ଗଞ୍ଜେଇ ଚୋରାଚାଲାଣ: ୧୦ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ କାଉନସିଲର ପ୍ରାର୍ଥୀ

ଭବାନୀପାଟଣା,୨୮ା୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୟପାଟଣା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏସ୍‌ପି ଅଭିଳାଶଜୀଙ୍କ ନେତୃତ୍ୱରେ ଜୟପାଟଣା ଥାନାଧିକାରୀ ବାସୁଦେବ ଛତ୍ରିଆଙ୍କ ସହ ଏକ ଟିମ୍‌ ଗଠନ କରି ଗଞ୍ଜେଇ ଚୋରାଚାଲାଣ ବେଳେ ମାଡ଼ି ବସିଲା ପୋଲିସ। ଏଥିରେ ୧୦ ଜଣ ଗିରଫ ହୋଇଛନ୍ତି। ଜୟପାଟଣା ଥାନା ପ୍ରତାପପୁର କେନାଲ ରାସ୍ତା ଦେଇ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଜୟପାଟଣା ପୋଲିସ ଚଢ଼ାଉ କରି ୪ କ୍ୱିଣ୍ଟାଲ ୨୭ କେଜି ଗଞ୍ଜେଇ ଜବତ କରିବା ସହ ଗୋଟିଏ ବୋଲେରୋ ପିକ୍‌ଅପ୍‌, ବୋଲେରୋ, ଏସ୍‌ଏଲଇ, ଗୋଟିଏ ବାଇକ୍‌, ୫ଟି ମୋବାଇଲ, ୧୧ହଜାର ୫୬୦ ନଗଦ ଟଙ୍କା ଜବତ କରିଛି। ସେହିପରି ଏହି ଘଟଣାରେ ପୋଲିସ ୧୦ ଜଣକୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନଙ୍କ ମଧ୍ୟରୁ ଜଣେ ଜୁନାଗଡ଼ ଏନ୍‌ଏସି ୩ ନଂ ଓ୍ବାର୍ଡର ନିର୍ଦ୍ଦିଷ୍ଟ ଏକ ଦଳର କାଉନସିଲର ପ୍ରାର୍ଥୀ ରାଜେନ୍ଦ୍ର ଦଣ୍ଡସେନା ରହିଥିବା ବେଳେ ଅବଶିଷ୍ଟ କୋକସରା ଥାନା ଅଞ୍ଚଳର। ଗଞ୍ଜେଇ କୋରାପୁଟ ଜିଲା କଳାହାଣ୍ଡି ଆସିଥିବା ପୋଲିସ ପକ୍ଷରୁ ସୂଚନା। ଏନେଇ ଏକ ଖବରଦାତା ସମ୍ମିଳନୀରେ ଜୟପାଟଣା ଆଇଆଇସି ବାସୁଦେବ ଛତ୍ରିଆ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri