Posted inଜାତୀୟ

କରୋନା ଯୋଗୁ ସ୍ତ୍ରୀଙ୍କ ପାଖକୁ ଯାଇପାରୁନାହାନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ, କଲେ ଦୁଃଖପ୍ରକାଶ

ଶ୍ରୀନଗର,୧୮।୧: ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ଜାମ୍ମୁରେ ଏକ ପୁସ୍ତକ ରିଲିଜ କାର୍ଯ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ର ସରକାରଙ୍କ ବିରୋଧରେ ଅନେକ ଅଭିଯୋଗ କରିଥିଲେ। କିନ୍ତୁ ଏହି ସମୟରେ ସେ ଏପରି ଏକ କଥା କହିଥିଲେ ଯେ ଉପସ୍ଥିତ ଲୋକେ ହସିବାକୁ ବାଧ୍ୟ ହୋଇଥିଲେ। ପୁସ୍ତକ ରିଲିଜ ସମାରୋହରେ ଫାରୁକ ଅବଦୁଲ୍ଲା କହିଛନ୍ତି ଯେ କରୋନା ଭୂତାଣୁ ଏକ ଅଦ୍ଭୁତ ପରିସ୍ଥିତି ସୃଷ୍ଟି କରିଛନ୍ତି। ମହାମାରୀ ଆରମ୍ଭ ହେବା ପରଠାରୁ ସେ ନିଜ ସ୍ତ୍ରୀଙ୍କୁ ଚୁମ୍ବନ ମଧ୍ୟ ଦେଇନାହାଁନ୍ତି। ସେ ଏହା କହିବା ମାତ୍ରେ ସେଠାରେ ଉପସ୍ଥିତ ଲୋକମାନେ ଜୋରରେ ହସିଲେ। ଏହା ପରେ ଫାରୁକ କହିଛନ୍ତି ଯେ ପରିସ୍ଥିତି ଏପରି ଯେ ହାତ ମିଳାଇବାକୁ କିମ୍ବା ଆଲିଙ୍ଗନ କରିବାକୁ ଭୟ ଲାଗୁଛି। ସୂଚନାଯୋଗ୍ୟ, ଜମ୍ମୁର ଗୁଜୁର ଦେଶ ଚାରିଟେବୁଲ ଟ୍ରଷ୍ଟର ବାବା ଗୁଲାମ ଶାହା ବାଦଶାହ ବିଶ୍ୱବିଦ୍ୟାଳୟ ରାଜୋରିର ପୂର୍ବତନ କୁଳପତି ପ୍ରଫେସର ମାସୁଦ ଅହମ୍ମଦ ଚୌଧୁରୀଙ୍କ ଆତ୍ମଜୀବନୀ ପୁସ୍ତକ ରିଲିଜ ସମାରୋହରେ ଡକ୍ଟର ଫାରୁକ ଅବଦୁଲ୍ଲାଙ୍କୁ ନିମନ୍ତ୍ରଣ କରାଯାଉଥିଲା। ଏହି ସମୟରେ ଫାରୁକ ଅବଦୁଲ୍ଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜମ୍ମୁ କଶ୍ମୀରରେ ୪ଜି ମୋବାଇଲ ଇଣ୍ଟରନେଟ ସେବା ପୁନଃସ୍ଥାପନ କରିବାକୁ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଯଦି ପ୍ରଧାନମନ୍ତ୍ରୀ ତାଙ୍କ ଚେୟାର ଛାଡି ଜମ୍ମୁ କଶ୍ମୀରରେ ରୁହନ୍ତି, ତେବେ ସେ ଜାଣିବେ ଯେ ଏଠାରେ ଲୋକମାନେ କିପରି ୨ଜି ମୋବାଇଲ ଇଣ୍ଟରନେଟ ସେବା ଦ୍ୱାରା ହଇରାଣ ହେଉଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ଖୁବଶୀଘ୍ର ଭାରତରେ ପ୍ରଧାନମନ୍ତ୍ରୀ ୫-ଜି ଇଣ୍ଟରନେଟ ବିଷୟରେ କହୁଛନ୍ତି। କିନ୍ତୁ ଜମ୍ମୁ କଶ୍ମୀରବାସୀଙ୍କ ପାଇଁ ୪ଜି ମୋବାଇଲ ଇଣ୍ଟରନେଟ ମଧ୍ୟ ଉପଲବ୍ଧ ହେଉନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri