କର୍ତ୍ତବ୍ୟରୁ ଓହରିପାରିବେନି ସାମ୍ବିଧାନିକ କର୍ତ୍ତୃପକ୍ଷ

ନୂଆଦିଲ୍ଲୀ,୧।୩: ପଞ୍ଜାବର ଆମ୍‌ ଆଦ୍‌ମୀ ପାର୍ଟି ସରକାର ଏବଂ ରାଜ୍ୟପାଳ ବନଓ୍ବାରିଲାଲ୍‌ ପୁରୋହିତଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାବେଳେ ଏହା ଉପରେ ଗଭୀର ସାମ୍ବିଧାନିକ ଆଲୋଚନା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କହିଛନ୍ତି। ଫଳରେ ଉଭୟ ପକ୍ଷଙ୍କୁ କଡ଼ା ବାର୍ତ୍ତା ଯାଇଛି। ସାମ୍ବିଧାନିକ କର୍ତ୍ତୃପକ୍ଷ ତାଙ୍କ କର୍ତ୍ତବ୍ୟ ପୂରଣ ନ କରିବା ଅର୍ଥ ନୁହେଁ ଯେ ଅନ୍ୟ ଜଣେ ମଧ୍ୟ ସାମ୍ବିଧାନିକ କର୍ତ୍ତବ୍ୟ ନିର୍ବାହ କରିବେ ନାହିଁ ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣିବେଳେ କହିଛନ୍ତି। ଆପଣମାନେ ଭିନ୍ନ ରାଜନୈତିକ ଦଳର ହୋଇପାରନ୍ତି। କିନ୍ତୁ ରାଜ୍ୟପାଳଙ୍କ କାର୍ଯ୍ୟାଳୟ କୌଣସି ଦଳର ନୁହେଁ। ଆମକୁ ଏହା ଉପରେ ଆଲୋଚନା କରିବାକୁ ହେବ ବୋଲି ସିଜେଆଇ କହିଛନ୍ତି।
ରାଜ୍ୟପାଳ ପୁରୋହିତ ସରକାରଙ୍କୁ କେତେକ ତଥ୍ୟ ମାଗିଥିଲେ। ସରକାର ଏହା ପ୍ରଦାନ ନ କରିବାରୁ ରାଜ୍ୟପାଳ ରାଜ୍ୟ ବିଧାନସଭାର ବଜେଟ ଅଧିବେଶନ ଡାକିବାରେ ବିଳମ୍ବ କରିଥିଲେ। ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ଙ୍କୁ ରାଜ୍ୟପାଳ ପତ୍ର ଲେଖି ରାଜଭବନ ପତ୍ରର ଉତ୍ତର ମିଳି ନ ଥିବା ସମ୍ପର୍କରେ ଅବଗତ କରାଇଥିଲେ। ସେଥିପାଇଁ ସେ ଅଧିବେଶନ ଡାକିବାକୁ ବ୍ୟଗ୍ର ନୁହନ୍ତି ବୋଲି କହିଥିଲେ। ଏହାକୁ ନେଇ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ବିବାଦ ଦେଖାଦେବା ସହ ମାମଲା ସୁପ୍ରିମକୋର୍ଟରେ ପହଞ୍ଚତ୍ଥିଲା। ରାଜ୍ୟପାଳଙ୍କୁ ତଥ୍ୟ ଦେବା ଲାଗି ମୁଖ୍ୟମନ୍ତ୍ରୀ ସାମ୍ବିଧାନିକ ଦୃଷ୍ଟିରୁ ବାଧ୍ୟ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି। ତଥ୍ୟ ନ ଦେବା ତାଙ୍କ ସାମ୍ବିଧାନିକ କର୍ତ୍ତବ୍ୟର ଉଲ୍ଲଂଘନ। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ତଥ୍ୟ ଦେଇ ନ ଥିବାରୁ ରାଜ୍ୟପାଳ ବଜେଟ ଅଧିବେଶନ ଡାକିବା ସାମ୍ବିଧାନିକ କର୍ତ୍ତବ୍ୟ ନ ଡାକିବାକୁ ଅନୁମତି ଦିଆଯାଇପାରିବ ନାହିଁ ବୋଲି ସିଜେଆଇ କହିଛନ୍ତି। ସମ୍ବିଧାନର ଅନୁଚ୍ଛେଦ ୧୭୪ ଅନୁଯାୟୀ ଅଧିବେଶନ ଡାକିବା ରାଜ୍ୟପାଳଙ୍କ ଇଚ୍ଛାଧୀନ କ୍ଷମତା ନୁହେଁ। ପୂର୍ବରୁ ସୁପ୍ରିମକୋର୍ଟର ସାମ୍ବିିଧାନିକ ଖଣ୍ଡପୀଠ ନବମ ରେବିଆ ମାମଲାରେ ଏହା ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri