ବାଇକରେ ଗଞ୍ଜେଇ ନେଇ ଯାଉଥିଲେ ନାବାଳକ, ଧରିଲା ପୋଲିସ

ଦିଗପହଣ୍ଡି,୧୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଗୁରୁବାର ସାରେ ବାଇକ ସହ ଗଞ୍ଜେଇ ଜବତ କରିଛି। ପୋଲିସ ଟିମ ୩୨୬ ନଂ ଜାତୀୟ ରାଜପଥ ପୋଡାମାରି – ତପ୍ତପାଣି ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଗଜପତି ଜିଲା ମୋହନାରୁ ଦ୍ରୁତଗତିରେ ଆସୁଥିବା ବାଇକ (ନଂ. ଓଡ଼ି ୨୦ ସି -୦୩୮୩)କୁ ଅଟକାଇଥିଲେ। ବାଇକ ଚାଳକ ଧରିଥିବା ବ୍ୟାଗକୁ ଯାଞ୍ଚ କରିବାରୁ ସେଥିରେ ଗଞ୍ଜେଇ ଥିବା ଜଣାପଡିଥିଲା। ବାଇକ ସହ ଚାଳକଙ୍କୁ ପୋଲିସ ଥାନାକୁ ଉଠାଇ ଆଣିଥିଲା। ଅଭିଯୁକ୍ତ ଜଣଙ୍କ ନାବାଳକ ଥିବା ଆଇଆଇସି ଦୀପ୍ତି ରଞ୍ଜନ ବେହେରା କହିଛନ୍ତି। ଜବତ ଗଞ୍ଜେଇର ଓଜନ ୨୧ କେଜି ୧ ଶହ ଗ୍ରାମ । ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖାଯାଇଥିବା ବେଳେ ଶୁକ୍ରବାର ତାଙ୍କୁ ଥାନା ମାମଲା ନଂ.୩୯/୨୫ ଅନୁଯାୟୀ ବ୍ରହ୍ମପୁର ସ୍ଥିତ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର କରାଯିବ ବୋଲି ତଦନ୍ତକାରୀ ଅଧିକାରୀ ଏସ.ଆଇ ହିମାଂଶୁ ପାତ୍ର ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରପାରିରେ ପୂର୍ବତନ ଏମ୍‌ପି ମୃତ୍ୟୁଞ୍ଜୟ ନାୟକ

ଫୁଲବାଣୀ,୧୯।୨(ରାକେଶ କୁମାର ରାଉତ): ଆରପାରିରେ ପୂର୍ବତନ ଏମ୍‌ପି ମୃତ୍ୟୁଞ୍ଜୟ ନାୟକ। କଂଗ୍ରେସରୁ ୩ ଥର ଜିତି ଏମ୍‌ପି ହୋଇଥିବା ଫୁଲବାଣୀର ମୃତ୍ୟୁଞ୍ଜୟ ନାୟକ(୭୨)ଙ୍କ ମଙ୍ଗଳବାର ସନ୍ଧ୍ୟାରେ...

ଟ୍ରାଫିକ୍‌ ନିୟମ ମାନିଲେ ମିଳିବ ଏମିତି ଉପହାର

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଟାଉନ ଥାନା ପୋଲିସ ପକ୍ଷରୁ ମଙ୍ଗଳବାର ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏକ ସଚେତନତା ଶୋଭାଯାତ୍ରା ଥାନାରୁ...

ବିବାହ ଶୋଭାଯାତ୍ରାରେ ତୁମୁଳକାଣ୍ଡ: ଶୋଭାଯାତ୍ରା ଗାଡି ଚାଳକଙ୍କ ଭୁଜାଲି ମାଡରେ , ଯୁବକ ଗୁରୁତର

ହିଞ୍ଜିଳିକାଟୁ, ୧୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶ୍ରଦ୍ଧାପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ବିବାହ ଶୋଭାଯାତ୍ରା ଚାଲିଥିବା ବେଳେ କୌଣସି କଥାକୁ...

ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନାହାର -ଚେନ

ହିଞ୍ଜିଳିକାଟୁ, ୧୮।୨(ଦ୍ବିତୀକୃଷ୍ଣ ପଣ୍ଡା) : ଗତ କିଛି ମାସର ବ୍ୟବଧାନ ପରେ ହିଞ୍ଜିଳି ଥାନା ଇଲାକାରେ ପୁଣିଥରେ ଲୁଟେରା ଗ୍ୟାଙ୍ଗଙ୍କ ପାର୍ଦୁଭାବ ଦେଖିବାକୁ ମିଳିଛି। ଜୈନିକ...

ଲାଞ୍ଜିଗଡ଼ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ

ଲାଞ୍ଜିଗଡ଼,୧୮/୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଶ୍ଵନାଥପୁର ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା କାର୍ଯ୍ୟକ୍ରମ...

ମଣ୍ଡିରେ ଧାନପଡ଼ି ସରୁଛି ଟୋକନ ଅବଧି:ଧାନ କିଣାବିକାରେ ଚାଲିଛି ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ୨ଦିନ ପରେ ୩ମାସ ପୂରିବ। କିନ୍ତୁ ଏବେ ମଧ୍ୟ ଜିଲାର ବିଭିନ୍ନ ସ୍ଥାନରେ...

୪୦ଟି ଶିକ୍ଷଣ ସାମଗ୍ରୀ ପ୍ରଦର୍ଶିତ: ୧୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଅଂଶଗ୍ରହଣ

ଦିଗପହଣ୍ଡି,୧୮ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି କ୍ଲଷ୍ଟର ଅନ୍ତର୍ଗତ ମଧୁ ବିଦ୍ୟାପୀଠରେ ସିଆରସିସି ଅନିଲ କୁମାର ଦାସଙ୍କ ସଂଯୋଜନାରେ ୨ ଦିନ ଚାଲିଥିବା ବିଷୟ ଭିତ୍ତିକ...

ଅବକାରୀ ଚଢଉ ୩ ଗିରଫ: ୩୦ଲିଟର ମଦ ଜବତ

ପାଟଣା,୧୮।୨(ବୀରକିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ଅବକାରୀ ଥାନା ପକ୍ଷରୁ କଣ୍ଟିଆପଡ଼ା ପଞ୍ଚାୟତ ଭଗପଶି ଓ ବଲାଣିପଶି ଗ୍ରାମ ଅଞ୍ଚଳରେ ମଙ୍ଗଳବାର ପାଟଣା ଅବକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri