ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ ଧରିବାରେ ସଫଳତା ମିଳିଛି। ପ୍ରକାଶ ଯେ, ଥାନାଠାରୁ ମାତ୍ର ଗୋଟିଏ କିମି ଦୂରତା ଗ୍ରୀନବାଡ଼ି ଅଞ୍ଚଳରେ ଏକାଧିକ ଯୁବକ କିଛି ଦିନ ହେଲା ଉକ୍ତ ଥାନା ଅଞ୍ଚଳରୁ ଗଞ୍ଜେଇ ଚାଷୀଙ୍କଠାରୁ ଗଞ୍ଜେଇ ଆଣି କମ୍ପ୍ରେସର ମେଶିନ ଓ ଓ୍ବେଲ୍ଡିଂ ମେଶିନର ସହାୟତାରେ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିଲେ।

କୌଣସି ସୂତ୍ରରୁ ସୂଚନା ପାଇ ଦାରିଙ୍ଗବାଡ଼ି ଆଇଆଇସି ସଂଗ୍ରାମ କେଶରୀ ଜେନା ସଦଳବଳ ମଙ୍ଗଳବାର ଚଢ଼ାଉ କରିଥିଲେ। ଏଥିରେ ସମ୍ପୃକ୍ତି ୨ ଯୁବକଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୧୫ କେଜି ଗଞ୍ଜେଇ ସମେତ ଗୋଟିଏ ହାତରେ ଚଳାଯାଉଥିବା କମ୍ପ୍ରେସର ମେଶିନ, ୨ଟି ଓ୍ବେଲ୍ଡିଂ ମେଶିନ ଓ ୨ଟି ମୋବାଇଲ ଜବତ କରାଯାଇ ଅଧିକ ତଦନ୍ତ ଚଳାଇଥିବା ଆଇଆଇସି ଜେନା କହିଛନ୍ତି।

ଗିରଫ ୨ ଯୁବକ ହେଲେ ସଞ୍ଜୟ ସାହୁ ଏବଂ ସୁଧୀର ସାହୁ। ଦୁହେଁ ଗଞ୍ଜାମ ଜିଲା ଆସିକା ଅଞ୍ଚଳ ଦେବଭୂଇଁ ପଞ୍ଚାୟତ ବାମ ଗ୍ରାମର ହୋଇଥିବା ବେଳେ କିନ୍ତୁ ସଞ୍ଜୟ ସିମନବାଡ଼ି ଓ ସୁଧୀର ଗ୍ରୀନବାଡ଼ି ପଞ୍ଚାୟତ ଲାଇନପଡା ଗ୍ରାମରେ ରହି ଏହି ଗଞ୍ଜେଇ ଚୋରାଚାଲାଣ କରୁଥିବା ଆଇଆଇସି ସଂଗ୍ରାମ କେଶରୀ ଜେନା କହିଛନ୍ତି। ସେ ଆହୁରି କହିଛନ୍ତି ଯେ, ଏଥିରେ ଆହୁରି କିଛିଜଣ ସମ୍ପୃକ୍ତି ରହିଛନ୍ତି। ପୋଲିସ ସେମାନଙ୍କୁ ଖୋଜୁଛି। ଶୀଘ୍ର ଫେରାର ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ଆଇଆଇସି ଏବଂ ବାଲିଗୁଡା ଏସ୍‌ଡିପିଓ ଶୁଭମ୍‌ ଭୋସଲେ କହିଛନ୍ତି। ଏନେଇ ଥାନାରେ କେସ୍‌ ନଂ (୧୯୫/୨୬)ରେ ଏକ ମାମଲା ରୁଜୁ କରାଯାଇଥିବା ପୋଲିସ କହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

CJP ଆନ୍ଦୋଳନକୁ ନେଇ କଡ଼ା ନିର୍ଦ୍ଦେଶ ଦେଲେ ଦିଲ୍ଲୀ ହାଇକୋର୍ଟ, କେନ୍ଦ୍ରକୁ ମାଗିଲେ…

ନୂଆଦିଲ୍ଲୀ,୨୨।୭: ପ୍ରଦର୍ଶନକାରୀଙ୍କ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଏବଂ ଲାଠିଚାର୍ଜ ସମ୍ପର୍କିତ ଏକ ଆବେଦନର ଶୁଣାଣି କରିଛନ୍ତି ଦିଲ୍ଲୀ ହାଇକୋର୍ଟ । କେନ୍ଦ୍ର ସରକାର ଏବଂ ଦିଲ୍ଲୀ ପୋଲିସକୁ…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ବିକ୍ଷୋଭ ପ୍ରଦର୍ଶନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ରାଜନାଥ ସିଂ, ଛାତ୍ରଙ୍କୁ କରାଯାଉଛି…

ନୂଆଦିଲ୍ଲୀ,୨୨।୭: ସୋନମ ୱାଙ୍ଗଚୁକଙ୍କ ଅନଶନ, ସିଜେପିର ପ୍ରତିବାଦ ଏବଂ ବିରୋଧୀଙ୍କ ଆକ୍ରମଣାତ୍ମକ ଆଭିମୁଖ୍ୟ ପରେ ସରକାର ପଛକୁ ହଟିଥିବା ପରି ମନେ ହେଉଛି। ଏହି ସମୟରେ, ପ୍ରତିରକ୍ଷା…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍‌? ପ୍ରଥମ ଥର ମାନିଲେ ସରକାର

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri