ଅତାବିରାରୁ ଛତିଶଗଡ଼କୁ ହେଉଥିଲା ଗଞ୍ଜେଇ ଚୋରା ଚାଲାଣ, ୨ ଗିରଫ

ଅତାବିରା,୧୧ା୫(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଛତିଶଗଡ଼ ରାଜ୍ୟକୁ ଚୋରା ଚାଲାଣ ହେଉଥିବା ୧ କ୍ୟୁଣ୍ଟାଲ ୨୦ କେଜି ୬୭୦ ଗ୍ରାମ ଗଞ୍ଜେଇ ଜବତ କରିଛି ଅତାବିରା ପୋଲିସ l ଏହା ସହ ୨ ଜଣ ଅଭିଯୁକ୍ତ ଉତ୍ତରପ୍ରଦେଶର ୪୫ ବର୍ଷୀୟ ବବି ଖାନ ଓ ଧମା ଅଞ୍ଚଳରେ ରହୁଥିବା ଉଲୁଣ୍ଡା ଥାନା ପତ୍ରାପାଲି ଗ୍ରାମର ସୁଜିତ ସାହୁଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ପାଖରୁ ସିଜି ୦୪ ପିକ୍ୟୁ ୪୭୫୦ ଫେକ୍‌ ନମ୍ବର ଥିବା ଏକ ଆଇ ୨୦ ଏ ଷ୍ଟାର କାର୍‌ ଦୁଇଟି ମୋବାଇଲ ଏବଂ ନଗଦ ୪୨୦୦ ଟଙ୍କା ଜବତ କରାଯାଇଛି। ଏନେଇ ରବିବାର ବରଗଡ଼ ଏସ୍‌ଡିପିଓ ପଦାରବିନ୍ଦ ତ୍ରିପାଠୀ ଅତାବିରା ଥାନାରେ ଏକ ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି। ଏଥିରେ ଅତାବିରା ଆଇଆଇସି ପ୍ରକାଶ କର୍ଣ୍ଣ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୂଳ ଲଙ୍ଘୁଛି ସମୁଦ୍ର: ଉଭୟ ଉପକୂଳ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଛତ୍ରପୁର, ୫।୭ (ଦିଲ୍ଲୀପି ସାମଲ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳକ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଉପକୂଳବର୍ତ୍ତୀ ଅଞ୍ଚଳର ବାସିନ୍ଦାମାନେ ଭୟଭୀତ ଅବସ୍ଥାରେ ଦିନ…

କୋରାପୁଟରେ ପ୍ରବଳ ବର୍ଷା: ଭାଙ୍ଗିଲା ୭ ଘର

କୋରାପୁଟ,୫ା୭(ଅମିତାଭ ବେହେରା): କୋରାପୁଟ ଜିଲାରେ ରବିବାର ପ୍ରବଳ ବର୍ଷା ହୋଇଛି। ଜିଲାର ୧୪ଟି ବ୍ଲକରେ ମୋଟ୍‌ ୧୩୭୧.୪ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଜୟପୁର କୋରାପୁଟ ଆଦି…

ତାରାତାରିଣୀ କଲେଜର ହେବ ଆଧୁନିକୀକରଣ, ଅଞ୍ଚଳରେ ଖୁସିର ଲହରୀ

ପୁରୁଷୋତ୍ତମପୁର,୫ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ପାଇଁ ଚଳିତ ବର୍ଷ ଏକ ଐତିହାସିକ ବର୍ଷ ପାଲଟିଛି । କେନ୍ଦ୍ର ସରକାରଙ୍କ ପ୍ରତିଷ୍ଠିତ ରୁଷା/ପିଏମ-ଉଷା ପ୍ରକଳ୍ପରେ…

ଭିଜିଲାନ୍ସ ଜାଲରେ ମହିଳା ସରପଞ୍ଚ, ମାଛ ଚାଷ ସବସିଡି ପାଇଁ SHGରୁ ନେଉଥିଲେ ଲାଞ୍ଚ

ସୋନପୁର,୫ା୭: ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ନିମ୍ନା ପଞ୍ଚାୟତର ମହିଳା ସରପଞ୍ଚ । ମାଛ ଚାଷ ସବସିଡି ପାଇଁ SHG ଠାରୁ ୨୦ ହଜାର ଲାଞ୍ଚ…

ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ: କୋରାପୁଟ ଜିଲାରୁ ବାଦ୍‌ ପଡ଼ିଲେ…

କୋରାପୁଟ,୫ା୭(ଅମିତାଭ ବେହେରା): ରବିବାର କୋରାପୁଟସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତା ଆୟୋଜିତ ବୈଠକରେ ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ କରାଯାଇଥିବାବେଳେ ଏଥିରୁ…

ନିର୍ବନ୍ଧର ୪ ମାସ ପରେ ପୃଥ୍ବୀ ଶ’ ସହ ସମ୍ପର୍କ ତୁଟାଇଲେ ଆକୃତି ଅଗ୍ରଓ୍ବାଲ, ପ୍ରତାରଣା କରିଥିବା ଅଭିଯୋଗ

ନୂଆଦିଲ୍ଲୀ,୫।୭: ପୁଣି ଥରେ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’। ସେ ଏବଂ ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲଙ୍କ ସମ୍ପର୍କରେ ସୃଷ୍ଟି…

ବାଇକ୍‌ ସହ ଲୁଟିନେଇଥିଲେ ଟଙ୍କା, ପୋଲିସ ୫ ଜଣଙ୍କୁ ଗିରଫ କରି ତାଙ୍କଠାରୁ…

ରିଷିଡ଼ା/ମ.ରାମପୁର,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ନିକଟସ୍ଥ ଅରନଝରଣ ଘାଟିଠାରେ ୩ତାରିଖ ଶୁକ୍ରବାର ୫ଜଣ ଦୁର୍ବୃତ୍ତ ଏକ ଗାଡ଼ିରେ ଆସି ବଗବେଡ଼ା ଗାଁର ହେମସାଗର ଦେହେରିଆ ଓ…

ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍‌ ପଡ଼ିଲେ…

ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri