ଘରେ ରଖିଥିଲେ ୧୫ ଲକ୍ଷ ଟଙ୍କାର ଗଞ୍ଜେଇ, ବାନ୍ଧିଲା ପୋଲିସ

ଚିତ୍ରକୋଣ୍ଡା,୧୭ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଚିତ୍ରକୋଣ୍ଡା ଏସ୍‌ଡିପିଓଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ, ଚିତ୍ରକୋଣ୍ଡା ଥାନାଧିକାରୀ ସୂର୍ଯ୍ୟ ପ୍ରକାଶ ନାୟକଙ୍କ ନେତୃତ୍ୱରେ ଏକ ଟିମ୍‌ ବୁଧବାର ଗଞ୍ଜେଇ ଚାଲାଣ କରାଯାଉଥିବା ଖବର ପାଇ ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଦୋରାଗୁଡ଼ା ପଞ୍ଚାୟତ ଆର୍‌ଏସ୍‌ସି ୩ ନମ୍ବର ଗ୍ରାମର ତ୍ରିନାଥ ଖରା(୪୦)ଙ୍କ ଘରେ ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉ ସମୟରେ ତ୍ରିନାଥଙ୍କ ଘରୁ ୩୦୨କେଜି ୪୦୦ ଗ୍ରାମ ଗଞ୍ଜେଇ ବାହାରିଥିଲା। ଗଞ୍ଜେଇ ଜବତ କରିବା ସହିତ ତ୍ରିନାଥଙ୍କୁ ଗିରଫ କରିଛି ପୋଲିସ। ଯାହାର ଆନୁମାନିକ ମୂଲ୍ୟ ୧୫ ଲକ୍ଷରୁ ଊର୍ଦ୍ଧ୍ୱ ହେବ ବୋଲି ଜଣାପଡ଼ିଛି l କେସ୍‌ ନଂ ୪୧/୨୨ରେ ଏକ ମାମଲା ରୁଜୁ କରାଯାଇଛି ତ୍ରିନାଥଙ୍କୁ ଗୁରୁବାର କୋର୍ଟ ଚାଲାଣ କରାଯାଇଥିବା ନେଇ ଚିତ୍ରକୋଣ୍ଡା ଥାନାଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି କାଲି କହି ଭଣ୍ଡାଉଛନ୍ତି ପୋଷ୍ଟ ଅଫିସ କର୍ମଚାରୀ: ଉପଭୋକ୍ତା ଅତିଷ୍ଠ

ଗଞ୍ଜାମ,(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବଡ଼ ବଜାର ସ୍ଥିତ ପୋଷ୍ଟ ଅଫିସର କର୍ମଚାରୀମାନଙ୍କ ମନମୁଖୀ ଆଚରଣ ନେଇ ଗ୍ରାହକମାନେ ଅତିଷ୍ଠ ହୋଇପଡ଼ିଛନ୍ତି। ଏମିତିକି ଗ୍ରାହକମାନଙ୍କ ସହ କର୍ମଚାରୀମାନେ…

ଚାଲିଥିଲା ଦେହ ବ୍ୟବସାୟ, ମାଡ଼ି ବସିଲା ପୋଲିସ, ପାଖରୁ ମିଳିଲା ଏହି ଆପତ୍ତିଜନକ ଜିନିଷ

ବରଗଡ଼,୨୫ା୫(ପ୍ରେମାନନ୍ଦ କମାରୀ): ବରଗଡ଼ ଟାଉନ ଥାନା ପୋଲିସ ରବିବାର ଡାଙ୍ଗ ଛକ ନିକଟ ପିପିଲିପାଲି ଗ୍ରାମରେ ଏକ ସେକ୍ସ ରାକେଟ ଠାବ କରିଛି। ସେଠାରେ ଦେହ ବ୍ୟବସାୟ…

ମିଳିତ ଜନଅଭିଯାଗ ଶୁଣାଣି: ପ୍ରଚଣ୍ଡ ଖରାକୁ ଖାତିର ନ କରି ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଲେ ଶତାଧିକ ଲୋକ

ଦାରିଙ୍ଗବାଡ଼ି,୨୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଏବଂ ଏସ୍‌ପି ହରିଶ ବିଶିଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ…

କେଏସ୍‌ୟୁବି କଲେଜର ହେବ ବିକାଶ, ନୂଆ ଅଧ୍ୟକ୍ଷ ଲୋଡ଼ିଲେ ବିଧାୟକ-ଉପଜିଲାପାଳଙ୍କ ସହଯୋଗ

ଭଞ୍ଜନଗର,୨୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ରାଜ୍ୟର ଏକ ପୁରାତନ ମହାବିଦ୍ୟାଳୟ। ୧୯୬୦ରେ ନିର୍ମିତ ଏହି ମହାବିଦ୍ୟାଳୟ ବ୍ରହ୍ମପୁର ବିଶବିଦ୍ୟାଳୟ…

ଉତକେଲାରୁ ବିଶାଖାପାଟଣା ବିମାନ ସେବା ସମ୍ପ୍ରସାରଣ ଦାବି: ଏମ୍‌ପିଙ୍କୁ ଦାବି ଜଣାଇଲେ

କେସିଙ୍ଗା, ୨୫।୫ (ତୁମେଶ୍ୱର ସାହୁ): ଉତକେଲାରୁ ଭୁବନେଶ୍ୱରକୁ ବିମାନ ଉଡାଣ ପ୍ରଥମେ ସପ୍ତାହକୁ ଦୁଇ ଦିନ ଥିବା ବେଳେ ପରେ ସପ୍ତାହକୁ ଛଅ ଦିନ ହୋଇଥିଲା। ସୋମବାର…

ଦୁଇ ଆଇପିଏସ୍‌ ଅଫିସରଙ୍କୁ ବଦଳି ରାଜ ପ୍ରସାଦ ରାୟଗଡ଼ା ଏସ୍‌ପି

ଗୁଣପୁର,୨୫।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଦୁଇ ଆଇପିଏସ୍‌ ଅଧିକାରୀଙ୍କୁ ଶନିବାର ରାଜ୍ୟ ସରକାର ବଦଳି କରିଛନ୍ତି। ଏସ୍‌ପି ସ୍ବାତି ଏସ୍‌. କୁମାରଙ୍କୁ ଏସଟିଏଫ ଭୁବନେଶ୍ୱରକୁ ବଦଳି ହୋଇଛି ।…

ଜିଲାପାଳଙ୍କ ନିର୍ଦ୍ଦେଶକୁ ଅଣଦେଖା, ଦିନରାତି ଜଳୁଛି ଇଟାଭାଟି

ରସୁଲପୁର,୨୫ା୫(ରଞ୍ଜିତ ରାଉତ): ରସୁଲପୁର ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ଜଳୁଛି। ବାୟୁମଣ୍ଡଳ ତାପମାତ୍ରା ୪୨ଂ ଉପରେ ରହୁଥିବାବେଳେ ଅସାଧୁ ଇଟା ବ୍ୟବସାୟୀ ବେଧଡ଼କ ଇଟାଭାଟିରେ…

ପୋଲିସକୁ ଦେଖି ଖସି ଯାଉଥିଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରିଲା ପରେ ମିଳିଲା…

ଲକ୍ଷ୍ମୀପୁର,୨୫ା୫(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଅନ୍ତର୍ଗତ କାକିରିଗୁମା ଥାନା ପୋଲିସ ଦ୍ବାରା ବିଳମ୍ବିତ ରାତିରେ ପାଟ୍ରୋଲିଂ କରୁଥିବା ସମୟରେ ଏକ ଗଞ୍ଜେଇକୁ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri