Posted inଜାତୀୟ

ରାହୁଲଙ୍କୁ ବାଧ୍ୟ କରି ପାରିବୁ ନାହିଁ, କଂଗ୍ରେସ ଅଧ୍ୟକ୍ଷ ନେଇ ଦିଗବିଜୟଙ୍କ ଉତ୍ତର…

ନୂଆଦିଲ୍ଲୀ, ୨୩।୮ : କଂଗ୍ରେସର ବରିଷ୍ଠ ନେତା ଦିଗବିଜୟ ସିଂ ରାହୁଲ ଗାନ୍ଧୀଙ୍କୁ ଦଳର ଅଧ୍ୟକ୍ଷ କରିବା ନେଇ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ରାହୁଲ ଗାନ୍ଧୀଙ୍କୁ ଦଳର ନୂତନ ଅଧ୍ୟକ୍ଷ ହେବାକୁ ବାଧ୍ୟ କରାଯାଇ ପାରିବ ନାହିଁ। ଯଦି ସେ ହେବାକୁ ଚାହାଁନ୍ତି ନାହିଁ, ତେବେ ତାଙ୍କୁ କିଭଳି ବାଧ୍ୟ କରାଯିବ ବୋଲି ଦିଗବିଜୟ କହିଛନ୍ତି। ଏସବୁ ମଧ୍ୟରେ ରାହୁଲ ଗାନ୍ଧୀ ଦଳର ପରବର୍ତ୍ତୀ ଅଧ୍ୟକ୍ଷ ହେବାକୁ ମନା କରିଦେଇଛନ୍ତି ବୋଲି ସୂତ୍ରରୁ ଖବର ଆସୁଛି। କଂଗ୍ରେସକୁ ୨୦ ସେପ୍ଟେମ୍ବର ସୁଦ୍ଧା ଦଳର ନୂତନ ଅଧ୍ୟକ୍ଷ ନିର୍ବାଚିତ କରିବାକୁ ପଡିବ।

୨୦୧୯ ଲୋକସଭା ନିର୍ବାଚନରେ ଦଳର ପରାଜୟ ପରେ ରାହୁଲ ଗାନ୍ଧୀ ଦଳର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ। ଗୋଟିଏ ଦିନ ପୂର୍ବରୁ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ତଥା ଦଳର ବରିଷ୍ଠ ନେତା ଅଶୋକ ଗେହଲୋଟ ରାହୁଲ ଗାନ୍ଧୀଙ୍କୁ ଦଳର ଅଧ୍ୟକ୍ଷକରିବା ନେଇ ଏକ ବଡ଼ ବିବୃତ୍ତି ଦେଇଥିଲେ। ଦଳରେ ଏହି ପଦ ପାଇଁ ରାହୁଲ ଗାନ୍ଧୀଙ୍କ ସପକ୍ଷରେ ସର୍ବସମ୍ମତ ସହମତି ରହିଛି ବୋଲି ସେ କହିଥିଲେ। ଦଳର ନିର୍ବାଚନ ପ୍ରାଧିକରଣ କହିଛନ୍ତି ଯେ ସେପ୍ଟେମ୍ବର ୨୦ ସୁଦ୍ଧା ଜଣେ ନୂତନ ଅଧ୍ୟକ୍ଷ ଚୟନ କରିବା କାର୍ଯ୍ୟସୂଚୀ ଅନୁସାରେ ସମ୍ପନ୍ନ ହେବ।

ଗେହଲୋଟ କହିଥିଲେ ସାରା ଦେଶରେ କଂଗ୍ରେସ କର୍ମୀଙ୍କ ଭାବନାକୁ ବିଚାର କରି ରାହୁଲ ଗାନ୍ଧୀ ଏହି ଭୂମିକା ଗ୍ରହଣ କରିବା ଉଚିତ। ଯଦି ରାହୁଲ ଗାନ୍ଧୀ ଦଳର ଅଧ୍ୟକ୍ଷ ନ ହୁଅନ୍ତି, ତେବେ ଦେଶର କଂଗ୍ରେସ କର୍ମୀ ନିରାଶ ହେବେ। ଏହା ଗାନ୍ଧୀ କିମ୍ବା ଅଣ-ଗାନ୍ଧୀ ପରିବାର ବିଷୟରେ ନୁହେଁ। ଏହା ହେଉଛି ସଂଗଠନର କାର୍ଯ୍ୟ ଏବଂ କେହି ପ୍ରଧାନମନ୍ତ୍ରୀ ହେବାକୁ ଯାଉନାହାଁନ୍ତି।

ଗତ ୩୨ବର୍ଷ ମଧ୍ୟରେ ଗାନ୍ଧୀ ପରିବାରର କୌଣସି ବ୍ୟକ୍ତି ପ୍ରଧାନମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀ ହୋଇପାରି ନାହାଁନ୍ତି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାହିଁକି ଗାନ୍ଧୀ ପରିବାରକୁ ଭୟ କରୁଛନ୍ତି ବୋଲି ଗେହଲୋଟ ପ୍ରଶ୍ନ କରିଥିଲେ। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ କହିଥିଲେ ୭୫ ବର୍ଷ ମଧ୍ୟରେ ଦେଶରେ କୌଣସି ବିକାଶ କାର୍ଯ୍ୟ ହୋଇ ନଥିଲା। ସମସ୍ତେ କଂଗ୍ରେସ ଉପରେ ଏଭଳି କାହିଁକି ଆକ୍ରମଣ କରୁଛନ୍ତି ବୋଲି ଗେହଲୋଟ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…

ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା…

ଏମିତି କରି T20ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛି ୱେଷ୍ଟଇଣ୍ଡିଜ; ଭାରତ ରହିଛି ପଛରେ

ନୂଆଦିଲ୍ଲୀ,୧୨।୧୦: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ T20 କ୍ରିକେଟରେ ଇତିହାସ ସୃଷ୍ଟି କରିଛି। ରବିବାର ଭାରତ ବିପକ୍ଷ ତୃତୀୟ T20 ମ୍ୟାଚରେ କାରିବିଆନ ଦଳ ମୋଟ ୧୩ଟି ଛକା…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…

ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?