୨୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ

ଗୋପାଳପୁର,୧୯ା୮(ନବୀନ ରାଜ୍‌ ଆଚାରୀ)- ୧୬ ନମ୍ବର ଜାତୀୟ ରାଜପଥ ଗୋଳନ୍ଥରା ଥାନା ଅଧୀନ ସୋରଲା ରୋଡ ଜଙ୍କସନ ନିକଟରୁ ଶନିବାର ପୋଲିସ ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ଗାଡ଼ି ଚାଳକ କେନ୍ଦ୍ରାପଡ଼ା ଜିଲା ହରିଅଙ୍କ ଗ୍ରାମର ସୁଶାନ୍ତ କୁମାର ମହାନ୍ତି(୪୨)ଙ୍କୁ ଗିରଫ କରିଛି।

ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ରାଜ୍ୟରୁ ଏକ ଇକଚର୍‌ ଗାଡ଼ି (ନଂ ଓଡି୦୨ଏଟି୫୯୪୫) ଯୋଗେ ଗୌହାଟୀକୁ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଗୋଳନ୍ଥରା ପୋଲିସ ଗାଡ଼ି ଯାଞ୍ଚ କରିଥିଲା। ଯାଞ୍ଚ ବେଳେ ୧,୧୦୮କେଜି ୫୧୦ ଗ୍ରାମ ଗଞ୍ଜେଇ ଜବତ ହୋଇଥିଲା। ଏ ନେଇ ପୋଲିସ ଏକ ମାମଲା(ନଂ .୪୦୩/୨୩) ମାମଲା ରୁଜୁ କରି ତଦନ୍ତ ଚଳାଇଛି। ମାଜିଷ୍ଟ୍ରେଟ ଭାବେ କନିଷି ତହସିଲଦାର ପ୍ରଳୟାନନ୍ଦ ଶତପଥୀ ଉପସ୍ଥିତ ରହିଥିଲେ। ଘଟଣାରେ ଅନ୍ୟ କେଉଁମାନେ ସମ୍ପୃକ୍ତ ଅଛନ୍ତି ସେନେଇ ତଦନ୍ତ ଚଳାଇଥିବା ନେଇ ଆଇପିଏସ୍‌ ପ୍ରୋବେସନ୍‌ ଅଙ୍କିତ ସୂଚନା ଦେଇଛନ୍ତି। ସୁଶାନ୍ତଙ୍କୁ ରବିବାର କୋର୍ଟ ଚାଲାଣ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

ନୂଆବର୍ଷ ଆଗରୁ ଅଚାନକ ଧନୀ ହୋଇଯିବେ ୩ରାଶି! ହୁହୁ ହୋଇ ବଢିବ ସମ୍ପତ୍ତି

ଦ୍ରିକ ପାଞ୍ଜି ଅନୁସାରେ, ଶୁକ୍ର ଓ ଶନି ଏକ ଅତ୍ୟନ୍ତ ଶକ୍ତିଶାଳୀ, ଦୁର୍ଲଭ ଏବଂ ଶୁଭ ଯୋଗ ଗଠନ କରୁଛନ୍ତି, ଯାହା ୬ ଡିସେମ୍ବର,ଶନିବାର ସନ୍ଧ୍ୟା...

ଭୁବନେଶ୍ୱରରେ ଖୋଲିବ ଆଉ ଦୁଇ ତହସିଲ୍, ଜମି କିଣାବିକା ପାଇଁ…

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍‌ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍‌ରେ କ୍ରମାଗତ ଭାବେ ଚାପ ବଢ଼ିବାରେ...

ମୋବାଇଲ ଆପ ସତର୍କ ସଙ୍କେତରେ ଛାତ୍ରଙ୍କ ସଫଳତା

ନୂଆପଡ଼ା,୮ା୧୨ (ମକାରୁ ବେମାଲ): ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ୱାରା ପରିଚାଳିତ ଅଟଳ ଟିଙ୍କରୀଙ୍କ ଲ୍ୟାବମାନଙ୍କର ଅନ୍‌ଲାଇନ ମାଧ୍ୟମରେ ଓସିଏସି ଦ୍ୱାରା...

Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୮ା୧୨(ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି ଘଟଣା...

ଏଇ ଭାରତରେ

ଭାରତର ଗ୍ରାମାଞ୍ଚଳର ବହୁ ମେଡିକାଲରେ ଏବେ ମଧ୍ୟ ଆଇସିୟୁର ଅଭାବ ରହିଛି। ଫଳରେ ଗ୍ରାମାଞ୍ଚଳ ଲୋକମାନେ ଉନ୍ନତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଆବଶ୍ୟକ...

ଜଣଙ୍କାକୁ ନୁହେଁ ଏକାବେଳକେ ଚାରି ଚାରି ଜଣଙ୍କୁ ଧକ୍କା ଦେଲା କାର :୨ ମୃତ, ୨ ଗୁରୁତର

ଖଜୁରୀପଡ଼ା,୮ା୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ସମ୍ବେପଦର ଗ୍ରାମର ବିଦ୍ୟାଧର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri