣି କେତେବେଳ ସିଟ୍‌ ତଳେ ଲୁଚାଇ ନେଉଥିବାବେଳେ ପ୍ରଥମ କରି ସ୍କୁଲ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ ହେଉଥିବା ବର୍ତ୍ତମାନ ଜଣାପଡ଼ିଛି। ମାଫିଆମାନଙ୍କ ଦ୍ୱାରା ଏପରି ଅଭିନବ ଉପାୟ ନେଇ ଶନିବାର ମାଛକୁଣ୍ଡ ଓ ଲମତାପୁଟ ପୋଲିସ ଲମତାପୁଟର ମାଲେଗାଁ ଛକ ନିକଟରେ ଚଢ଼ାଉ କରି ସ୍କୁଲ ବ୍ୟାଗରେ ଚାଲାଣ ହେଉଥିବା ୨୦ କେଜିରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରିଥିବାବେଳେ ଏଥିରେ ସଂପୃକ୍ତ ବିହାର ଓ ଉତ୍ତରପ୍ରଦେର ୪ ଯୁବକଙ୍କ ଗିରଫ କରି କୋର୍ଟଚାଲାଣ କରିଛ। ଏହି ଗଞ୍ଜେଇ ଆନ୍ଧ୍ର ସୀମାନ୍ତ ଅଞ୍ଚଳରୁ ଚାଲାଣ କରାଯାଉଥିବା କୌଣସି ସୂତ୍ରରୁ ଖବର ପାଇ ନନ୍ଦପୁର ଏସ୍‌ଡିପିଓ ସଞ୍ଜୟ କୁମାର ମହାପାତ୍ର ମାଛକୁଣ୍ଡ ଓ ଲମତାପୁଟ ପୋଲିସକୁ ନିର୍ଦ୍ଦେଶ ଦେଇଥିଲେ। ଫଳରେ ପୋଲିସ ମାଲେଗାଁ ଛକରୁ ଏହି ଗଞ୍ଜେଇ ଧରିବାରେ ସଫଳ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri