ପରିବା ଭିତରେ ଗଞ୍ଜେଇ ଚାଲାଣ

ରାଜଗାଙ୍ଗପୁର, ୨।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ପୋଲିସ ଦ୍ୱାରା ମଙ୍ଗଳବାର ପରିବା ଭିତରେ ଗଞ୍ଜେଇ ଚାଲାଣ ଘଟଣା ଧରାପଡ଼ିଛି। ପୋଲିସ ୫୦ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ୫ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।
ବିଶେଷ ସୂତ୍ରରୁ ଖବର ପାଇ ପୋଲିସ ୧୦ନଂ. ରାଜ୍ୟ ରାଜପଥର ରାଜଗାଙ୍ଗପୁର ବାଇପାସ୍‌ ଛକ ଜାମପାଲି ନିକଟରେ ଗାଡ଼ି ଯାଞ୍ଚ କରିଥିଲା। ଏକ ପିକ୍‌ଅପ ଭ୍ୟାନ ଓ ମାରୁତି କାର ଯାଞ୍ଚ ବେଳେ ଏଥିରେ ପରିବା ଯଥା ଗାଜର ଓ ମୋଟର ଆବରଣ ହୋଇ ଭିତରେ ଗଞ୍ଜେଇ ରହିଥିବା ଦେଖିବାକୁ ମିଳିଥିଲା। ପୋଲିସ ଗଞ୍ଜେଇ ଜବତ କରିଥିଲା। ଯାହାର ଓଜନ ୪୧୬ କିଲୋ ୩୦୦ ଗ୍ରାମ ଓ ଆନୁମାନିକ ମୂଲ୍ୟ ୫୦ ଲକ୍ଷ। ଏହି ଗଞ୍ଜେଇ ଓଡ଼ିଶାରୁ ଉତ୍ତର ପ୍ରଦେଶ ଯାଉଥିଲା। ଘଟଣାରେ ସମ୍ପୃକ୍ତ ୫ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଏମାନେ ସମସ୍ତେ ଉତ୍ତର ପ୍ରଦେଶର। ୨ଟି ଗାଡ଼ି ସହ ଅଭିଯୁକ୍ତମାନଙ୍କଠାରୁ ୬ଟି ମୋବାଇଲ ଫୋନ, ୭୪୦୦ ଟଙ୍କା, ଏଟିଏମ୍‌ କାର୍ଡ, ଆଧାର କାର୍ଡ ଓ ଅନ୍ୟ କାଗଜପତ୍ର ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?