ଗଞ୍ଜେଇ ଜବତ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ରବିବାର ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଶ୍ମଶାନ ନିକଟରୁ ୨ କିଣ୍ଟାଲ ୧୪ କେ.ଜି ୨ ଶହ ଗ୍ରାମ ଗଞ୍ଜେଇ ଜବତ କରିଛି। ଗଞ୍ଜେଇ ଚୋରା ଚାଲାଣ ମାମଲାରେ ସମ୍ପୃକ୍ତ ଗଜପତି ଜିଲା ମୋହନା ଖ୍ରୀଷ୍ଟିଆନ ସାହିର ଶ୍ରବଣ ବଳିୟାର ସିଂ ଙ୍କୁ ପୋଲିସ ଗିରଫ କରି ବ୍ରହ୍ମପୁର ଜିଲା ଦୌରା ଜଜ କୋର୍ଟକୁ ପଠାଇଛି। ଥାନା ମାମଲା ନଂ.୪୨୫/୨୪ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି। ରବିବାର ପାଟପୁର ଥାନା ଏସ.ଆଇ ଶ୍ରୀନିବାସ ଦାସ, ଏଏସଆଇ ସୁଧୀର ନାୟକ ସଦଳବଳେ ତପ୍ତପାଣି,ପୋଡ଼ାମାରି,କଂସାମାରି, ଧରମପୁର ଗ୍ରାମ ମୁଖ୍ୟରାସ୍ତାରେ ପାଟ୍ରୋଲିଂ କରୁଥିବା ବେଳେ ଧରମପୁର ଗାଁ ଶେଷମୁଣ୍ଡରେ ଥିବା ଶ୍ମସାନ ନିକଟରେ ଅଭିଯୁକ୍ତ ଶ୍ରବଣ ଠିଆ ହୋଇଥିଲେ। ତାଙ୍କୁ ପୋଲିସ ଟିମ ଅଟକାଇ ପଚରାଉଚୁରା କରିବାପରେ ତାଙ୍କ ଗତିବିଧି ଉପରେ ସନ୍ଦେହ ହୋଇଥିଲା। ପରେ ସେ ଠିଆ ହୋଇଥିବା ଶ୍ମଶାନ ରାସ୍ତାକ ରେ ପୋଲିସ ଟିମ ଖାନ ତଲାସ କରିବାରୁ ୫ଟି ଜରିଅଖା ମିଳିଥିଲା। ସେଥିରେ ଗଞ୍ଜେଇ ଥିବା ଜଣାପଡିଥିଲା। ପୋଲିସ ଟିମ ଗଞ୍ଜେଇ ଭର୍ତ୍ତି ଜରିଅଖା ଜବତ କରିବା ସହ ତାଙ୍କୁ ଥାନାକୁ ଉଠାଇ ଆଣିଥିଲା। ଏନେଇ ଏସ.ଆଇ ଶ୍ରୀନିବାସ ଦାସ ଥାନାରେ ଏତଲା ଦେଇଥିଲେ। ଥାନା ଆଇଆଇସି ଅଜୟ କୁମାର ସ୍ବାଇଁ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିବା ସହ ଆସିକା ଏସଡିପିଓ ସଞ୍ଜୟ କୁମାର ମହାପାତ୍ରଙ୍କ ଉପସ୍ଥିତିରେ ଜବତ ଗଞ୍ଜେଇ ଓଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

ନ୍ୟୁୟର୍କ ସିଟି ପାଇଲା ପ୍ରଥମ ମୁସଲିମ ମେୟର, କୋରାନ ଉପରେ ହାତ ରଖି ନେଲେ ଶପଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ନ୍ୟୁୟର୍କକୁ ମିଳିଲା ନୂଆ ମେୟର ।  ଗୁରୁବାର ସକାଳେ ନ୍ୟୁୟର୍କ ସହରରେ ଜୋହରାନ୍ ମାମଦାନି ୧୧୨ତମ ମେୟର ଭାବରେ ଶପଥ ଗ୍ରହଣ କରିଥିଲେ।...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri