୧୩ କୋଟିରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ, ପୋଲିସକୁ ଦେଖି ଡ୍ରାଇଭର…

ଅମରପାଲି,୧୦ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ କଣ୍ଟେନରରୁ ୧୨ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୩ କୋଟି ଟଙ୍କାରୁ ଅଧିକ ହେବ ଜବତ କରିଛି ପୋଲିସ। ଜବତ କଣ୍ଟେନରର ନମ୍ବର ଏନ୍‌ଏଲ ୦୩ ଏଏ ୯୧୩୩ ବୋଲି ଜଣାପଡ଼ିଛି।
ସୂଚନା ଅନୁସାରେ, ଉକ୍ତ କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରି କଦଳୀଗଡ଼ ପଟରୁ ବୀରମହାରାଜପୁର ଆଡ଼କୁ ଆସୁଥିଲା। କୌଣସି ସୂତ୍ରରୁ ଏ ସମ୍ପର୍କରେ ସୂଚନା ପାଇବା ପରେ ସୁବଳୟା ପୋଲିସ କଣ୍ଟେନରଟିକୁ ପିଛା କରିଥିଲା। ପୋଲିସକୁ ପିଛା କରୁଥିବା ଜାଣି ଡ୍ରାଇଭର ସୁବଳୟା-ବୀରମହାରାଜପୁର ରାସ୍ତାର ଗୋବିନ୍ଦପୁର ଛକ ନିକଟ ଶରଖଣ୍ଡି ଅଞ୍ଚଳରେ କଣ୍ଟେନରଟିକୁ ଛାଡ଼ି ଫେରାର ହୋଇଯାଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି କଣ୍ଟେନରଟିକୁ ଜବତ କରି ଯାଞ୍ଚ କରିବାରୁ ସେଥିରୁ ବିପୁଳ ପରିମାଣର ଗଞ୍ଜେଇ ମିଳିଥିଲା। ଏହା ଦେଖି ପୋଲିସ ମୁଣ୍ଡ ଗୋଲ୍‌ ହୋଇଯାଇଥିଲା।

ମାଜିଷ୍ଟ୍ରେଟ ଭାବେ ଯୋଗଦେଇଥିବା ଅତିରିକ୍ତ କଲେକ୍ଟର ଅଜିତ ମିର୍ଦ୍ଧାଙ୍କ ଉପସ୍ଥିତିରେ ଜବତ ଗଞ୍ଜେଇର ଓଜନ କରାଯାଇଥିବା ବେଳେ ଏହାର ପରିମାଣ ୧୨ କ୍ୱିଣ୍ଟାଲରୁ ଅଧିକ ହେବ ବୋଲି ପୋଲିସ ସୂଚନା ଦେଇଛି।
ତେବେ କଣ୍ଟେନରରେ ଡ୍ରାଇଭର ସମେତ ଆଉ କେତେଜଣ ଥିଲେ, ସେ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିନାହିଁ। ଏନେଇ ସୁବଳୟା ଥାନାରେ କେସ୍‌ ନଂ ୧୪୨/୨୬ରେ ମାମଲା ରୁଜୁ ହୋଇଛି। ଫେରାର ଡ୍ରାଇଭର ଓ ଏହି ଗଞ୍ଜେଇ ଚାଲାଣ ପଛରେ ଥିବା ଅନ୍ୟ ବ୍ୟକ୍ତିଙ୍କ ସମ୍ପର୍କରେ ଅଧିକ ତଦନ୍ତ ଜାରି ରହିଛି ବୋଲି ସୁବଳୟା ଥାନା ଭାରପ୍ରାପ୍ତ ଅଧିକାରୀ ସଞ୍ଜୀବ ବସ୍ତିଆ ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri