Posted inଜାତୀୟ

‘ପ୍ରତ୍ୟେକ ସ୍ଥାନରେ ପୋଲିସ ରହି ପାରିବ ନାହିଁ’

ମୁମ୍ବାଇ,୧୧।୯:“ପ୍ରତ୍ୟେକ ଅପରାଧସ୍ଥଳରେ ପୋଲିସ କଦାପି ଉପସ୍ଥିତ ରହିପାରିବ ନାହିଁ। ସୂଚନା ମିଳିବାର ୧୦ ମିନିଟ୍‌ ମଧ୍ୟରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପୀଡ଼ିତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଥିଲା। ପାଲିସ କେବଳ ସୂଚନା ପାଇବା ପରେ ହିଁ ଘଟଣା ସ୍ଥଳରେ ପହଞ୍ଚି ପାରିବ। ସେମାନେ ନିଜ ଦକ୍ଷତା ଅନୁଯାୟୀ, କାର୍ଯ୍ୟ କରୁଛନ୍ତି”। ଗଣେଶ ପୂଜା ଭଳି ପର୍ବରେ ସାକିନାକା ଅଞ୍ଚଳରେ ପୋଲିସ ପାଟ୍ରୋଲିଂ କାହିଁକି କରାଯାଉ ନ ଥିଲା ବୋଲି ପ୍ରଶ୍ନ କରାଯିବାରୁ ଉପରୋକ୍ତ ଉତ୍ତର ରଖିଛନ୍ତି ମୁମ୍ବାଇ କମିଶନର ହେମନ୍ତ ନାଗରାଲେ।

୩୪ ବର୍ଷୀୟା ବଳାତ୍କାର ପୀଡ଼ିତା ଶନିବାର ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଝିଛନ୍ତି। ମୁମ୍ବାଇର ସାକିନାକା ଅଞ୍ଚଳରେ ଘଟିଥିବା ଏହି ଘଟଣାର ତଦନ୍ତ ପାଇଁ ଏକ ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍‌ଆଇଟି) ଗଠନ କରାଯାଇଛି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଫାଷ୍ଟ ଟ୍ରାକ କୋର୍ଟ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଦୁର୍ଭାଗ୍ୟବଶତଃ, ଚିକିତ୍ସାଧୀନ ଅବସ୍ଥାରେ ପୀଡ଼ିତାଙ୍କ ମୃତ୍ୟୁ ଘଟିଛି। ଏଥିଯୋଗୁ ଦୋଷୀଙ୍କ ବିରୋଧରେ ଲଗାଯାଇଥିବା ଦଫା(୩୦୭)କୁ ୩୦୨ରେ ପରିବର୍ତ୍ତନ କରାଯାଇଛି। ଏହି ଘଟଣାରେ ଜଣେ ସମ୍ପୃକ୍ତ ଥିବା ତଦନ୍ତରୁ ଜଣାପଡ଼ିଛି ବୋଲି ମୁମ୍ବାଇ କମିଶନର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri