ଅଭିନେତା ସୁଶାନ୍ତଙ୍କ ମୃତ୍ୟୁକୁ ସହି ପାରିଲେନି: ଏମ୍‌କେସିଜିରେ ଆଖି ବୁଜିଲେ ନାବାଳିକା ପ୍ରଶଂସକ

ବ୍ରହ୍ମପୁର ଅଫିସ,୫।୭: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ଖବରକୁ ସହଜରେ ଗହଣ କରିପାରୁ ନାହାନ୍ତି ପ୍ରଶଂସକ। ଏଭଳି ତାଙ୍କ ଆତ୍ମହତ୍ୟା ପରେ ତାଙ୍କ କେତେଜଣ ପ୍ରଶଂସକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତେବେ ଏଭଳି ଏକ ଘଟଣା ଘଟାଇ ଶେଷରେ ଆଖି ବୁଜିଛନ୍ତି ଗଞ୍ଜାମ ଜିଲା ଚିକିଟି ବ୍ଲକର ନାବାଳିକା ସିଏଚ୍‌ ମମତା(୧୪)। ଘଟଣାର ୧୭ ଦିନ ପରେ ରବିବାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଏମକେସିଜି ମେଡିକାଲରେ ମୃତ୍ୟୁ ଘଟିଛି। ମମତା କେ .ନୂଆଗାଁ ଥାନା ଅନ୍ତର୍ଗତ ମହିଶାନପୁର ଗ୍ରାମର ସିଏଚ୍‌ ନରସିଂହ ଙ୍କ ଝିଅ। ମୃତଦେହ ଜବତକରି ପୋଲିସ ୩୦୬/୨୦ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ମମତା ନବମ ଶ୍ରେଣୀ ଛାତ୍ରୀ ଥିବା ବେଳେ ଅଭିନେତା ସୁଶାନ୍ତଙ୍କ ଆତ୍ମହତ୍ୟାକୁ ନେଇ ସେ ତାଙ୍କ ମା’ ସିଏଚ . ଶଶୀ, ଭଉଣୀ ଓ ସାଙ୍ଗମାନଙ୍କୁ ପୂର୍ବରୁ ଅନେକ ପ୍ରଶ୍ନ ପଚାରିଥିଲେ। ଏପରି ସେଥିପାଇଁ ସେ ଚିନ୍ତିତ ରହୁଥିଲେ । ପୋଲିସ ତାଙ୍କ ମା’ଙ୍କ ଠାରୁ ଏ ସବୁ କଥା ଜାଣିବାକୁ ପାଇଥିଲେ ।
ପ୍ରକାଶ ଯେ, ଗତ ଜୁନ ୧୮ ତାରିଖ ସକାଳେ ମମତା ଘରର ଉପର ମହଲାକୁ ଯାଇ ଦୀର୍ଘ ସମୟ ପର୍ଯ୍ୟନ୍ତ ତଳ ମହଲାକୁ ଆସି ନ ଥିଲେ । ପରେ ତାଙ୍କ ମା’ ଉପର ମହଲାକୁ ଯାଇ ଦେଖିବା ବେଳେ ମମତା ନିଜ ବେକରେ ଓଢ଼ଣୀ ଲଗାଇ ଝୁଲୁଛି । ଏଣୁ ଝିଅ ବଞ୍ଚିଥିବା ଭାବି ପରିବାର ଲୋକଙ୍କ ସହାୟତାରେ ମମତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଚିକିଟି ଗୋଷ୍ଟି  ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଗୁରୁତର ହେବାରୁ ତାଙ୍କୁ ଏମକେସିଜି ମେଡିକାଲ ସ୍ଥାନାନ୍ତର କରାଯାଇଥିଲା । ନାବାଳିକା ଜଣଙ୍କ ମେଡିକାଲରେ ଶିଶୁ ବିଭାଗର ଆଇସିୟୁ ରେ ଚିକିତ୍ସିତ ହେଉଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସଂସଦରେ ଟ୍ରମ୍ପଙ୍କ ସୁନାର ନଗ୍ନ ପ୍ରତିମୂର୍ତ୍ତି, ନାଁ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୮।୧୦: ୟୁରୋପ ସଂସଦ ପରିସରରେ ଏବେ ଏକ ଅଜବ ଏବଂ ଚର୍ଚ୍ଚିତ କଳାକୃତି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛି । ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ…

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ପାକିସ୍ତାନ ସୁପର ଲିଗ୍‌ର ତାରିଖ ଘୋଷଣା କଲା PCB, ୨୦୨୭ରେ ପୁଣି IPL-PSL ଲଢ଼େଇ

ନୂଆଦିଲ୍ଲୀ,୮।୧୦: ୨୦୨୭ରେ ପୁଣିଥରେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ଏବଂ ପାକିସ୍ତାନ ସୁପର ଲିଗ୍ (PSL) ମଧ୍ୟରେ ସିଧାସଳଖ ଟକ୍କର ଦେଖିବାକୁ ମିଳିବ । ପାକିସ୍ତାନ କ୍ରିକେଟ୍…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

ଅଭିଜିତ ଦୀପକେଙ୍କ ଚାଞ୍ଚଲ୍ୟକର ଦାବି

ନୂଆଦିଲ୍ଲୀ,୮।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ‘ଆକ୍ରମକ କକରୋଚ ଜନତା ପାର୍ଟି’ (CJP) ଆସନ୍ତା ଅକ୍ଟୋବର ୧୦ରେ ଜନ୍ତର ମନ୍ତର ଅଭିମୁଖେ ଶୋଭାଯାତ୍ରା…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

ବହୁତ ବଡ଼ ‘ଦାନବୀର’ ଥିଲେ ନାନା ପାଟେକର, ନିଜ ରୋଜଗାରର ଏକ ବଡ଼ ଅଂଶ ଦାନ କରୁଥିଲେ ଅଭିନେତା, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ,୮।୧୦: ବଲିଉଡ ଚଳଚ୍ଚିତ୍ର ଜଗତ ପାଇଁ ଗୁରୁବାର ସକାଳ ଏକ ଅତ୍ୟନ୍ତ ଦୁଃଖଦ ଖବର ନେଇ ଆସିଥିଲା। ପ୍ରଖ୍ୟାତ ଅଭିନେତା ନାନା ପାଟେକର ଗୁରୁବାର ସକାଳେ ଗୋଆସ୍ଥିତ…

ଆରମ୍ଭ ହେଲା ସେଲ୍; iPhone 16 ଉପରେ ବଡ଼ ଅଫର, ୧୮ ହଜାର କମିଲା ଦାମ୍!

ନୂଆଦିଲ୍ଲୀ,୮।୧୦: ଆମାଜନ ଗ୍ରେଟ ଇଣ୍ଡିଆନ ଫେଷ୍ଟିଭାଲ ସେଲ୍ 2026ରେ iPhone କିଣିବାକୁ ଚାହୁଁଥିବା ଗ୍ରାହକଙ୍କ ପାଇଁ ଭଲ ଡିଲ୍ ସାମ୍ନାକୁ ଆସିଛି । Samsung Galaxy S25…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?