୨ ବାଇକ୍‌ ସହ କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କଲା ପୋଲିସ, ୩ ଗିରଫ

ବ୍ରହ୍ମପୁର,୨ା୩(ସୁବାସ ଚନ୍ଦ୍ର ପାଢ଼ୀ): ରବିବାର ଅବକାରୀ ଭ୍ରାମ୍ୟମାଣ ସଂସ୍ଥା ପକ୍ଷରୁ ବ୍ରହ୍ମପୁର ରେଳଷ୍ଟେଶନ ନିକଟ ନେହେରୁ ପାର୍କ କଡ଼ରୁ ୩ ଯୁବକଙ୍କୁ ଅଟକାଇ ସେମାନଙ୍କ ନିକଟରେ ଥିବା ଏୟାର ବ୍ୟାଗଗୁଡ଼ିକ ଯାଞ୍ଚ ବେଳେ ସେଥିରୁ ୧୧୦କେଜି ଗଞ୍ଜେଇ ଜବତ କରାଯାଇଛି। ଗିରଫ ଯୁବକମାନେ ହେଲେ ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ କିଡାସିଂ ଗ୍ରାମର ରାମଚନ୍ଦ୍ର ଗୌଡ଼ (୨୮), ଶ୍ରୀଶାନ୍ତ ଗୌଡ଼(୨୪) ଓ ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ଅଞ୍ଚଳର କକୁଳୁ ନାୟକ(୨୪)। ଗଞ୍ଜେଇ ଚାଲାଣରେ ବ୍ୟବହୃତ ଦୁଇଟି ବାଇକ ଓ ତିନୋଟି ମୋବାଇଲ ମଧ୍ୟ ଜବତ କରାଯାଇଛି। ଜବତ ଗଞ୍ଜେଇ, ବାଇକ୍‌ର ମୂଲ୍ୟ ୧୩ ଲକ୍ଷ ହେବ ବୋଲି ଟିମ୍‌ ପକ୍ଷରୁ ସୂଚନା ଦିଆଯାଇଛି। ବ୍ରହ୍ମପୁର ରେଳଷ୍ଟେଶନକୁ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ବିଭଗୀୟ ଅଧୀକ୍ଷକ ପ୍ରବୀଣ କୁମାର ପ୍ରଧାନଙ୍କ ନିର୍ଦ୍ଦେଶରେ ଏକ ଟିମ୍‌ ଗଠନ ହୋଇଥିଲା। ଉପଅଧୀକ୍ଷକ କୁମୁଦ ରଞ୍ଜନ କହଁର, ଇନ୍ସପେକ୍ଟର ମନୀଷା ଭୋଳ, ବି.ମନୋଜ କୁମାର, ଏସ୍‌ଆଇ ଏଭୁବନି ବେହେରା, କନଷ୍ଟେବଳ ଡି. ହରିବନ୍ଧୁ, ସୁଧାକର ଶବର, କୃଷ୍ଣ ଗୌଡ଼, ଅନିଲ ବେହେରା, କେ . ଗୋପାଳ ରେଡ୍ଡୀ, ସୌମ୍ୟ ରଞ୍ଜନ ଜେନା ପ୍ରମୁଖ ଉକ୍ତ ଚଢ଼ାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri