ଟିକେଟ ମିଳିଲାନି, ହାତ ଧରିପାରନ୍ତି ଅଲେଖ

ପଟ୍ଟାମୁଣ୍ଡାଇ, ୧୭ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀରେ ଚଳିତ ନିର୍ବାଚନକୁ ନେଇ ରାଜନୈତିକ ପାଣିପାଗ ସରଗରମ ରହିଛି। ବିଜେଡି ବର୍ତ୍ତମାନ ବିଧାୟକ ଧ୍ରୁବ ସାହୁଙ୍କୁ ପୁଣି ଥରେ ଭରସା କରି ଟିକେଟ ଦେଇଛି। ସେପଟେ ଧ୍ରୁବଙ୍କୁ ଟକ୍କର ଦେବା ପାଇଁ ଭାଜପା ମଙ୍ଗଳବାର ଲଳିତ ବେହେରାଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରଛି। ହେଲେ କଂଗ୍ରେସ ଏ ପର୍ଯ୍ୟନ୍ତ ବିଧାୟକ ପ୍ରାର୍ଥୀ ଘୋଷଣା କରିନାହଁି। ତେବେ ପୂର୍ବତନ ବିଧାୟକ ଡ. ଅଲେଖ ଜେନା ଭାଜପା ଟିକଟରୁ ବଞ୍ଚତ୍ତ ହୋଇଥିବାରୁ ସେ ହାତ ଧରିପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଯଦି ଅଲେଖ ତାଙ୍କ ସମର୍ଥକଙ୍କ ସହିତ କଂଗ୍ରେସରେ ଯୋଗ ଦିଅନ୍ତି ତେବେ ରାଜନଗରରେ ଚଳିତ ନିର୍ବାଚନରେ ତ୍ରିମୁଖୀ ଲଢ଼େଇ ହେବ ବୋଲି ରାଜନୈତିକ ସମୀକ୍ଷକ ମତପ୍ରକାଶ କରିଛନ୍ତି।
ରାଜନଗରରୁ ୨୦୦୯-୨୦୧୪ ପର୍ଯ୍ୟନ୍ତ ବିଧାୟକ ଭାବେ ଅଲେଖ ଜେନା ରହି ଜନସାଧାରଣଙ୍କ ପ୍ରିୟପାତ୍ର ହୋଇପାରିଥିଲେ। ସେ ୨୦୧୯ ନିର୍ବାଚନରେ ଭାଜପାରୁ ପ୍ରାର୍ଥୀ ହୋଇ ତୃତୀୟ ସ୍ଥାନରେ ଥିଲେ। ମାତ୍ର ୨୦୧୯ ନିର୍ବାଚନରେ ମୁଖ୍ୟ ବିରୋଧୀ ଦଳ କଂଗ୍ରେସରୁ ଲଢ଼ି ପରାଜିତ ହୋଇଥିବା ଅଂଶୁମାନ ମହାନ୍ତି ଚଳିତ ନିର୍ବାଚନରେ ଦଳ ଛାଡି ବିଜେଡିରୁ ସାଂସଦ ପ୍ରାର୍ଥୀ ଭାବେ ରଣାଙ୍ଗନକୁ ଓହ୍ଲାଇଛନ୍ତି। ଅନ୍ୟପକ୍ଷରେ ପୂର୍ବତନ ବିଧାୟକ ଅଲେଖଙ୍କୁ ଭାଜପା ଅଣଦେଖା କରିଥିବାରୁ ସେ ଭାଜପା ଛାଡି କଂଗ୍ରେସରୁ ପ୍ରାର୍ଥୀ ହୋଇପାରନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି। ଚଳିତ ନିର୍ବାଚନରେ ପୂର୍ବତନ କଂଗ୍ରେସ ବିଧାୟକ ଅଂଶୁମାନ ବିଜେଡିରେ ଯୋଗଦେବାରୁ ରାଜନଗର ବିରୋଧୀ ଶୂନ୍ୟ ହୋଇଯାଇଛି ବୋଲି ବିଜେଡି ବିଶ୍ୱାସ କରି ୫୦ ହଜାରରୁ ଊର୍ଦ୍ଧ୍ୱ ଭୋଟ ବ୍ୟବଧାନରେ ଜିତିବା ଆଶା ରଖି ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରୁଛି। ତେବେ କଂଗ୍ରେସ ପୂର୍ବରୁ ଏହି ନିର୍ବାଚନମଣ୍ଡଳୀରେ ବିଧାନସଭା ହାତେଇଥିବା ବେଳେ ବର୍ତ୍ତମାନ ଦଳର ନେତୃତ୍ୱ ସ୍ଥିତି ଏଠାରେ ସୁଦୃଢ଼ ନାହଁି। ଯଦି ଅଲେଖ ନିଜ ସମର୍ଥକଙ୍କ ସହ କଂଗ୍ରେସରେ ଯୋଗଦେବେ ତେବେ ନିର୍ବାଚନମଣ୍ଡଳୀରେ ତ୍ରିମୁଖୀ ଲଢ଼େଇ ହେବ। କଂଗ୍ରେସ ସପକ୍ଷରେ ଭୋଟ ଯିବ ବୋଲି ରାଜନୈତିକ ସମୀକ୍ଷକ ମତ ପ୍ରକାଶ କରୁଛନ୍ତି। ଅନ୍ୟପକ୍ଷରେ ଅଂଶୁମାନ କଂଗ୍ରେସ ଦଳ ଛାଡ଼ି ବିଜେଡିରେ ଯୋଗଦେବା କଂଗ୍ରେସ ଭୋଟରଙ୍କୁ କୌଣସି ପ୍ରଭାବ ପଡ଼ିବନାହଁି ବୋଲି ସେମାନେ କହିଛନ୍ତି। ତେବେ ଜିଲାର ଉପକୂଳ ଓଡ଼ିଶାର ଏକ ଗୁରୁତ୍ୱପୂର୍ଣ୍ଣ ନିର୍ବାଚନମଣ୍ଡଳୀ ହେଉଛି ରାଜନଗର। ଏହି ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରି ବିଗତ ଦିନରେ ନେତା ଜାତୀୟ ଓ ରାଜ୍ୟସ୍ତରରେ ଚର୍ଚ୍ଚାରେ ରହିଆସିଛନ୍ତି। ରାଜନଗର ନିର୍ବାଚନମଣ୍ଡଳୀ ପଟ୍ଟାମୁଣ୍ଡାଇ ବ୍ଲକର ୧୯ଟି ପଞ୍ଚାୟତ, ପୌରାଞ୍ଚଳର ୨୦ଟି ୱାର୍ଡ ଏବଂ ରାଜନଗର ବ୍ଲକର ୨୯ଟି ପଞ୍ଚାୟତକୁ ମିଶାଇ ଗଠିତ ହୋଇଛି। ଏହି ନିର୍ବାଚନମଣ୍ଡଳୀରେ ପ୍ରାୟ ୨ଲକ୍ଷ ୬୨ ହଜାର ୫୭୭ ଭୋଟର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri