ଉତ୍ତରପ୍ରଦେଶରୁ ଉଠାଇ ଆଣିଲା ପୋଲିସ

ପାରଳାଖେମୁଣ୍ଡି,୨୧ା୪(ଡି.ଏନ୍‌.ଏ.): ଗଜପତି ପୋଲିସ ଜଣେ ଆନ୍ତଃରାଜ୍ୟ ଗଞ୍ଜେଇ ବ୍ୟବସାୟୀଙ୍କୁ ଗିରଫ କରିଛି। ସେ ହେଲେ ଉତ୍ତରପ୍ରଦେଶ ଆଲିଗଡ଼ ଜିଲା ଡୋରିନଗର ଗ୍ରାମର ଯଶୋବନ୍ତ ସିଂ। ଗଜପତି ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ଉତ୍ତରପ୍ରଦେଶରୁ ତାଙ୍କୁ ଉଠାଇ ଆଣିଛି। ଗତ ଅକ୍ଟୋବର ୩ରେ ଏକ ଗ୍ରାନାଇଟ ବୋଝେଇ ଟ୍ରକରେ ୨ ହଜାର ୨୦ କି.ଗ୍ରା. ଗଞ୍ଜେଇ ଚୋରାଚାଲାଣ ହେଉଥିବା ବେଳେ ଅଡବା ପୋଲିସ ତାହାକୁ ଜବତ କରିଥିଲା। ସେ ସମୟରେ ଗାଡ଼ି ଡ୍ରାଇଭର ଏବଂ କ୍ଲିନରଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଥିଲା। ହେଲେ ପୋଲିସ ଘଟଣାର ତଦନ୍ତ ଜାରି ରଖିଥିଲା।

ତଦନ୍ତ ପରେ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ଉତ୍ତରପ୍ରଦେଶ ଯାଇ ଆନ୍ତଃରାଜ୍ୟ ବ୍ୟବସାୟୀ ଯଶୋବନ୍ତଙ୍କୁ ଗିରଫ କରିଥିଲା। ସେ ପୂର୍ବରୁ ଥରେ ଗଞ୍ଜେଇ ଚାଲାଣ ମାମଲାରେ ଗିରଫ ହୋଇଥିଲେ। ବର୍ତ୍ତମାନ ଯଶୋବନ୍ତ ବେଆଇନ ଗଞ୍ଜେଇ କାରବାର କରି କଳାଧନ ଉପାର୍ଜନ କରିଛନ୍ତି, ତାହାର ତଦନ୍ତ ପ୍ରକ୍ରିୟା ଜାରି ରହିଥିବା ଗଜପତି ଏସ୍‌ପି ଜୟରାମ ଶତପଥୀ ଗୁରୁବାର ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

UAE ଟଙ୍କା ମାଗିବାରୁ ବିଳିବିଳେଇଲା ପାକିସ୍ତାନ, ଭାରତର ନାଁ ନେଇ କହିଲା…

ଇସଲାମବାଦ,୭।୪: ପାକିସ୍ତାନର ଆର୍ଥିକ ପରିସ୍ଥିତି ପୂର୍ୱରୁ ଜୀବନ ସମର୍ଥନ ଉପରେ ଅଛି, ତଥାପି ଏହାର ଅହଂକାର ହ୍ରାସ ପାଇବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇସଲାମାବାଦ ଏବେ ସଂଯୁକ୍ତ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଅକ୍ଷୟ ତୃତୀୟାରେ ଗୋଟିଏ ଟଙ୍କା ଖର୍ଚ୍ଚ ନକରି ବି ପାଇବେ ମହାଲାଭ, କରନ୍ତୁ ଏହି ଗୋଟିଏ କାମ…

ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ, ଅକ୍ଷୟ ତୃତୀୟା ତିଥି ଅତ୍ୟନ୍ତ ସ୍ବତନ୍ତ୍ର। ଏହି ଦିନ ଦେବୀ ଲକ୍ଷ୍ମୀ, ଭଗବାନ କୁବେର ଏବଂ ଭଗବାନ ଧନୱନ୍ତରୀଙ୍କୁ ପୂଜା କରାଯାଏ।…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri