Posted inଜାତୀୟ

‘ରାମଙ୍କ ବିନା ଦେଶର ପରିକଳ୍ପନା ନାହିଁ’

ନୂୂଆଦିଲ୍ଲୀ,୧୦ା୨: ଜାନୁଆରୀ ୨୨ରେ ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠାକୁ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି, ଏହି ଦିନ ଭାରତର ଯାତ୍ରା ଆରମ୍ଭର ଦିନ। ଯେଉଁମାନେ ରାମ ବିନା ଭାରତକୁ କଳ୍ପନା କରନ୍ତି ସେମାନେ ଭାରତ କ’ଣ ଜାଣନ୍ତି ନାହିଁ। ରାମମନ୍ଦିର ଐତିହାସିକ ନିର୍ମାଣ ଏବଂ ରାମଲାଲାର ପ୍ରାଣପ୍ରତିଷ୍ଠା ଉପରେ ଆଲୋଚନା ବେଳେ ଲୋକ ସଭାରେ ଯୋଗ ଦେଇ ଶାହା ଏପରି କହିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ପ୍ରଥମେ ଅଯୋଧ୍ୟାରେ ମହାନ ରାମମନ୍ଦିର ନିର୍ମାଣ ଭୂପୂଜନ ଏବଂ ତା’ପରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା। ତାଙ୍କ ନେତୃତ୍ୱ ବିନା ଏହା ସମ୍ଭବ ହୋଇ ନ ଥାନ୍ତା।

ସେ କହିଛନ୍ତି, ୧୫୨୮ ପରଠାରୁ ପ୍ରତ୍ୟେକ ପିଢ଼ି ଏହି ଆନ୍ଦୋଳନର ପ୍ରତ୍ୟେକ ରୂପ ଦେଖିଛନ୍ତି। ଏହି ପ୍ରୟାସ ଦୀର୍ଘଦିନ ଧରି ଅଟକି ରହିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମୟରେ ଏହି ସ୍ବପ୍ନ ପୂରଣ ହୋଇଛି ଏବଂ ଆଜି ଦେଶ ଏହା ପୂରଣ ହୋଇଥିବା ମଧ୍ୟ ଦେଖୁଛି। ସେ କହିଛନ୍ତି, ପ୍ରାଣ ପ୍ରତିଷ୍ଠା ପୂର୍ବରୁ ସାଧୁସନ୍ଥଙ୍କ ପରାମର୍ଶରେ ପ୍ରଧାନମନ୍ତ୍ରୀ ଯେଉଁଭଳି ଭାବରେ ୧୧ ଦିନ ଉପବାସ କରିଥିଲେ, ତାହା ସମଗ୍ର ବିଶ୍ୱ ପାଇଁ ଏକ ଉଦାହରଣ ଅଟେ। ଯେତେବେଳେ ସମର୍ପଣର ସମୟ ଆସିଲା, ପ୍ରଧାନମନ୍ତ୍ରୀ ମୋଦି ଏବଂ ଭାଜପା କୌଣସି ରାଜନୈତିକ ସ୍ଲୋଗାନ ଉଠାଇ ନ ଥିଲେ ବରଂ ଭଜନ ମାଧ୍ୟମରେ ଦେଶରେ ଏକ ଭକ୍ତି ଆନ୍ଦୋଳନ ସୃଷ୍ଟି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri