ପିଆଜ ଟ୍ରକ୍‌ରେ କରୁଥିଲେ ଗଞ୍ଜେଇ ଚାଲାଣ: ଧରାପଡ଼ିବା ପରେ…

ଆର.ଉଦୟଗିରି,୧।୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ପକ୍ଷରୁ ଚଢାଉ କରାଯାଇ ଶନିବାର ଏକ ୧୪ ଚକିଆ ପିଆଜ ବୋଝେଇ ଟ୍ରକ୍‌ରୁ ୧୦ କ୍ୱିଣ୍ଟାଲ ୭୫ କିଲୋ ଗଞ୍ଜେଇ ଜବତ ହୋଇଛି। ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ରାଉରକେଲାର ନିଖିଲ କୁମାର ଓ ଅନୁରାଗ କୁମାର।
ସୂଚନାଯୋଗ୍ୟ, ଗଜପତି ଏସ୍‌ପି ତପନ କୁମାର ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୋହନା ଥାନା ଅଧିକାରୀ ସୁଜିତ କୁମାର ନାୟକ ସଦଳବଳେ ଚାନ୍ଦିପଟ ଓ ଲୁହଗୁଡ଼ଠାରେ ପାଟ୍ରୋଲିଂ କରୁଥିଲେ। ଏହି ସମୟରେ ଉକ୍ତ ୧୪ ଚକିଆ ପିଆଜ ବୋଝେଇ ଟ୍ରକ୍‌କୁ ସନ୍ଦେହରେ ଯାଞ୍ଚ କରିଥିଲେ । ପରେ ପିଆଜ ବସ୍ତା ତଳେ ଗଞ୍ଜେଇ ଥିବା ଦେଖିବାକୁ ପାଇଥିଲେ। ପ୍ଲାଷ୍ଟିକ ଜରି ବ୍ୟାଗରେ ୩୮ ବସ୍ତା ଗଞ୍ଜେଇ ମିଳିଥିଲା। ଉକ୍ତ ଟ୍ରକ ଆର. ଉଦୟଗିରିରୁ ବନାରସ ଯାଉଥିବା ଜଣାପଡ଼ିଛି। ଉକ୍ତ ଗଞ୍ଜେଇ ବସ୍ତା ଓଜନ ପରେ ୧,୦୫୭ କିଲୋ ୫୦୦ ଗ୍ରାମ ହୋଇଥିଲା।  ପରେ ଟ୍ରକ୍‌କୁ ଜବତ କରାଯାଇ ୨ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି। ଥାନାରେ କେସ ନଂ/ ୧୨୦/୨୦ ମାମଲା ରୁଜୁ ହୋଇ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri