୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ: ୩ ଗିରଫ

କୋରାପୁଟ,୧୫ା୯(ସ୍ବ.ପ୍ର.): ରାଜ୍ୟ ଅବକାରୀ କମିଶନର ଆଶିଷ କୁମାର ସିଂଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଅବକାରୀ ବିଭାଗ  ଆଇଆରବି ନିକଟରୁ ୩ କ୍ୱିଣ୍ଟାଲ ୨ କେଜି ଗଞ୍ଜେଇ ଜବତ କରିବା ସହିତ ୩ ଜଣଙ୍କୁ ଗିରଫ କରିଛି।

ସୂଚନାନୁଯାୟୀ କୋରାପୁଟ ସେମିଳିଗୁଡ଼ାରୁ ଏକ କଣ୍ଟେନର ଆରଜେ ୧୧ ଜିଏ ୪୦୫୯ ନମ୍ବର ଗାଡ଼ିରେ ରାଜସ୍ଥାନକୁ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ କୋରାପୁଟ ସଦର ଅବକାରୀ ବିଭାଗ ଓ କୋରାପୁଟ ଅବକାରୀ ଅଧୀକ୍ଷକ ମନୋଜ କୁମାର ସେଠୀ ଅତର୍କିତ ଚଢ଼ାଉ କରିଥିଲେ। କଣ୍ଟେନର ଯାଞ୍ଚ ସମୟରେ ଡ୍ରାଇଭର ଚ୍ୟାମ୍ବରରୁ ୩୦୨ କେଜି ଗଞ୍ଜେଇ ବାହାରିଥିଲା। ଅବକାରୀ ବିଭାଗ କଣ୍ଟେନରକୁ ଜବତ କରିବା ସହିତ କଣ୍ଟେନରରେ ଥିବା ୩ ଜଣଙ୍କୁ ଗିରଫ କରିଛି। ଗିରଫମାନେ ହେଲେ ଏମ୍‌ ଡି ଚାନ୍ଦ,ପ୍ରଦ୍ୟୁମ୍ନ ଯାଦବ,ସୁନିଲ କୁମାର। ଗିରଫ ବ୍ୟକ୍ତିଙ୍କ ଘର କାନପୁର ବୋଲି ଜଣାପଡ଼ିଛି। ଜବତ ହୋଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ ୩୦ ଲକ୍ଷରୁ ଊର୍ଦ୍ଧ୍ୱ ହେବ ବୋଲି ଗୁରୁବାର କୋରାପୁଟ ଅବକାରୀ ଅଧୀକ୍ଷକ ମନୋଜ କୁମାର ସେଠୀ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?