ଦୈନିକ ରାଜ୍ୟ ବାହାରକୁ ଚାଲାଣ ହେଉଛି ଗଞ୍ଜେଇ, ପାଟ୍ରୋଲିଂବେଳେ ୨ ଜଣଙ୍କୁ ଅଟକାଇବାରୁ ମିଳିଲା…

ଭଞ୍ଜନଗର,୨ା୯(ବାବୁଲା ପ୍ରଧାନ): ଗଞ୍ଜେଇ ଚାଲାଣବେଳେ ଭଞ୍ଜନଗର ପୋଲିସ ଦୁଇଜଣଙ୍କୁ ଗିରଫ କରିବା ସହ ୨୪ କେଜି ୭୯୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଏଥିସହ ଏକ ମୋଟରସାଇକେଲ ଓ ନଗଦ ୧୧୦୦ ଟଙ୍କା ମଧ୍ୟ ଜବତ ହୋଇଛି।

ପୋଲିସ ସୂଚନା ଅନୁଯାୟୀ, ବୁଧବାର ସକାଳେ ଭଞ୍ଜନଗର ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ପାଟ୍ରୋଲିଂ ଓ ବ୍ଲକିଂ ଚାଲିଥିବା ବେଳେ ମା’ ସୋରାଦେବୀ ମନ୍ଦିର ଛକ ନିକଟରେ ଦୁଇଜଣ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଅଟକାଯାଇଥିଲା। ସେମାନେ ଏକ କଳା ଓ ଲାଲ ରଙ୍ଗର ମୋଟରସାଇକେଲରେ ଯାଉଥିଲେ। ଯାଞ୍ଚ ବେଳେ ବାଇକରେ ଥିବା ଏକ ସବୁଜ ରଙ୍ଗର ଜରି ବ୍ୟାଗରୁ ଗଞ୍ଜେଇ ମିଳିଥିଲା।

ଗିରଫ ଦୁଇଜଣ ହେଲେ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା କେନ୍ଦୁପଲ୍ଲୀ ଗ୍ରାମର ଲୋକନାଥ ମହାନ୍ତିଙ୍କ ପୁଅ ରମେଶ କୁମାର ମହାନ୍ତି (୨୬) ଓ ବେଗୁନିଆ ଥାନା କଣ୍ଟାପଡ଼ା ଗ୍ରାମର ସ୍ବର୍ଗତ ଚନ୍ଦ୍ରଶେଖର ଗୁରୁଙ୍କ ପୁଅ ସତ୍ୟନାରାୟଣ ଗୁରୁ (୪୨)। ପଚରାଉଚରା ବେଳେ ସେମାନେ ଗଞ୍ଜେଇ ଅଜଣା ଗ୍ରାହକଙ୍କୁ ବିକ୍ରି କରିବା ଉଦ୍ଦେଶ୍ୟରେ ନେଇଯାଉଥିବା ପୋଲିସ ନିକଟରେ କହିଥିବା ପ୍ରେସ ରିଲିଜ୍‌ରେ ଦର୍ଶାଯାଇଛି।

ଏହି ଘଟଣାରେ ଭଞ୍ଜନଗର ଥାନାରେ କେସ୍‌ ନମ୍ବର ୯୦୯/୨୬ରେ ଏକ ମାମଲା ଅନୁଯାୟୀ ମାମଲା ରୁଜୁ ହୋଇଛି। ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଅତିରିକ୍ତ ତହସିଲଦାର ଅବିନାଶ ମହାର ଥିଲେ।
ଗିରଫ ଦୁଇ ଅଭିଯୁକ୍ତଙ୍କୁ କୋର୍ଟକୁ ଚାଲାଣ କରାଯାଇଥିବା ଥାନା ଅଧିକାରୀ ଜୀବନାନନ୍ଦ ଜେନା ଏଠାରେ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, କନ୍ଧମାଳ ଜିଲାରୁ ଦୈନନ୍ଦିନ ବିପୁଳ ପରିମାଣର ଗଞ୍ଜେଇ ବିଭିନ୍ନ ରାସ୍ତା ଦେଇ ରାଜ୍ୟ ଓ ରାଜ୍ୟ ବାହାରକୁ ଚାଲାଣ ହେଉଛି। ଅବକାରୀ ଓ ପୋଲିସ ବିଭାଗ କିଛି ସମୟ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହେଉଛି। ତଥାପି ଗଞ୍ଜେଇ କାରବାର କମିବାକୁ ନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ୩୦ ଛାତ୍ରଙ୍କୁ ମାଡ଼ ଘଟଣା: ସ୍ଥିତି ପରଖିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା

ରାୟଗଡ଼ା,୨ା୯(ଦୀପକ କୁମାର ପରିଡ଼ା): କୋଲନରା ବ୍ଲକ ଅନ୍ତର୍ଗତ ରିଭଲକଣା ସରକାରୀ ଏସ୍‌ଏସ୍‌ଡି ହାଇସ୍କୁଲ ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ର ଅନ୍ୟ ପ୍ରାୟ ୩୦ ଜଣ ସହପାଠୀଙ୍କୁ…

ପ୍ରକାଶ ପାଇଲା OTET-୨୦୨୬ ରେଜଲ୍ଟ: ପାସ୍ ହାର ୬୪.୪୮%

କଟକ,୨।୯: ମାଧ୍ୟମିକ ଶିକ୍ଷା ପରିଷଦ (BSE), ଓଡ଼ିଶା ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୬ର ଫଳାଫଳ ବୁଧବାର ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି। ଚଳିତ…

ସେପ୍ଟେମ୍ୱର ୪ରେ କାମ କରିବନି UPI, ଜାଣନ୍ତୁ କେତେ ସମୟ ବନ୍ଦ ରହିବ?

ନୂଆଦିଲ୍‌ଲୀ,୨।୯: ଯଦି ଆପଣ ପ୍ରତିଦିନ SBI ର UPI ମାଧ୍ୟମରେ ପେମେଣ୍ଟ କରୁଛନ୍ତି, ତେବେ ୪ ସେପ୍ଟେମ୍ୱର ରାତିରେ ଟିକେ ସତର୍କ ରହିବାକୁ ପଡ଼ିବ। ବ୍ୟାଙ୍କ ସୂଚନା…

ମୁହଁ ଉପରେ ହିଁ ଶୁଣାଇ ଦିଅନ୍ତି ଏହି ୩ ରାଶି; ହେଲେ ପଛରେ ଖେଳନ୍ତି ଭୟଙ୍କର ଗେମ୍‌

‘ମୁହଁରେ ରାମ, କାଖରେ ଛୁରୀ’ ଏହା କୌଣସି ନୂଆ ଢଗ ନୁହେଁ, ଏହାକୁ ଆମେ ସମସ୍ତେ ବହୁବାର ଶୁଣିଥିବା। କିନ୍ତୁ ଜ୍ୟୋତିଷ ଶାସ୍ତ୍ରରେ ଏପରି କିଛି ରାଶି…

କାର୍ଗିଲ୍ ଯୁଦ୍ଧର ଯୋଦ୍ଧା ଏବେ ରାମ ମନ୍ଦିରର CEO! ଜିତେନ୍ଦ୍ର ମିଶ୍ରାଙ୍କ ନାଁରେ ଲାଗିଲା ମୋହର

ନୂଆଦିଲ୍ଲୀ,୨।୯: ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ସିଇଓଙ୍କ ନାମ ଘୋଷଣା କରାଯାଇଛି । ସୂଚନା ଅନୁସାରେ, ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କ ନାଁରେ ମୋହର ଲାଗିଛି…

ଜନ୍ମାଷ୍ଟମୀରେ ୪ଟି ବଡ଼ ରାଜଯୋଗ: ଚମକିବ ୫ ରାଶିର ଭାଗ୍ୟ, ପ୍ରଚୁର ଧନଲାଭକୁ ମିଳିବ ବଡ଼ ସଫଳତା

ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବର ପର୍ୱ ‘ଜନ୍ମାଷ୍ଟମୀ’ ସେପ୍ଟେମ୍ୱର ୪ ତାରିଖରେ ପାଳିତ ହେବ। ଧାର୍ମିକ ଦୃଷ୍ଟିକୋଣରୁ ଜନ୍ମାଷ୍ଟମୀ ଦିନଟି ବେଶ ସ୍ୱତନ୍ତ୍ର ହୋଇଥିବା ବେଳେ ଏଥର ଗ୍ରହମାନଙ୍କ…

ଠେଙ୍ଗାରେ ପିଟିପିଟି ବୃଦ୍ଧ ବାପାଙ୍କୁ ହତ୍ୟା: ପୁଅ-ବୋହୂ ଗିରଫ

କୁଆଁରମୁଣ୍ଡା,୨ା୯(ମହେନ୍ଦ୍ର କୁମାର ସାହୁ): ଠେଙ୍ଗାରେ ପିଟି ନିଜର ଜନ୍ମ କଲା ବୃଦ୍ଧ ବାପାଙ୍କୁ ହତ୍ୟା କରାଯାଇଛି। ଏଭଳି ହତ୍ୟାକାଣ୍ଡ କରିଛନ୍ତି ପୁଅ ଓ ବୋହୂ। ଏହି ଘଟଣା…

MKCG ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ନିଖୋଜ, ରେଲ୍‌ୱେ ଷ୍ଟେଶନରୁ ମିଳିଲା ମୋବାଇଲ

ବ୍ରହ୍ମପୁର,୨।୯(ସୁବାସ ଚନ୍ଦ୍ର ପାଢ଼ୀ) : ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ଭେଷଜ ମହାବିଦ୍ୟାଳୟର ଜଣେ ଛାତ୍ର ନିଖୋଜ ନେଇ ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ସୂଚନା କ୍ରମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri