କର୍ତ୍ତବ୍ୟରୁ ଓହରିପାରିବେନି ସାମ୍ବିଧାନିକ କର୍ତ୍ତୃପକ୍ଷ

ନୂଆଦିଲ୍ଲୀ,୧।୩: ପଞ୍ଜାବର ଆମ୍‌ ଆଦ୍‌ମୀ ପାର୍ଟି ସରକାର ଏବଂ ରାଜ୍ୟପାଳ ବନଓ୍ବାରିଲାଲ୍‌ ପୁରୋହିତଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାବେଳେ ଏହା ଉପରେ ଗଭୀର ସାମ୍ବିଧାନିକ ଆଲୋଚନା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କହିଛନ୍ତି। ଫଳରେ ଉଭୟ ପକ୍ଷଙ୍କୁ କଡ଼ା ବାର୍ତ୍ତା ଯାଇଛି। ସାମ୍ବିଧାନିକ କର୍ତ୍ତୃପକ୍ଷ ତାଙ୍କ କର୍ତ୍ତବ୍ୟ ପୂରଣ ନ କରିବା ଅର୍ଥ ନୁହେଁ ଯେ ଅନ୍ୟ ଜଣେ ମଧ୍ୟ ସାମ୍ବିଧାନିକ କର୍ତ୍ତବ୍ୟ ନିର୍ବାହ କରିବେ ନାହିଁ ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣିବେଳେ କହିଛନ୍ତି। ଆପଣମାନେ ଭିନ୍ନ ରାଜନୈତିକ ଦଳର ହୋଇପାରନ୍ତି। କିନ୍ତୁ ରାଜ୍ୟପାଳଙ୍କ କାର୍ଯ୍ୟାଳୟ କୌଣସି ଦଳର ନୁହେଁ। ଆମକୁ ଏହା ଉପରେ ଆଲୋଚନା କରିବାକୁ ହେବ ବୋଲି ସିଜେଆଇ କହିଛନ୍ତି।
ରାଜ୍ୟପାଳ ପୁରୋହିତ ସରକାରଙ୍କୁ କେତେକ ତଥ୍ୟ ମାଗିଥିଲେ। ସରକାର ଏହା ପ୍ରଦାନ ନ କରିବାରୁ ରାଜ୍ୟପାଳ ରାଜ୍ୟ ବିଧାନସଭାର ବଜେଟ ଅଧିବେଶନ ଡାକିବାରେ ବିଳମ୍ବ କରିଥିଲେ। ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ଙ୍କୁ ରାଜ୍ୟପାଳ ପତ୍ର ଲେଖି ରାଜଭବନ ପତ୍ରର ଉତ୍ତର ମିଳି ନ ଥିବା ସମ୍ପର୍କରେ ଅବଗତ କରାଇଥିଲେ। ସେଥିପାଇଁ ସେ ଅଧିବେଶନ ଡାକିବାକୁ ବ୍ୟଗ୍ର ନୁହନ୍ତି ବୋଲି କହିଥିଲେ। ଏହାକୁ ନେଇ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ବିବାଦ ଦେଖାଦେବା ସହ ମାମଲା ସୁପ୍ରିମକୋର୍ଟରେ ପହଞ୍ଚତ୍ଥିଲା। ରାଜ୍ୟପାଳଙ୍କୁ ତଥ୍ୟ ଦେବା ଲାଗି ମୁଖ୍ୟମନ୍ତ୍ରୀ ସାମ୍ବିଧାନିକ ଦୃଷ୍ଟିରୁ ବାଧ୍ୟ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି। ତଥ୍ୟ ନ ଦେବା ତାଙ୍କ ସାମ୍ବିଧାନିକ କର୍ତ୍ତବ୍ୟର ଉଲ୍ଲଂଘନ। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ତଥ୍ୟ ଦେଇ ନ ଥିବାରୁ ରାଜ୍ୟପାଳ ବଜେଟ ଅଧିବେଶନ ଡାକିବା ସାମ୍ବିଧାନିକ କର୍ତ୍ତବ୍ୟ ନ ଡାକିବାକୁ ଅନୁମତି ଦିଆଯାଇପାରିବ ନାହିଁ ବୋଲି ସିଜେଆଇ କହିଛନ୍ତି। ସମ୍ବିଧାନର ଅନୁଚ୍ଛେଦ ୧୭୪ ଅନୁଯାୟୀ ଅଧିବେଶନ ଡାକିବା ରାଜ୍ୟପାଳଙ୍କ ଇଚ୍ଛାଧୀନ କ୍ଷମତା ନୁହେଁ। ପୂର୍ବରୁ ସୁପ୍ରିମକୋର୍ଟର ସାମ୍ବିିଧାନିକ ଖଣ୍ଡପୀଠ ନବମ ରେବିଆ ମାମଲାରେ ଏହା ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

୪ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୪୫ କିଲୋଗ୍ରାମ ଗଞ୍ଜେଇ ଜବତ, ୩ ଜଣଙ୍କୁ ବାନ୍ଧିଲା…

ମୋହନା, ୩।୭ (ମନ୍ମଥ ମିଶ୍ର): ଗଜପତି ଜିଲାର ଅଡବା ପୋଲିସ ପକ୍ଷରୁ ଜାଙ୍ଗୁଡ଼ି ଓ ଖାରିଗୁଡ଼ା ନିକଟରେ ପାଟ୍ରୋଲିଂ କରାଯିବା ସହ କଡ଼ାକଡ଼ି ଯାଞ୍ଚ କରାଯାଇଥିଲା। ଏହି…

T20 ବିଶ୍ୱକପ ଫାଇନାଲରେ ପହଞ୍ଚିବା ପରେ ଭାବପ୍ରବଣ ହୋଇଗଲେ ବିଶ୍ୱର ସବୁଠାରୁ ସୁନ୍ଦରୀ କ୍ରିକେଟର

ନୂଆଦିଲ୍ଲୀ,୩।୭: ଚଳିତ ମହିଳା T20 ବିଶ୍ୱକପରେ ଇଂଲଣ୍ଡ ଦ୍ୱିତୀୟ ଫାଇନାଲିଷ୍ଟ ହୋଇଛି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ଗତ ଗୁରୁବାର (ଜୁଲାଇ ୨) ଲଣ୍ଡନର କେନିଂଟନ ଓଭାଲରେ ଇଂଲଣ୍ଡ…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର! ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ ଛାଡିଲେ ସରକାରୀ ସୁରକ୍ଷା, ୧୬ ସୁରକ୍ଷାକର୍ମୀ, ୩ଟି ଗାଡ଼ି ଫେରାଇ ଦେଲେ

ରାଞ୍ଚି,୩।୭: ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ। ଯଦିଓ ସେ ସ୍ପଷ୍ଟ ଭାବରେ ତାଙ୍କର ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri