୨୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ

ଗୋପାଳପୁର,୧୯ା୮(ନବୀନ ରାଜ୍‌ ଆଚାରୀ)- ୧୬ ନମ୍ବର ଜାତୀୟ ରାଜପଥ ଗୋଳନ୍ଥରା ଥାନା ଅଧୀନ ସୋରଲା ରୋଡ ଜଙ୍କସନ ନିକଟରୁ ଶନିବାର ପୋଲିସ ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ଗାଡ଼ି ଚାଳକ କେନ୍ଦ୍ରାପଡ଼ା ଜିଲା ହରିଅଙ୍କ ଗ୍ରାମର ସୁଶାନ୍ତ କୁମାର ମହାନ୍ତି(୪୨)ଙ୍କୁ ଗିରଫ କରିଛି।

ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ରାଜ୍ୟରୁ ଏକ ଇକଚର୍‌ ଗାଡ଼ି (ନଂ ଓଡି୦୨ଏଟି୫୯୪୫) ଯୋଗେ ଗୌହାଟୀକୁ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଗୋଳନ୍ଥରା ପୋଲିସ ଗାଡ଼ି ଯାଞ୍ଚ କରିଥିଲା। ଯାଞ୍ଚ ବେଳେ ୧,୧୦୮କେଜି ୫୧୦ ଗ୍ରାମ ଗଞ୍ଜେଇ ଜବତ ହୋଇଥିଲା। ଏ ନେଇ ପୋଲିସ ଏକ ମାମଲା(ନଂ .୪୦୩/୨୩) ମାମଲା ରୁଜୁ କରି ତଦନ୍ତ ଚଳାଇଛି। ମାଜିଷ୍ଟ୍ରେଟ ଭାବେ କନିଷି ତହସିଲଦାର ପ୍ରଳୟାନନ୍ଦ ଶତପଥୀ ଉପସ୍ଥିତ ରହିଥିଲେ। ଘଟଣାରେ ଅନ୍ୟ କେଉଁମାନେ ସମ୍ପୃକ୍ତ ଅଛନ୍ତି ସେନେଇ ତଦନ୍ତ ଚଳାଇଥିବା ନେଇ ଆଇପିଏସ୍‌ ପ୍ରୋବେସନ୍‌ ଅଙ୍କିତ ସୂଚନା ଦେଇଛନ୍ତି। ସୁଶାନ୍ତଙ୍କୁ ରବିବାର କୋର୍ଟ ଚାଲାଣ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

  ପୁଣି ରାଜ୍ୟ ପାଇଁ  ଗୌରବ ଆଣିଛି ଗଞ୍ଜାମ: ମିଳିଲା ୩ ଜାତୀୟ ପୁରସ୍କାର 

ଛତ୍ରପୁର,୧।୪ (ଦିଲ୍ଲୀପ ସାମଲ): ପୁଣି ରାଜ୍ୟ ପାଇଁ  ଗୌରବ ଆଣିଛି ଗଞ୍ଜାମ। ଜିଲାକୁ ମିଳିଛି ୩ଟି ଜାତୀୟ ପୁରସ୍କାର। ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ ବିକାଶ ପୁରସ୍କାର…

ଯୁଦ୍ଧ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲା ଇସ୍ରାଏଲ, ନେତାନ୍ୟାହୁ କରିବେ ଏମିତି କାମ, ଇରାନ କାବା

ନୂଆଦିଲ୍ଲୀ,୧।୪: ଇରାନ ବିରୁଦ୍ଧରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏକ ନୂତନ ଏବଂ ପ୍ରମୁଖ ରଣନୈତିକ ପଦକ୍ଷେପର ସଙ୍କେତ ଦେଇଛନ୍ତି। ନେତାନ୍ୟାହୁ କହିଛନ୍ତି…

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri