ବୌଦ୍ଧରୁ ଢେଙ୍କାନାଳକୁ ଚାଲାଣ ହେଉଥିଲା ଗଞ୍ଜେଇ: ଗାଁ ଯାତ୍ରା ପଡ଼ିଆରେ…

ପରଜଙ୍ଗ,୭ା୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କୁଆଳୋ ଗାଁ ଯାତ୍ରା ପଡ଼ିଆ ନିକଟରୁ ବୁଧବାର ଭୋଟ୍‌ କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ୍‌। ଗିରଫ ଅଭିଯୁକ୍ତ କୁଆଳୋ ଗାଁର ଗିରିଶ ସାହୁ। ଦୀର୍ଘବର୍ଷ ଧରି ଲକ୍ଷଲକ୍ଷ ଟଙ୍କାର ଗଞ୍ଜେଇ ମଗାଇ ପରଜଙ୍ଗ ଅଞ୍ଚଳ ତଥା ଜିଲା ବାହାରକୁ ଚାଲାଣ କରିଥାନ୍ତି ବୋଲି ତଦନ୍ତ ବେଳେ ଜଣାପଡ଼ିଛି। ଗିରିଶଙ୍କଠାରୁ ୨୧ କିଲୋ ୭୫୦ ଗ୍ରାମର ଗଞ୍ଜେଇ ଜବତ କରାଯାଇଛି। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୨ ଲକ୍ଷ ୧୮ ହଜାର ଟଙ୍କା ହେବ ବୋଲି ଅବକାରୀ ସୂତ୍ରରୁ ପ୍ରକାଶ। ଏଥିସହିତ ଗୋଟିଏ ବାଇକ୍‌କୁ ମଧ୍ୟ ଜବତ କରାଯାଇଛି। ବିଶେଷ ସୂତ୍ରରୁ ଖବର ପାଇ କାମାକ୍ଷାନଗର ଓ ପରଜଙ୍ଗ ଅବକାରୀ ଟିମ୍‌ ମିଳିତ ଭାବେ ଚଢ଼ାଉ କରି ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଥିଲେ। ତେବେ ମାଫିଆ ଜଣଙ୍କ ଦୀର୍ଘଦିନ ହେବ ବୌଦ୍ଧରୁ ଗଞ୍ଜେଇ ଆଣି ଢେଙ୍କାନାଳର ବିଭିନ୍ନ ସ୍ଥାନକୁ ଚାଲାଣ କରୁଥିଲେ। ଏ ନେଇ ଅଭିଯୁକ୍ତଙ୍କୁ ଗିରଫ ପରେ ତଦନ୍ତ ଆରମ୍ଭ କରି ଦେଇଛି ଅବକାରୀ ବିଭାଗ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜନଶୁଣାଣିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଅଧାରୁ ସ୍ଥଗିତ ରହିଲା କାର୍ଯ୍ୟକ୍ରମ

ଜଳେଶ୍ୱର,୨୭ା୨(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧିନସ୍ଥ ସେଖସରେଇ (କ) ବାଲି ସୈରାତ ପାଇଁ ଆୟୋଜିତ ଜନଶୁଣାଣି ରଣକ୍ଷେତ୍ରରେ ପରିଣତ ହୋଇଛି। ବାଲି ଖନନ ପାଇଁ…

ଶିକ୍ଷକଙ୍କ ଘର ତାଲା ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ

ଗୁଡ଼ାରି,୨୭ା୨(ପ୍ରମୋଦ କୁମାର ପତି): ଦୀର୍ଘଦିନର ବ୍ୟବଧାନ ପରେ ଗୁଡ଼ାରି ସହରରେ ଚୋରି ଦେଖିବାକୁ ମିଳିଛି। ସହରର ୯ ନମ୍ବର ଓ୍ବାର୍ଡ ତଥା ଶ୍ରୀରାମ ନଗରରେ ବାସ କରୁଥିବା…

ଜିମ୍ବାୱେ ବିପକ୍ଷରେ ଟିମ୍‌ ଇଣ୍ଡିଆର ବିଶ୍ୱ ରେକର୍ଡ, ଜାଣନ୍ତୁ କ’ଣ

ନୂଆଦିଲ୍ଲୀ,୨୭।୨: ଜିମ୍ବାୱେ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଏକ ଚମତ୍କାର ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଟିମ୍‌ ଇଣ୍ଡିଆ ICC T20 ବିଶ୍ୱକପ 2026ର ଦ୍ୱିତୀୟ ସୁପର-୮ମ୍ୟାଚରେ…

Video: କୋଲକାତାରେ ଶକ୍ତିଶାଳୀ ଭୂକମ୍ପ ଝଟ୍‌କା, ଭୟରେ ଘରୁ ବାହାରି ଆସିଲେ ଲୋକେ

କୋଲକାତା,୨୭।୨: କୋଲକାତାରେ ଶକ୍ତିଶାଳୀ ଭୂକମ୍ପ । ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ଅପରାହ୍ନ ପ୍ରାୟ ୧ଟା୨୦ ସମୟରେ ଭୂମିକମ୍ପ ହୋଇଥିଲା। କୋଲକାତା…

ସାଉଦି ଆରବର ଶରଣ ପଶିଲାଣି ପାକିସ୍ତାନ! ତାଲିବାନ ଆକ୍ରମଣ ଆଶଙ୍କାରେ ରିୟାଦ ସହ ଯୋଗାଯୋଗ କଲାଣି ପାକ୍‌

ଇସଲାମାବାଦ,୨୭।୨: ତାଲିବାନ ସହିତ ଶତ୍ରୁତା ଆରମ୍ଭ ହେବା ପରେ, ପାକିସ୍ତାନ ସାଉଦି ଆରବ ସହିତ ଯୋଗାଯୋଗ କରିଛି। ପାକିସ୍ତାନର ଉପ-ପ୍ରଧାନମନ୍ତ୍ରୀ ଏବଂ ବୈଦେଶିକ ମନ୍ତ୍ରୀ ଇସାକ ଡାର…

ଲାଞ୍ଚ ନେଇ ଧରାପଡ଼ିଲେ ଆର୍‌ଆଇ, ପଟ୍ଟା ସଂଶୋଧନ କରିବାକୁ ନେଉଥିଲେ…

ରାଜନଗର,୨୭ା୨(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ତହସିଲ ଅନ୍ତର୍ଗତ କୋରଡ଼ାଗଡ଼ ସର୍କଲ ରାଜସ୍ବ ନିରୀକ୍ଷକ ପ୍ରଦ୍ୟୁମ୍ନ କୁମାର ବେହେରା ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି। ଏକ ପଟ୍ଟାକୁ ସଂଶୋଧନ…

ଭାରତର ପ୍ରତିନିଧିତ୍ୱ କରିବେ ସୁଦର୍ଶନ

ପୁରୀ,୨୭ା୨(ଅଜିତ୍‌ କୁମାର ମହାନ୍ତି): ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଇଟାଲୀର ଭେନିସ୍‌ରେ ହେବାକୁ ଥିବା କନ୍‌ଟେମ୍ପରାରି ଭେନିସ୍‌-୨୦୨୬ର ୧୮ତମ ସଂସ୍କରଣରେ ଭାରତର ପ୍ରତିନିଧିତ୍ୱ କରିବେ।…

ମଦ ଦୁର୍ନୀତି ମାମଲାରେ ଦୋଷମୁକ୍ତ ହେବା ପରେ ଟ୍ରେଣ୍ଡ କଲେଣି କେଜରିୱାଲ, ଭାଜପାକୁ ପ୍ରଶ୍ନ ପଚାରୁଛନ୍ତି ୟୁଜର୍ସ

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀ ରାଜନୀତିର ସବୁଠାରୁ ବିବାଦୀୟ ମାମଲା ମଧ୍ୟରୁ ଗୋଟିଏ, କଥିତ ମଦ ନୀତି ଦୁର୍ନୀତିରେ ଏକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ରାୟ ଘୋଷଣା କରାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri